Posted inଜାତୀୟ

ବାଦଲ ଫଟା ବର୍ଷାରେ ନାଗପୁର ଉବୁଟୁବୁ…

ନାଗପୁର,୨୩।୯: ଶୁକ୍ରବାର ରାତିରେ ନାଗପୁରରେ ବାଦଲ ଫଟା ବର୍ଷା ଯୋଗୁ ସାରା ସହର ବନ୍ୟା ଜଳରେ ଉବୁଟୁବୁ ହେବାରେ ଲାଗିଛି। ତଳିଆ ଅଞ୍ଚଳର ଲୋକମାନଙ୍କୁ ସୁରକ୍ଷିତ ଭାବେ ଆଶ୍ରୟ ସ୍ଥଳକୁ ନେବା ପାଇଁ ପ୍ରଶାସନ ଏନଡିଆରଏଫ ଏବଂ ଏସଡିଆରଏଫ ଟିମକୁ ନିୟୋଜିତ କରିଛନ୍ତି। ସହରର ବହୁ ରାସ୍ତା ନଦୀରେ ପରିଣତ ହୋଇଛି।

ପାଣିପାଗ ବିଭାଗ ଅନୁଯାୟୀ, ନାଗପୁର ବିମାନ ବନ୍ଦରରେ ସକାଳ ସାଢ଼େ ୫ ପର୍ଯ୍ୟନ୍ତ ୧୦୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ସ୍କୁଲ ଛୁଟି ଘୋଷଣା କରିଛି। ମହାରାଷ୍ଟ୍ରର ଡେପୁଟି ସିଏମ ଦେବେନ୍ଦ୍ର ଫଡନାଭିସ ସୋସିଆଲ ମିଡିଆରେ ଶେୟାର କରିଥିବା ଏକ ପୋଷ୍ଟରେ ଲେଖିଛନ୍ତି ଲଗାତାର ବର୍ଷା ହେଉଛି, ଯେଉଁ କାରଣରୁ ଅମ୍ବାଝରି ହ୍ରଦରୁ ବନ୍ୟା ଜଳ ପ୍ରବାହିତ ହେଉଛି। ଏହାର ଚତୁର୍ଦ୍ଦିଗରେ ଥିବା ତଳିଆ ଅଞ୍ଚଳ ଅଧିକ ପ୍ରଭାବିତ ହୋଇଛି।

ଡେପୁଟି ସିଏମ ନାଗପୁର କଲେକ୍ଟର, ମ୍ୟୁନିସିପାଲିଟି କର୍ପୋରେଶନ କମିଶନର ଏବଂ ପୋଲିସ କମିଶନରଙ୍କୁ କିଛି ସ୍ଥାନରେ ଫସି ରହିଥିବା ଲୋକଙ୍କୁ ତୁରନ୍ତ ଉଦ୍ଧାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଲୋକଙ୍କୁ ଅମ୍ବାଝରୀ ହ୍ରଦ ଅଞ୍ଚଳରେ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଏନଡିଆରଏଫ ଟିମ ଅମ୍ବାଜାରୀ ଅଞ୍ଚଳରୁ ୬ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛନ୍ତି। ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଏହି ଅପରେଶନ ଜାରି ରହିଛି। ପ୍ରବଳ ବର୍ଷା ହେତୁ ନାଗପୁରର ରାମଦାସପେଟ ଅଞ୍ଚଳରେ ମଧ୍ୟ ବନ୍ୟା ପରିସ୍ଥିତି ଦେଖାଦେଇଛି।

ମହାରାଷ୍ଟ୍ର ଭାଜପା ସଭାପତି ଚନ୍ଦ୍ରଶେଖର ବାୱାନକୁଲେ କହିଛନ୍ତି ତିନି ଘଣ୍ଟା ମଧ୍ୟରେ ୧୧୦ ମିଲିମିଟର ବର୍ଷା ହୋଇଛି, ଯାହା ବହୁତ ଅଧିକ। ଉଦ୍ଧାରକାରୀ ଦଳଙ୍କୁ ନିୟୋଜିତ କରାଯାଇଛି। ଡେପୁଟି ସିଏମ ଫଡନାଭିସ ନିଜେ ପରିସ୍ଥିତି ଉପରେ ନଜର ରଖିଛନ୍ତି। ଶନିବାର ସା ପର୍ଯ୍ୟନ୍ତ ପାଣିପାଗ ବିଭାଗ ପକ୍ଷରୁ ଏକ ସତର୍କ ସୂଚନା ରହିଛି। ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସତର୍କ ରହିବାକୁ ଏବଂ ନିରାପଦ ସ୍ଥାନକୁ ଯିବାକୁ ଏକ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri