Posted inଜାତୀୟ

ନାଗପୁର ବନ୍ୟାରେ ଉବୁଟୁବୁ, ଶିନ୍ଦେ ପାଳନ କରୁଛନ୍ତି ଗଣେଶ ଉତ୍ସବ: ସଞ୍ଜୟ ରାଉତ…

ମୁମ୍ବାଇ,୨୭।୯ : ମହାରାଷ୍ଟ୍ରର ବର୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ରାଜ୍ୟ ସରକାରଙ୍କୁ କଡା ସମାଲୋଚନାକରିଛନ୍ତି। ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁଁ ବନ୍ୟା ପରିସ୍ଥିତି ଉପୁଜିଛି। ସରକାର ଲୋକଙ୍କ ସମସ୍ୟାକୁ ଅଣଦେଖା କରୁଥିବା ସଞ୍ଜୟ ରାଉତ ଅଭିଯୋଗ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଗଣେଶ ଉତ୍ସବ ପାଳନ କାର୍ଯ୍ୟକ୍ରମରେ ଯୋଗଦେବା ନେଇ ସେ ପ୍ରଶ୍ନ ଉଠାଇଛନ୍ତି।

ନାଗପୁରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସହର ବନ୍ୟା ଜଳରେ ଉବୁଟୁବୁ ହେଉଛି। ମହାରାଷ୍ଟ୍ରର କିଛି ଅଞ୍ଚଳରେ ଏବେ ମରୁଡି ପଡ଼ିଛି। ଶିନ୍ଦେ କାହିଁକି ସେହି ଅଞ୍ଚଳକୁ ଯାଉ ନାହାନ୍ତି ? ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବା ପରିବର୍ତ୍ତେ ବଲିଉଡ ଏବଂ ଟଲିଉଡ ସେଲିବ୍ରିଟିଙ୍କ ସହ ଗଣେଶ ଉତ୍ସବ ପାଳନରେ ମୁଖ୍ୟମନ୍ତ୍ରୀ ବ୍ୟସ୍ତ ଅଛନ୍ତି।

ଗଣମାଧ୍ୟମ ସହ କଥାବାର୍ତ୍ତା ବେଳେ ସଞ୍ଜୟ ରାଉତ ସିଏମ ଶିନ୍ଦେଙ୍କ ବିଦେଶ ଗସ୍ତ ଉପରେ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି। ସେ ମୁଖ୍ୟମନ୍ତ୍ରୀଙ୍କୁ ପଚାରିଛନ୍ତି, ’ଆପଣ ରାଜ୍ୟରେ କେଉଁ ବିନିଯୋଗ ଆଣିବାକୁ ଯାଉଛନ୍ତି? ପ୍ରଥମେ ମହାରାଷ୍ଟ୍ରରୁ ଗୁଜରାଟକୁ ଯାଇଥିବା ନିବେଶକୁ ଫେରାଇ ଆଣ। ଶିନ୍ଦେଙ୍କ ୟୁରୋପ ଗସ୍ତ ସ୍ଥଗିତ ହେବାର କାରଣ ପଚରାଯିବାରୁ ରାଉତ କହିଛନ୍ତି ଶିବସେନା (ୟୁବିଟି), ଆଦିତ୍ୟ ଠାକରେ ଏବଂ ମହାରାଷ୍ଟ୍ରର ଲୋକଙ୍କୁ ମୁଖ୍ୟମନ୍ତ୍ରୀ ଭୟ କରୁଛନ୍ତି।

ଯେତେବେଳେ ମହାରାଷ୍ଟ୍ର ଅସୁବିଧାର ସମ୍ମୁଖୀନ ହେଉଛି, ସେତେବେଳେ ମୁଖ୍ୟମନ୍ତ୍ରୀଙ୍କ ବିଦେଶ ଯାତ୍ରା କରିବାର କୌଣସି କାରଣ ନାହିଁ। ମହାରାଷ୍ଟ୍ରର ଲୋକମାନେ ଦୁଃଖ ଯନ୍ତ୍ରଣା ଭୋଗୁଥିବା ସିଏମ ଗଣେଶ ଉତ୍ସବକୁ ବଡ଼ ବ୍ୟକ୍ତିତ୍ୱମାନଙ୍କ ସହ ପାଳନ କରୁଛନ୍ତି। ଏହା ଅତ୍ୟନ୍ତ ନିନ୍ଦାଜନକ। ଅପେକ୍ଷା କରନ୍ତୁ ରାଜ୍ୟର ଜନତା ଏହାର ଉପଯୁକ୍ତ ଜବାବ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri