ପତିତପାବନ ହେବେ ନାଗାର୍ଜୁନ ବେଶ

ପୁରୀ ଅଫିସ,୧୭।୧୦: ଆସନ୍ତା ନଭେମ୍ବର ୨୭ରେ ନାଗାର୍ଜୁନ ବେଶ। ମାତ୍ର ମହାପ୍ରଭୁଙ୍କ ଏହି ବୀର ବେଶ ଦର୍ଶନରୁ ଭକ୍ତମାନେ ବଞ୍ଚତ୍ତ ହେବା ଏକପ୍ରକାର ନିଶ୍ଚିତ। କାରଣ ମହାମାରୀ କରୋନା ପାଇଁ ୭ମାସ ହେଲାଣି ଭକ୍ତଙ୍କୁ ଶ୍ରୀମନ୍ଦିରକୁ ଛଡ଼ାଯାଉ ନାହିଁ। ଆଗକୁ ଶୀତ ଦିନ ଆସୁଥିବାରୁ କାର୍ତ୍ତିକ ମାସରେ ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବା ଆଶା ମଉଳିଗଲାଣି। ମୁଖ୍ୟ ପ୍ରଶାସକ ଶ୍ରୀମନ୍ଦିର ସେବାୟତ ନିଯୋଗ ଏବଂ ବିଭିନ୍ନ ପକ୍ଷଙ୍କ ସହ ଆଲୋଚନା କରିବା ସମୟରେ ଅଧିକାଂଶ କାର୍ତ୍ତିକ ମାସ ଶେଷ ପର୍ଯ୍ୟନ୍ତ ମନ୍ଦିର ନ ଖୋଲିବାକୁ ମତ ଦେଇଛନ୍ତି। ତେଣୁ କାର୍ତ୍ତିକର ପଞ୍ଚକରେ ପଡୁଥିବା ନାଗାର୍ଜୁନ ବେଶ ଦର୍ଶନରୁ ଭକ୍ତମାନେ ବଞ୍ଚତ୍ତ ହୋଇପାରନ୍ତି। ୨୬ବର୍ଷ ପରେ ପଡୁଥିବା ଏହି ବେଶରେ ମହାପ୍ରଭୁଙ୍କ ଦର୍ଶନ ନ ହେଲେ ନାହିଁ ପତିତପାବନଙ୍କୁ ଦର୍ଶନ କରିବାର ଭକ୍ତ ଆଶା ରଖିଛନ୍ତି। ତେଣୁ ଏଥର ପତିତପାବନଙ୍କୁ (ରନତ୍ସିଂହାସନରେ ଦାରୁଦିଅଁଙ୍କୁ ଯେପରି) ନାଗାର୍ଜୁନ ବେଶ କରିବାକୁ ସେବକମାନେ ପ୍ରସ୍ତୁତ ଅଛନ୍ତି। ସେହିପରି ବ୍ୟାରିକେଡକୁ ଅରୁଣ ସ୍ତମ୍ଭ ନିକଟକୁ ଘୁଞ୍ଚାଇ ଭକ୍ତଙ୍କୁ ପତିତପାବନଙ୍କ ଦର୍ଶନ ସୁବିଧା ଦେବା ପାଇଁ ମୁଖ୍ୟ ପ୍ରଶାସକଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ଆବଶ୍ୟକ ପଡ଼ିିଲେ ଅନ୍‌ଲାଇନରେ ଭକ୍ତଙ୍କ ପାଇଁ ପତିତପାବନଙ୍କ ଦର୍ଶନ ବ୍ୟବସ୍ଥା କରାଗଲେ ଭଲ ହେବ ବୋଲି ପରିଚାଳନା କମିଟି ସଦସ୍ୟ ମାଧବ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?