ସଂଗ୍ରହାଳୟରେ ରହିବ ନାଗାର୍ଜୁନ ବେଶ

ପୁରୀ ଅଫିସ,୨୫ା୧୧: ନାଗାର୍ଜୁନ ବେଶ ଓଲାଗି ପରେ ଏହି ବେଶ କ’ଣ ହେବ ତାକୁ ନେଇ ଚାଲିଥିବା ଚର୍ଚ୍ଚାରେ ପୂର୍ଣ୍ଣଛେଦ ପଡ଼ିଛି। ପରିଚାଳନା କମିଟି ଏବଂ ଛତିଶା ନିଯୋଗ ବୈଠକରେ ଏହା ଆଲୋଚନା ହୋଇଥିଲେ ବି ଚୂଡ଼ାନ୍ତ ହୋଇପାରି ନ ଥିଲା। କିନ୍ତୁ ମଙ୍ଗଳବାର ନାଗାର୍ଜୁନ ବେଶ ସମ୍ପୃକ୍ତ ସେବାୟତଙ୍କ ବୈଠକରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇଛି। ଏହି ବେଶ ଓଲାଗି ପରେ ଏହାକୁ କେହି ବ୍ୟକ୍ତିବିଶେଷ ନେବେ ନାହିଁ। ଶ୍ରୀମନ୍ଦିର ପ୍ରଶାସନ ଏହାକୁ ନିଜ ପାଖରେ ରଖିବ। ଅବଢ଼ା ଯୋଜନାରେ ପୁରୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ସଂଗ୍ରହାଳୟ ତିଆରି କରାଯିବ। ଏଥିରେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ରଖାଯିବ। ଏହି ବେଶ ପାଇବାକୁ ଥିବା ସେବାୟତଙ୍କୁ ମନ୍ଦିର ପ୍ରଶାସନ ପକ୍ଷରୁ ଅର୍ଥରାଶି ପ୍ରଦାନ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର କହିଛନ୍ତି। ସଂଗ୍ରହାଳୟରେ ଏହି ବେଶ ରଖାଗଲେ ଶ୍ରଦ୍ଧାଳୁ ଦେଖିପାରିବେ। ଯେହେତୁ ଏଥର ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ଭକ୍ତ ଦେଖିପାରିବେ ନାହିଁ ତାହାକୁ ନଜରରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଫାଶରେ ଲାଗି ଚାଲିଗଲା ମହିଳା ଚାଷୀଙ୍କ ଜୀବନ, ପରିବାର ଉପରେ ଭାଙ୍ଗିପଡ଼ିଲା ଦୁଃଖର ପାହାଡ଼

ବୁଗୁଡ଼ା,୧୨ା୭(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ାରେ ବିଲକୁ ଯାଇ ଫେରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ମହିଳା ଚାଷୀଙ୍କ ମୃତ୍ୟୁ…

ସମୁଦ୍ରରେ ଗାଧୋଇବାବେଳେ ବୁଡ଼ି ଯାଉଥିଲେ ୩ ପର୍ଯ୍ୟଟକ, ଉଦ୍ଧାର କରି…

ପୁରୀ,୧୨ା୭(ଅଜିତ୍‌ କୁମାର ମହାନ୍ତି): ରବିବାର ସମୁଦ୍ରରେ ଗାଧୋଉଥିବାବେଳେ ୩ ପର୍ଯ୍ୟଟକ ବୁଡ଼ିଯାଉଥିଲେ। ଏହି ସମୟରେ ଲାଇଫଗାର୍ଡ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଛନ୍ତି। ସେକ୍ଟର ୯ ଚୈତନ୍ୟ ଛକ…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ବିଦ୍ୟାଳୟ ରାତ୍ର ଜଗୁଆଳଙ୍କ ଜୀବନ, ରେଲିଂରେ ଧକ୍କା ଦେଇ…

ଦାରିଙ୍ଗବାଡ଼ି,୧୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ବୁଡ଼ାଗୁଡା ଛକରେ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ…

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ…

ଉଦଳାରୁ ସମସ୍ତ ରୁଟ୍‌ରେ ବସ ଚଳାଚଳ ବନ୍ଦ

ଉଦଳା,୭।୧୨(ସନ୍ତୋଷ କୁମାର ବାଛିନ): ଉଦଳାରୁ ଆଜିଠାରୁ ସମସ୍ତ ରୁଟ୍‌କୁ ବସ ଚଳାଚଳ ବନ୍ଦ ରହିଛି। ଫଳରେ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତକାଲି ଉଦଳା ବସ…

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ: ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨।୭: ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ଥିବା କେନ୍ଦୁଝର ଜିଲାର ହୋମଗାର୍ଡ ପ୍ରଦୀପ କୁମାର ମହାନ୍ତଙ୍କ ଅକାଳ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହାସହ…

ଟ୍ରେନରୁ ଖସି ଯୁବକ ଗୁରୁତର: ଦେବଦୂତ ସାଜି ଉଦ୍ଧାର କଲେ ସ୍ୱାମୀ-ସ୍ତ୍ରୀ

ଛତ୍ରପୁର ୧୨।୭(ଦିଲ୍ଲୀପି ସାମଲ): ଚଳନ୍ତା ଟ୍ରେନରୁ ଗୋଡ଼ ଖସିଯିବା ଫଳରେ ଜଣେ ଯୁବକ ରେଳ ଧାରଣା କଡ଼କୁ ପଡ଼ି ଗୁରୁତର ଆହତ ହୋଇଛନ୍ତି। ଛତ୍ରପୁର ପୋଡାପଦର ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri