ନାଗୋରନ-କରାବାଖ ତୈଳ ଡିପୋ ବିସ୍ଫୋରଣରେ ୨୦ ଶରଣାର୍ଥୀଙ୍କ ମୃତ୍ୟୁ: ଜାତିଆଣ ନରସଂହାର ଅଭିଯୋଗ ଆଣିଲା ଆର୍ମେନିଆ…

ବାକୁ,୨୬।୯ : ଅଜରବୈଜାନର ନାଗୋରନ-କରାବାଖ ଅଞ୍ଚଳରେ ଥିବା ଏକ ତୈଳ ଡିପୋରେ ବିସ୍ଫୋରଣରେ ଏପର୍ଯ୍ୟନ୍ତ ୨୦ ଜଣ ଶରଣାର୍ଥୀଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ ଶତାଧିକ ଲୋକ ଆହତ ହୋଇଛନ୍ତି। ମିଡିଆ ରିପୋର୍ଟ ଅନୁଯାୟୀ ପ୍ରାୟ ୩୦୦ଲୋକ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଅନେକ ଆହତଙ୍କ ଅବସ୍ଥା ଗୁରୁତର ରହିଛି। ଏଭଳି ପରିସ୍ଥିତିରେ ମୃତ୍ୟୁସଂଖ୍ୟା ବୃଦ୍ଧି ହେବାର ଆଶଙ୍କା ରହିଛି। ଆର୍ମେନିଆ ଏହି ବିସ୍ଫୋରଣକୁ ଜାତିଆଣ ନରସଂହାର ବୋଲି କହିଛି। ବିସ୍ଫୋରଣର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ।

ଖବର ଅନୁଯାୟୀ, ନାଗୋରନ କରାବାଖର ଷ୍ଟେପାନାକର୍ଟ ସହରରେ ଏହି ଘଟଣା ଘଟିଛି। ସ୍ଥାନୀୟ ପ୍ରଶାସନ କହିଛି ୧୩ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି ଏବଂ ଡାକ୍ତରଖାନାରେ ଚିକିତ୍ସା ସମୟରେ ୭ ଜଣଙ୍କର ମୃତ୍ୟୁ ହୋଇଛି। ମୃତଦେହକୁ ଚିହ୍ନଟ କରିବା ପାଇଁ ପ୍ରୟାସ କରାଯାଉଛି। ଆର୍ମେନିଆର ପ୍ରଧାନମନ୍ତ୍ରୀ ନିକୋଲ ପେଶିନିଆନ କହିଛନ୍ତି ଏହି ଅଞ୍ଚଳରେ ଜାତିଆଣ ନରସଂହାର ଚାଲିଛି। ଅଜରବୈଜାନ କହିଛି ଏହା ପାରମ୍ପାରିକ ଆର୍ମେନୀୟମାନଙ୍କୁ ଅନ୍ତର୍ଭୁକ୍ତ କରିବାକୁ ଚାହୁଁଛି ଏବଂ ସମସ୍ତଙ୍କୁ ସମାନ ବୋଲି ଭାବୁଛି।

ନାଗୋରନ କରାବାଖ ଏକ ପାର୍ବତ୍ୟ ଅଞ୍ଚଳ, ଯାହା ଅନ୍ତର୍ଜାତୀୟ ସ୍ତରରେ ଅଜରବୈଜାନର ଅଞ୍ଚଳ ଭାବରେ ପରିଗଣିତ ହୁଏ କିନ୍ତୁ ଏହାକୁ ଗତ ତିନି ଦଶନ୍ଧି ଧରି ଆର୍ମେନୀୟମାନେ ନିୟନ୍ତ୍ରଣ କରିଆସୁଛନ୍ତି। ଏହି ପ୍ରସଙ୍ଗରେ ରୁଷିଆ ମଧ୍ୟ ଆର୍ମେନିଆକୁ ସମର୍ଥନ କରୁଛି। ଗତ ସପ୍ତାହରେ, ଅଜରବୈଜାନ ସେନା ଏଠାରେ ଏକ ଅପରେଶନ କରିଥିଲା ଯେଉଁଥିରେ ୨୦୦ରୁ ଅଧିକ ଆର୍ମେନିଆ ସାଧାରଣ ନାଗରିକ ନିହତ ହୋଇଥିଲେ। ବର୍ତ୍ତମାନ ଆର୍ମେନୀୟମାନେ ନାଗୋରନ କରାବାଖ ଅଞ୍ଚଳରୁ ସ୍ଥାନାନ୍ତର ଆରମ୍ଭ କରିଛନ୍ତି। ଏହି କାରଣରୁ ଆର୍ମେନିଆ ତୈଳ ଡିପୋ ବିସ୍ଫୋରଣରେ ଲୋକଙ୍କ ମୃତ୍ୟୁକୁ ଜାତିଆଣ ନରସଂହାର ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?