ପତିତପାବନ ହେବେ ନାଗାର୍ଜୁନ ବେଶ

ପୁରୀ ଅଫିସ,୧୭।୧୦: ଆସନ୍ତା ନଭେମ୍ବର ୨୭ରେ ନାଗାର୍ଜୁନ ବେଶ। ମାତ୍ର ମହାପ୍ରଭୁଙ୍କ ଏହି ବୀର ବେଶ ଦର୍ଶନରୁ ଭକ୍ତମାନେ ବଞ୍ଚତ୍ତ ହେବା ଏକପ୍ରକାର ନିଶ୍ଚିତ। କାରଣ ମହାମାରୀ କରୋନା ପାଇଁ ୭ମାସ ହେଲାଣି ଭକ୍ତଙ୍କୁ ଶ୍ରୀମନ୍ଦିରକୁ ଛଡ଼ାଯାଉ ନାହିଁ। ଆଗକୁ ଶୀତ ଦିନ ଆସୁଥିବାରୁ କାର୍ତ୍ତିକ ମାସରେ ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବା ଆଶା ମଉଳିଗଲାଣି। ମୁଖ୍ୟ ପ୍ରଶାସକ ଶ୍ରୀମନ୍ଦିର ସେବାୟତ ନିଯୋଗ ଏବଂ ବିଭିନ୍ନ ପକ୍ଷଙ୍କ ସହ ଆଲୋଚନା କରିବା ସମୟରେ ଅଧିକାଂଶ କାର୍ତ୍ତିକ ମାସ ଶେଷ ପର୍ଯ୍ୟନ୍ତ ମନ୍ଦିର ନ ଖୋଲିବାକୁ ମତ ଦେଇଛନ୍ତି। ତେଣୁ କାର୍ତ୍ତିକର ପଞ୍ଚକରେ ପଡୁଥିବା ନାଗାର୍ଜୁନ ବେଶ ଦର୍ଶନରୁ ଭକ୍ତମାନେ ବଞ୍ଚତ୍ତ ହୋଇପାରନ୍ତି। ୨୬ବର୍ଷ ପରେ ପଡୁଥିବା ଏହି ବେଶରେ ମହାପ୍ରଭୁଙ୍କ ଦର୍ଶନ ନ ହେଲେ ନାହିଁ ପତିତପାବନଙ୍କୁ ଦର୍ଶନ କରିବାର ଭକ୍ତ ଆଶା ରଖିଛନ୍ତି। ତେଣୁ ଏଥର ପତିତପାବନଙ୍କୁ (ରନତ୍ସିଂହାସନରେ ଦାରୁଦିଅଁଙ୍କୁ ଯେପରି) ନାଗାର୍ଜୁନ ବେଶ କରିବାକୁ ସେବକମାନେ ପ୍ରସ୍ତୁତ ଅଛନ୍ତି। ସେହିପରି ବ୍ୟାରିକେଡକୁ ଅରୁଣ ସ୍ତମ୍ଭ ନିକଟକୁ ଘୁଞ୍ଚାଇ ଭକ୍ତଙ୍କୁ ପତିତପାବନଙ୍କ ଦର୍ଶନ ସୁବିଧା ଦେବା ପାଇଁ ମୁଖ୍ୟ ପ୍ରଶାସକଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ଆବଶ୍ୟକ ପଡ଼ିିଲେ ଅନ୍‌ଲାଇନରେ ଭକ୍ତଙ୍କ ପାଇଁ ପତିତପାବନଙ୍କ ଦର୍ଶନ ବ୍ୟବସ୍ଥା କରାଗଲେ ଭଲ ହେବ ବୋଲି ପରିଚାଳନା କମିଟି ସଦସ୍ୟ ମାଧବ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri