ସଂଗ୍ରହାଳୟରେ ରହିବ ନାଗାର୍ଜୁନ ବେଶ

ପୁରୀ ଅଫିସ,୨୫ା୧୧: ନାଗାର୍ଜୁନ ବେଶ ଓଲାଗି ପରେ ଏହି ବେଶ କ’ଣ ହେବ ତାକୁ ନେଇ ଚାଲିଥିବା ଚର୍ଚ୍ଚାରେ ପୂର୍ଣ୍ଣଛେଦ ପଡ଼ିଛି। ପରିଚାଳନା କମିଟି ଏବଂ ଛତିଶା ନିଯୋଗ ବୈଠକରେ ଏହା ଆଲୋଚନା ହୋଇଥିଲେ ବି ଚୂଡ଼ାନ୍ତ ହୋଇପାରି ନ ଥିଲା। କିନ୍ତୁ ମଙ୍ଗଳବାର ନାଗାର୍ଜୁନ ବେଶ ସମ୍ପୃକ୍ତ ସେବାୟତଙ୍କ ବୈଠକରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇଛି। ଏହି ବେଶ ଓଲାଗି ପରେ ଏହାକୁ କେହି ବ୍ୟକ୍ତିବିଶେଷ ନେବେ ନାହିଁ। ଶ୍ରୀମନ୍ଦିର ପ୍ରଶାସନ ଏହାକୁ ନିଜ ପାଖରେ ରଖିବ। ଅବଢ଼ା ଯୋଜନାରେ ପୁରୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ସଂଗ୍ରହାଳୟ ତିଆରି କରାଯିବ। ଏଥିରେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ରଖାଯିବ। ଏହି ବେଶ ପାଇବାକୁ ଥିବା ସେବାୟତଙ୍କୁ ମନ୍ଦିର ପ୍ରଶାସନ ପକ୍ଷରୁ ଅର୍ଥରାଶି ପ୍ରଦାନ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର କହିଛନ୍ତି। ସଂଗ୍ରହାଳୟରେ ଏହି ବେଶ ରଖାଗଲେ ଶ୍ରଦ୍ଧାଳୁ ଦେଖିପାରିବେ। ଯେହେତୁ ଏଥର ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ଭକ୍ତ ଦେଖିପାରିବେ ନାହିଁ ତାହାକୁ ନଜରରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ...

ସୁନାବେଡ଼ା ଅଞ୍ଚଳରେ ବାଘ ଆତଙ୍କ: ଲୋକେ ଆତଙ୍କିତ

ନୂଆପଡ଼ା,୨୯ା୧୨(ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଦେଇ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ସୁନାବେଡ଼ା-ଦାତୁନାମା ରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା...

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri