Posted inଜାତୀୟ

ପ୍ରବଳ ବର୍ଷାରେ ନାଗପୁର ଜଳାର୍ଣ୍ଣବ

ନାଗୁପର,୨୪।୯: ମୁଷଳଧାରାରେ ବର୍ଷା ଯୋଗୁ ନାଗପୁରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସହର ମଧ୍ୟରେ ୩ ଫୁଟରୁ ଅଧିକ ପାଣି ଭରି ରହିଛି। ଶୁକ୍ରବାର ରାତିରୁ ଆରମ୍ଭ ହୋଇଥିବା ମୁଷଳଧାରା ବର୍ଷା ନାଗପୁରବାସୀଙ୍କ ନିଦ ହଜାଇ ଦେଇଛି। ବର୍ଷା ଯୋଗୁ ରାସ୍ତା ଉପରେ ପାଣି ବହିବା ସହ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି। ସେହିପରି ନାଗ ଓ ପିଲି ନଦୀ ସଂଲଗ୍ନ ଅଞ୍ଚଳରେ ଥିବା ଘରଗୁଡ଼ିକରେ ପାଣି ପଶିଯାଇଛି। ନାଗପୁର ମ୍ୟୁନିସିପାଲିଟିର ଅଗ୍ନିଶମ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ କର୍ମଚାରୀଙ୍କ ସହ ଏସ୍‌ଡିଆର୍‌ଏଫ୍‌ ଯବାନମାନେ ପ୍ରଭାବିତ ଅଞ୍ଚଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ପାଣିପାଗ ବିଭାଗର ସୂଚନାନୁସାରେ ନାଗପୁର ବିମାନବନ୍ଦରରେ ଶନିବାର ସକାଳ ୫.୩୦ ସୁଦ୍ଧା ୧୦୬.୭ ମିଲିମିଟିର ବର୍ଷା ହୋଇଛି। ସକାଳୁ ବର୍ଷା ଲାଗି ରହିଥିବାରୁ ଟ୍ରାଫିକ୍‌ ସେବା ପ୍ରଭାବିତ ହୋଇଥିଲା। ସେହିପରି ବର୍ଷା ଯୋଗୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଟ୍ରେନ୍‌, ବସ୍‌ ଓ ବିମାନ ସେବା ପ୍ରଭାବିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭ ଦିନ ପାଇଁ ଇଡି ହାଜତକୁ ଗଲେ ପଞ୍ଜାବ ମନ୍ତ୍ରୀ ଆରୋରା

ଗୁରୁଗ୍ରାମ,୧୧ା୫(ପି.ଟି.): ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହୋଇଥିବା ପଞ୍ଜାବ ଶିଳ୍ପମନ୍ତ୍ରୀ ସଞ୍ଜୀବ ଆରୋରାଙ୍କୁ ଗୁରୁଗ୍ରାମର ଏକ ସ୍ବତନ୍ତ୍ର ପିଏମ୍‌ଏଲ୍‌ଏ କୋର୍ଟ ୭ ଦିନ…

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri