Posted inଖେଳ

ଉଦ୍‌ଘାଟନୀ ମ୍ୟାଚ୍‌ରେ ନାଗପୁର ବିଜୟୀ

ବନ୍ତ, ୨୩।୧ (ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋସ୍ଥିତ ହନୁମାନଜୀଉ ମିନିଷ୍ଟାଡିୟମରେ ଟିଲୋ ଆଥ୍‌ଲେଟିକ ଆସୋସିଏଶନ ପକ୍ଷରୁ ୨୮ତମ ଅନ୍ତର୍ଜାତୀୟ ପ୍ରଦୀପ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟ ଟିଲୋ କପ୍‌ ରବିବାର ଉଦ୍‌ଘାଟିତ ହୋଇଛି। ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଅନ୍ୟତମ ଅତିଥି ଭାବେ ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର, ରାଜ୍ୟ ସଭା ସଦସ୍ୟ ସୁଲତା ଦେଓ, ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ, ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଜିଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ ଜେନା, ଅତିରିକ୍ତ ଜିଲାପାଳ କାର୍ତ୍ତିକ ନାଥ ମଣ୍ଡଳ, ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇ ଯୋଗ ଦେଇଥିଲେ।

ଭିଟିସିଏ ନାଗପୁର ଓ ମାନିଗ୍ରୀଭ୍‌ ରାୟପୁର ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ନାଗପୁର ଟିମ୍‌ ଟସ୍‌ ଜିତି ବ୍ୟାଟିଂ ଆରମ୍ଭ କରି ନିର୍ଦ୍ଧାରିତ ୨୦ ଓଭରରେ ସମସ୍ତ ଉଇକେଟ ହରାଇ ୧୨୦ ରନ୍‌ କରିଥିଲା। ଦଳ ପକ୍ଷରୁ ଦିନେଶ କୁମାର ୨୩ ରନ୍‌ କରିଥିଲେ। ପ୍ରତିପକ୍ଷ ବୋଲର ଅଭିଷେକ ୪ ଓଭରରେ ୧୩ ରନ୍‌ ଦେଇ ୨ ଉଇକେଟ ନେଇଥିଲେ। ମାନିଗ୍ରୀଭ୍‌ ରାୟପୁର ସମସ୍ତ ଉଇକେଟ ହରାଇ ୮୮ ରନ୍‌ କରି ହାରିଥିଲା। ରାହୁଲ ଭଗତ ସର୍ବାଧିକ ୩୬ ରନ୍‌ କରିଥିଲେ। ଫଳରେ ଭିଟିସିଏ ନାଗପୁର ୨୮ ରନ୍‌ରେ ବିଜୟୀ ହୋଇଥିଲା। ଜିଆଉଲ ହକ୍‌ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ହୋଇଥିଲେ। ଅମ୍ପାୟର ଭାବେ ଲଲାଟ କେଶରୀ ନନ୍ଦ, ରଞ୍ଜନ ମହାନ୍ତି, ମ୍ୟାଚ୍‌ ରେଫରି ଅଶୋକ ଜେନା, ସ୍କୋରର ନିରଞ୍ଜନ ଘୋଷ, ହରିଶ ମୁଖୀ, ଭାଷ୍ୟକାର ଭାବେ ପବିତ୍ର ନାୟକ, ଜ୍ଞାନ ଘଡେଇ ଓ ଆଝାରୁଦ୍ଦିନ ଥିଲେ।

ଅନ୍ୟମାନଙ୍କ ମଧ୍ୟରେ ମେଗା ବିଲ୍ଡର୍ସର ଏମ୍‌ଡି ସୂର୍ଯ୍ୟକାନ୍ତ ବେହେରା, ବିଡିଓ ପ୍ରଦୀପ ସେଠୀ, ପୂର୍ବତନ ବିଧାୟକ ପଞ୍ଚାନନ ମଣ୍ଡଳ, ଧାରାବାହିକ ଅଭିନେତ୍ରୀ ଦେବସ୍ମିତା ପଣ୍ଡା, ଆସୋସିଏଶନର ସଭାପତି ଇଂ. ଲକି ମାଷ୍ଟର ସ୍ବାଇଁ, ବ୍ଲକ ଉପାଧ୍ୟକ୍ଷା ପ୍ରଗତିବାଳା ସ୍ବାଇଁ, ଜିଲା ମହିଳା ବିଜେଡି ସଭାନେତ୍ରୀ ବିଦ୍ୟୁତ୍‌ଲତା ନାୟକ, ବ୍ଲକ ମହିଳା ବିଜେଡି ସଭାନେତ୍ରୀ ନୀହାରିକା ରାଉତ, ସରପଞ୍ଚ ସଂଗ୍ରାମ କେଶରୀ ଜେନା, ସମିତିସଭ୍ୟ ପରମେଶ୍ୱର ବାରିକ ଓ ସୁଧାକର ଧଳ ଯୋଗ ଦେଇଥିଲେ। ଗୀତା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷ ଡ.ମନ୍ମଥ କୁମାର ରାଉଳ ଉଦ୍‌ଘାଟନୀ ସଭା ପରିଚାଳନା କରିଥିଲେ। ଆସୋସିଏଶନର ଉପସଭାପତି ଅସିତ କର, ସମ୍ପାଦକ ଅମରଜିତ୍‌ ସ୍ବାଇଁ, ରମାକାନ୍ତ ପାଣିଗ୍ରାହୀ, ସନ୍ତୋଷ ଧଳ, ପ୍ରକାଶ ସ୍ବାଇଁ, ପର୍ଶୁରାମ ସ୍ବାଇଁ, ସୁବ୍ରତ ପୃଷ୍ଟି ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri