ନାଗାର୍ଜୁନ ବେଶରେ ଝଲସୁଛନ୍ତି ମହାପ୍ରଭୁ

ପୁରୀ ଅଫିସ,୨୭।୧୧: ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଦୁର୍ଲଭ ନାଗାର୍ଜୁନ ବେଶକୁ ନେଇ ଚାଲଥିବା ଚର୍ଚ୍ଚା, ଆଲୋଚନାରେ ବି ପୂର୍ଣ୍ଣଛେଦ ପଡିଛି। ବୀର ବେଶରେ ସଜେଇ ହୋଇଛନ୍ତି ମହାପ୍ରଭୁ । ଝଲସିଉଠୁଛି ଶ୍ରୀମନ୍ଦିର ରତ୍ନସିଂହାସନ। କିନ୍ତୁ ବିଡ଼ମ୍ବନା ଦୀର୍ଘ ୨୫ ବର୍ଷ ପରେ ପଡିଥିବା ଏହି ଦିବ୍ୟ ବେଶକୁ ଦେଖିପାରୁନାହାନ୍ତି ଭକ୍ତ। କରୋନା ମହାମାରୀ ଟାଣିଛି ଲକ୍ଷ୍ମଣରେଖା। ଭକ୍ତଙ୍କୁ ସିଂହଦ୍ୱାର ମନା । ୧୪୪ ଧାରା ନିୟମକୁ ଉଲ୍ଲଂଘନ ନ କରି କିଏ ଘରେ ଥାଇ ତ ପୁଣି କେହି ବଡ଼ଦାଣ୍ଡର କଟକଣା ବ୍ୟାରିକେଡ ବାହାରେ ଠିଆ ହୋଇ ମହାପ୍ରଭୁଙ୍କୁ ପ୍ରାର୍ଥନା କରୁଛନ୍ତି । ତେବେ ଏହା ଭିତରେ ମହାପ୍ରଭୁଙ୍କ ନୀତିକାନ୍ତିରେ ବହୁ ବିଳମ୍ବ ଘଟିଛି । ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁ ପ୍ରାୟ ୩ ଘଣ୍ଟା ବିଳମ୍ବରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ସରିଛି। ଏଥିପାଇଁ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ସହରର ବିଭିନ୍ନ ସ୍ଥାନରେ ୨୫ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିବା ବେଳେ କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ ସିଂଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ହୋଇଛି ।
ଗୁରୁବାର ରାତି ୪ଟା ୧୦ରେ ହରଚଣ୍ଡୀସାହିସ୍ଥିତ ଚକ୍ରକୋଟ ବଳରାମ ଖୁଣ୍ଟିଆଙ୍କ ଘରୁ ବେଶ ଶ୍ରୀମନ୍ଦିରକୁ ବିଜେ କରିଥିଲା । ଭୋର ୪ଟା ୩୫ରେ ଅବକାଶ ପୂଜା ସରିଥିବା ବେଳେ ନାଗାର୍ଜୁନ ବେଶ ପାଇଁ ଆରମ୍ଭ ହୋଇଥିଲା ପ୍ରକ୍ରିୟା । ମାତ୍ର ସୁନା ଅଳଙ୍କାର ମଣତିକୁ ନେଇ ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁ ସକାଳ ୭ଟାରେ ଶେଷ ହେବାକୁ ଥିବା ନାଗାର୍ଜୁନ ବେଶ ପୂର୍ବାହ୍ନ ୧୦ଟା ୧୫ରେ ସରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri