Posted inଜାତୀୟ

ବାଦଲ ଫଟା ବର୍ଷାରେ ନାଗପୁର ଉବୁଟୁବୁ…

ନାଗପୁର,୨୩।୯: ଶୁକ୍ରବାର ରାତିରେ ନାଗପୁରରେ ବାଦଲ ଫଟା ବର୍ଷା ଯୋଗୁ ସାରା ସହର ବନ୍ୟା ଜଳରେ ଉବୁଟୁବୁ ହେବାରେ ଲାଗିଛି। ତଳିଆ ଅଞ୍ଚଳର ଲୋକମାନଙ୍କୁ ସୁରକ୍ଷିତ ଭାବେ ଆଶ୍ରୟ ସ୍ଥଳକୁ ନେବା ପାଇଁ ପ୍ରଶାସନ ଏନଡିଆରଏଫ ଏବଂ ଏସଡିଆରଏଫ ଟିମକୁ ନିୟୋଜିତ କରିଛନ୍ତି। ସହରର ବହୁ ରାସ୍ତା ନଦୀରେ ପରିଣତ ହୋଇଛି।

ପାଣିପାଗ ବିଭାଗ ଅନୁଯାୟୀ, ନାଗପୁର ବିମାନ ବନ୍ଦରରେ ସକାଳ ସାଢ଼େ ୫ ପର୍ଯ୍ୟନ୍ତ ୧୦୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ସ୍କୁଲ ଛୁଟି ଘୋଷଣା କରିଛି। ମହାରାଷ୍ଟ୍ରର ଡେପୁଟି ସିଏମ ଦେବେନ୍ଦ୍ର ଫଡନାଭିସ ସୋସିଆଲ ମିଡିଆରେ ଶେୟାର କରିଥିବା ଏକ ପୋଷ୍ଟରେ ଲେଖିଛନ୍ତି ଲଗାତାର ବର୍ଷା ହେଉଛି, ଯେଉଁ କାରଣରୁ ଅମ୍ବାଝରି ହ୍ରଦରୁ ବନ୍ୟା ଜଳ ପ୍ରବାହିତ ହେଉଛି। ଏହାର ଚତୁର୍ଦ୍ଦିଗରେ ଥିବା ତଳିଆ ଅଞ୍ଚଳ ଅଧିକ ପ୍ରଭାବିତ ହୋଇଛି।

ଡେପୁଟି ସିଏମ ନାଗପୁର କଲେକ୍ଟର, ମ୍ୟୁନିସିପାଲିଟି କର୍ପୋରେଶନ କମିଶନର ଏବଂ ପୋଲିସ କମିଶନରଙ୍କୁ କିଛି ସ୍ଥାନରେ ଫସି ରହିଥିବା ଲୋକଙ୍କୁ ତୁରନ୍ତ ଉଦ୍ଧାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଲୋକଙ୍କୁ ଅମ୍ବାଝରୀ ହ୍ରଦ ଅଞ୍ଚଳରେ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଏନଡିଆରଏଫ ଟିମ ଅମ୍ବାଜାରୀ ଅଞ୍ଚଳରୁ ୬ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛନ୍ତି। ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଏହି ଅପରେଶନ ଜାରି ରହିଛି। ପ୍ରବଳ ବର୍ଷା ହେତୁ ନାଗପୁରର ରାମଦାସପେଟ ଅଞ୍ଚଳରେ ମଧ୍ୟ ବନ୍ୟା ପରିସ୍ଥିତି ଦେଖାଦେଇଛି।

ମହାରାଷ୍ଟ୍ର ଭାଜପା ସଭାପତି ଚନ୍ଦ୍ରଶେଖର ବାୱାନକୁଲେ କହିଛନ୍ତି ତିନି ଘଣ୍ଟା ମଧ୍ୟରେ ୧୧୦ ମିଲିମିଟର ବର୍ଷା ହୋଇଛି, ଯାହା ବହୁତ ଅଧିକ। ଉଦ୍ଧାରକାରୀ ଦଳଙ୍କୁ ନିୟୋଜିତ କରାଯାଇଛି। ଡେପୁଟି ସିଏମ ଫଡନାଭିସ ନିଜେ ପରିସ୍ଥିତି ଉପରେ ନଜର ରଖିଛନ୍ତି। ଶନିବାର ସା ପର୍ଯ୍ୟନ୍ତ ପାଣିପାଗ ବିଭାଗ ପକ୍ଷରୁ ଏକ ସତର୍କ ସୂଚନା ରହିଛି। ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସତର୍କ ରହିବାକୁ ଏବଂ ନିରାପଦ ସ୍ଥାନକୁ ଯିବାକୁ ଏକ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri