୨୦୨୧ରେ ହୋଇପାରେ ନାଗାର୍ଜୁନ ବେଶ

ପୁରୀ ଅଫିସ,୪ା୧୧: ଚଳିତବର୍ଷ ଭଳି ଆସନ୍ତା ବର୍ଷ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ହୋଇପାରେ। ୨୦୨୧ ମସିହାର କ୍ୟାଲେଣ୍ଡର ବଜାରକୁ ଆସିବା ପରେ ଏହି ଚର୍ଚ୍ଚା ଜୋର୍‌ ଧରିଛି। ଆସନ୍ତା ବର୍ଷ ନଭେମ୍ବର ୧୫ରେ ନାଗାର୍ଜୁନ ବେଶ ପଡୁଥିବା ନିର୍ଦ୍ଦିଷ୍ଟ କ୍ୟାଲେଣ୍ଡରରେ ଉଲ୍ଲେଖ ରହିଛି। ତେବେ ଏହା ଜଣାପଡ଼ିିବା ପରେ ଚଳିତବର୍ଷ କରୋନା କଟକଣା ପାଇଁ ଦାରୁଦିଅଁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ ଦର୍ଶନରୁ ବଞ୍ଚତ୍ତ ଭକ୍ତ ଭାବବିହ୍ବଳ ହୋଇପଡ଼ିଛନ୍ତି। ଏଥର ନ ହେଲା ନାହିଁ ୨୦୨୧ରେ ମହାପ୍ରଭୁଙ୍କ ଏହି ବୀର ବେଶ ଦର୍ଶନ କରିବା ନେଇ ସେମାନଙ୍କ ମନରେ ଆଶା ସଞ୍ଚାର ହୋଇଛି। ତେବେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏ ନେଇ ସ୍ପଷ୍ଟ କରାଯାଇ ନାହିଁ। ଆସନ୍ତା ବର୍ଷ ଦୋଳ ପୂର୍ଣ୍ଣିମା ପରେ ନୂଆ ପାଞ୍ଜି ପ୍ରଚଳନ ହେଲେ ସ୍ପଷ୍ଟ ଜଣାପଡ଼ିବ ବୋଲି କୁହାଯାଇଛି।
ଯେଉଁବର୍ଷ କାର୍ତ୍ତିକ ମାସରେ ପାଞ୍ଚଦିନ ପରିବର୍ତ୍ତେ ପଞ୍ଚକ ୬ଦିନ ପଡ଼େ ସେହିବର୍ଷ ନାଗାର୍ଜୁନ ବେଶ ଅନୁଷ୍ଠିତ ହୋଇଥାଏ। ଚଳିତବର୍ଷ ପଞ୍ଚୁକ ୬ ଦିନ ପଡୁଥିବାରୁ ଆସନ୍ତା ୨୭ତାରିଖରେ ନାଗାର୍ଜୁନ ବେଶ ହେବ। ଏଥିପାଇଁ ପ୍ରଶାସନିକ ପ୍ରସ୍ତୁତି ସହ କାମ ଆଗେଇ ଚାଲିଛି। କିନ୍ତୁ କରୋନା କଟକଣା ପାଇଁ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନରୁ ଭକ୍ତ ବଞ୍ଚତ୍ତ ହେବେ। ମାତ୍ର ଆସନ୍ତା ବର୍ଷ ପୁଣି ନାଗାର୍ଜୁନ ବେଶ ପଡୁଥିବା ପାଞ୍ଜି ଗଣନାକାରଙ୍କ ସଙ୍କେତ ଏବେ ଜଗନ୍ନାଥପ୍ରେମୀଙ୍କ ପାଇଁ ଖୁସି ଆଣିଛି। ଭକ୍ତଙ୍କ ମନ ଓ ନୟନ ଉତ୍କଣ୍ଠିତ ହେଲାଣି। ସେବାୟତ ବି କହିଲେଣି ଲଗାତର ଦୁଇବର୍ଷ ନାଗାର୍ଜୁନ ବେଶ ପଡ଼ିବା କିଛି ନୂଆ କଥା ନୁହେଁ। ୧୯୯୩ ଓ ୧୯୯୪ ମସିହାରେ ଲଗାତର ଏହି ବେଶ ଅନୁଷ୍ଠିତ ହୋଇଥିଲା। ଏ ସମ୍ପର୍କରେ ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ଗଣମାଧ୍ୟମକୁ କହିଛନ୍ତି ଯେ, ଆସନ୍ତା ଦୋଳପୂର୍ଣ୍ଣିମା ପରେ ନୂଆ ପାଞ୍ଜି ପ୍ରଚଳନ ହେବ। ତେଣୁ ଏତେ ଆଗରୁ କିଛି କହି ହେବ ନାହିଁ। ଆମକୁ ନୂଆ ପାଞ୍ଜିକୁ ଅପେକ୍ଷା କରିବାକୁ ପଡ଼ିବ। ସେହିପରି ପଣ୍ଡିତ ସୂର୍ଯ୍ୟନାରାୟଣ ରଥଶର୍ମା କହିଛନ୍ତି, ଯେ ପର୍ଯ୍ୟନ୍ତ ନୂଆ ପାଞ୍ଜି ବାହାରି ନାହିଁ ଏବଂ ଶଙ୍କରାଚାର୍ଯ୍ୟ, ଗଜପତି ମହାରାଜା ଓ ମୁକ୍ତିମଣ୍ଡପ ପାଞ୍ଜିକୁ ଅନୁମୋଦନ କରିନାହାନ୍ତି ସେ ପର୍ଯ୍ୟନ୍ତ ଆସନ୍ତାବର୍ଷ ନାଗାର୍ଜୁନ ବେଶ ପଡ଼ିିବ ବୋଲି ଆମେ ଦୃଢତାର ସହ କହିପାରିବା ନାହିଁ। ଯଦି ହେବ ତାହା ଅତ୍ୟନ୍ତ ସୌଭାଗ୍ୟର କଥା, ନ ହେଲେ ଏହା ମହାପ୍ରଭୁଙ୍କ ଇଚ୍ଛା ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକା ନିଖୋଜ: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ଅପହରଣକାରୀ…

କଟକ,୩୧ା୮(ପ୍ରଭୁକଲ୍ୟାଣ ପାଲ): କଟକ ଜିଲା ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଷ୍ଟେଶନ ଅଞ୍ଚଳରୁ ୭ ବର୍ଷର ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ୬୦ ବର୍ଷରୁ ଊଦ୍ଧର୍‌ବ…

ଯୌତୁକ ପାଇଁ ବିଷ ଦେଇ ବଧୂ ହତ୍ୟା ଅଭିଯୋଗ, ସ୍ବାମୀ ସମେତ ୧୦ ଜଣଙ୍କ ନାମରେ ମାମଲା

ଅମରପାଲି,୩୧।୮( ପୀତାମ୍ବର ସାହୁ): ଯୌତୁକ ଦାବିକୁ କେନ୍ଦ୍ର କରି ଜଣେ ବିବାହିତା ମହିଳାଙ୍କୁ ବିଷ ପିଆଇ ହତ୍ୟା କରାଯାଇଥିବା ନେଇ ବୀରମହାରାଜପୁର ଥାନାରେ ଅଭିଯୋଗ ହୋଇଛି। ଏହି…

ଗଣତାନ୍ତ୍ରିକ ପ୍ରତିନିଧିତ୍ୱରୁ ସାଧାରଣ ଜନତା ବଞ୍ଚିତ

ସମ୍ବଲପୁର,୩୧ା୮(ପ୍ରମୋଦ ବହିଦାର): ଦୀର୍ଘ ୧୨ ବର୍ଷ ଧରି ବହୁ ପ୍ରତୀକ୍ଷିତ ସମ୍ବଲପୁର ମହାନଗର ନିଗମ (ଏସ୍‌ଏମ୍‌ସି) ନିର୍ବାଚନ ପରିଚାଳନା ନେଇ ବିଜ୍ଞପ୍ତି ପ୍ରକାଶ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ…

ସ୍ବାୟତ୍ତ ପାଇଁ ସରି ନାହିଁ ସଂଘର୍ଷ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ): ନିଜ ହାତରେ ନିଜ ଶାସନ। ନିଜେ ନିଜ ଅଞ୍ଚଳର ବିକାଶ ପାଇଁ ନିଷ୍ପତ୍ତି ନେବା ହିଁ ସ୍ବାୟତ୍ତ ଶାସନ। ସୁସ୍ଥ ଅନୁଶାସନ ବ୍ୟବସ୍ଥା ସହିତ…

ସ୍ବାୟତ୍ତ ଶାସନ ଦିବସ: ସଶକ୍ତ ନଗର ଶାସନ, ସମୃଦ୍ଧ ଓଡ଼ିଶାର ସଂକଳ୍ପ

ସ୍ବାୟତ୍ତ ଶାସନ ଦିବସ ଆମ ଗଣତାନ୍ତ୍ରିକ ବ୍ୟବସ୍ଥାର ସେହି ମୌଳିକ ଆଦର୍ଶକୁ ପୁନର୍ଜୀବିତ କରିବାର ଏକ ମହାର୍ଘ୍ୟ ଅବସର, ଯେଉଁଠି ଶାସନ କ୍ଷମତାର କେନ୍ଦ୍ରବିନ୍ଦୁ ଲୋକସେବା ବନ୍ଦ…

ବିଧାୟକଙ୍କ ବଦାନ୍ୟତା: ଦୁଇ ମହିଳାଙ୍କୁ ପ୍ରତିମାସରେ ନିଜ ଆକାଉଣ୍ଟରୁ ପଠାଇବେ ଟଙ୍କା, ଜାଣନ୍ତୁ କେତେ…

ଖଡ଼ିଆଳ,୩୧।୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମ ପଞ୍ଚାୟତର ଜଙ୍ଗଲ ପାହାଡ଼ ପରିବେଷ୍ଟିତ ଅପହଞ୍ଚ ଇଲାକା କପରଗଡ଼ରେ ଆଦିବାସୀ କଲ୍ୟାଣ ମହାସଂଘ ତରଫରୁ…

ସ୍ବାବଲମ୍ବୀ ହୋଇ ଅନ୍ୟକୁ ରୋଜଗାରର ପଥ ଦେଖାଇଛନ୍ତି ମହିଳା, କଦଳୀ ଚାଷ କରିି ବବି ଲକ୍ଷପତି

ନୂଆପଡା,୩୧।୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟର ପାଦଦେଶରେ ଥିବା ବିଶିବାହାଲ ଗାଁ ମାଟି ଲେଖୁଛି ସଫଳତାର ନୂଆ କାହାଣୀ। ବିଶିବାହାଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରୁ ଦିବ୍ୟାଙ୍ଗ ନାବାଳିକାଙ୍କୁ ଉଠାଇ ନେବା ଘଟଣା ୧୦ କିମି ଦୂର ଗାଁରୁ ଉଦ୍ଧାର

ଛତ୍ରପୁର,୩୧।୮,(ଦିଲ୍ଲୀପି ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷର ଦିବ୍ୟାଙ୍ଗ ନାବାଳିକାକୁ ସମ୍ପର୍କୀୟ ପରିଚୟ ଦେଇ ଜଣେ ବ୍ୟକ୍ତି ଉଠାଇ ନେବା ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri