ଆଜି ନାଗାର୍ଜୁନ ବେଶ

ପୁରୀ ଅଫିସ, ୨୭।୧୧: ଶୁକ୍ରବାର ମହାପ୍ରଭୁଙ୍କ ନାଗାର୍ଜୁନ ବେଶ। ରତ୍ନସିଂହାସନରେ ଏହି ବୀର ବେଶରେ ସଜେଇ ହେବେ ଦାରୁଦିଅଁ। ୨୫ ବର୍ଷ ପରେ ପଡ଼ିିଥିବା ଏହି ଦୁର୍ଲଭ ବେଶକୁ କିନ୍ତୁ ଏଥର ଭକ୍ତ ଦେଖିପାରିବେନି। କରୋନା ମହାମାରୀ ପାଇଁ ଶ୍ରୀମନ୍ଦିରକୁ ପ୍ରବେଶ ଉପରେ କଟକଣା ଥିବାରୁ ନାଗାର୍ଜୁନ ବେଶ ଦର୍ଶନରୁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ବଞ୍ଚତ୍ତ ହେବେ। ଅନ୍ୟପକ୍ଷରେ କିପରି ସୁରକ୍ଷିତ ଓ ଶୃଙ୍ଖଳିତ ଭାବେ ଏହି ବେଶ ସମ୍ପନ୍ନ ହେବ ସେଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଛି ପ୍ରଶାସନ। ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଅଞ୍ଚଳରେ ୧୪୪ ଧାରା ଜାରି ହୋଇଥିବାବେଳେ ସହରରେ ୨୫ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।
ନାଗାର୍ଜୁନ ବେଶ ପାଇଁ ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ଓ ଜିଲା ପ୍ରଶାସନ ସମେତ ବେଶ ସ୍ବତ୍ୱାଧିକାରୀ ଚକ୍ରକୋଟ ବଳରାମ ଖୁଣ୍ଟିଆ ସମସ୍ତ ପ୍ରସ୍ତୁତି ଶେଷ କରିଛନ୍ତି। ବିଜୟା ଦଶମୀଠାରୁ ବଳରାମଙ୍କ ହରଚଣ୍ଡୀ ସାହିସ୍ଥିତ ବାସଭବନରେ ଶୁଦ୍ଧପୂତ ଭାବେ ଏହି ବେଶ ତିଆରି ଚାଲିଥିଲା। ଶିଳ୍ପୀ ବସନ୍ତ ରଣାଙ୍କ ନେତୃତ୍ୱରେ ୧୦ ଜଣ କାରିଗର ଏଥିରେ ସାମିଲ ଥିଲେ। ଗୁରୁବାର ରାତି ୨ଟାରେ କଡ଼ା ସୁରକ୍ଷାରେ ବଳରାମଙ୍କ ବାସଭବନରୁ ଶ୍ରୀମନ୍ଦିରକୁ ବେଶ ବିଜେ ହେବ। ଏହାପରେ ଅନ୍ୟାନ୍ୟ ନୀତି ବଢି ଶୁକ୍ରବାର ଭୋର ୪ଟାରେ ନାଗାର୍ଜୁନ ବେଶ ଆରମ୍ଭ ହେବ। ପ୍ରାୟ ୩ଘଣ୍ଟା ଧରି ଠାକୁରଙ୍କୁ ଏହି ବେଶରେ ସଜ୍ଜିତ କରାଯିବ। ସକାଳ ୭ଟାରେ ବେଶ ସଜା କାମ ସାରିବାକୁ ସମୟ ନିର୍ଘଣ୍ଟ ହୋଇଛି। ଏହି ବେଶ ଥାଇ ଠାକୁରଙ୍କର ବିଭିନ୍ନ ନୀତି ସମ୍ପନ୍ନ ହେବ। ଭୋଗମଣ୍ଡପ ସରିବା ପରେ ଅପରାହ୍ନ ୨ଟାରେ ନାଗାର୍ଜୁନ ବେଶ ମଇଲମ ପାଇଁ ଧାର୍ଯ୍ୟ ହୋଇଛି। ଅର୍ଥାତ୍‌ ପ୍ରାୟ ୧୦ ଘଣ୍ଟା ଧରି ମହାପ୍ରଭୁ ନାଗାର୍ଜୁନ ବେଶ ଧାରଣ କରିବେ।
ଶେଷଥର ୧୯୯୪ରେ ଶ୍ରୀମନ୍ଦିରରେ ନାଗାର୍ଜୁନ ବେଶ ଅନୁଷ୍ଠିତ ହୋଇଥିଲା। ଦୀର୍ଘ ୨୫ ବର୍ଷ ପରେ ଏହି ବେଶ ପଡ଼ିିଛି। ମାତ୍ର ସମୟ ଓ ସ୍ଥିତି ବଦଳି ଯାଇଛି। ଏଥର ଏହି ବେଶ ଦର୍ଶନରୁ ବଞ୍ଚତ୍ତ ହେବେ ଭକ୍ତ। କରୋନା କଟକଣା ପାଇଁ ଏଭଳି କଠୋର ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ସାମ୍ପ୍ରତିକ ସ୍ଥିତି ଓ ଭକ୍ତଙ୍କ ଆବେଗକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏ ନେଇ ଏସ୍‌ପି କନୱର ବିଶାଲ ସିଂ କହିଛନ୍ତି, ନାଗାର୍ଜୁନ ବେଶ ପାଇଁ ପୋଲିସର ପ୍ରସ୍ତୁତି ସରିଛି। କଡ଼ା ସୁରକ୍ଷା ମଧ୍ୟରେ ହରଚଣ୍ଡୀ ସାହିରୁ ଶ୍ରୀମନ୍ଦିରକୁ ବେଶ ବିଜେ ସହ ମନ୍ଦିର ଭିତରେ ଓ ବାହାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୨ଜଣ ଏଏସ୍‌ପି, ୭ଜଣ ଡିଏସ୍‌ପି, ୧୯ ଜଣ ଏସ୍‌ଆଇ ଏବଂ ୭୭ ଜଣ ଏଏସ୍‌ଆଇ ରହିଛନ୍ତି। ମୋଟ ୨୫ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ମରିଚକୋଟ ଛକରୁ ସିଂହଦ୍ୱାର ପର୍ଯ୍ୟନ୍ତ ଏବଂ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା ଜାରି ହୋଇଛି। ଗୁରୁବାର ରାତି ୨ଟାରୁ ଶୁକ୍ରବାର ବେଶ ଓଲାଗି ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। କରୋନା ମହାମାରୀ ସମୟରେ ଭକ୍ତଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପୋଲିସର ପ୍ରାଥମିକତା। ତେଣୁ ଏହି ନିଷ୍ପତ୍ତିରେ ସମସ୍ତେ ସହଯୋଗ କରିବାକୁ ଏସ୍‌ପି ସିଂ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?