Posted inଖେଳ

ଉଦ୍‌ଘାଟନୀ ମ୍ୟାଚ୍‌ରେ ନାଗପୁର ବିଜୟୀ

ବନ୍ତ, ୨୩।୧ (ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋସ୍ଥିତ ହନୁମାନଜୀଉ ମିନିଷ୍ଟାଡିୟମରେ ଟିଲୋ ଆଥ୍‌ଲେଟିକ ଆସୋସିଏଶନ ପକ୍ଷରୁ ୨୮ତମ ଅନ୍ତର୍ଜାତୀୟ ପ୍ରଦୀପ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟ ଟିଲୋ କପ୍‌ ରବିବାର ଉଦ୍‌ଘାଟିତ ହୋଇଛି। ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଅନ୍ୟତମ ଅତିଥି ଭାବେ ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର, ରାଜ୍ୟ ସଭା ସଦସ୍ୟ ସୁଲତା ଦେଓ, ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ, ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଜିଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ ଜେନା, ଅତିରିକ୍ତ ଜିଲାପାଳ କାର୍ତ୍ତିକ ନାଥ ମଣ୍ଡଳ, ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇ ଯୋଗ ଦେଇଥିଲେ।

ଭିଟିସିଏ ନାଗପୁର ଓ ମାନିଗ୍ରୀଭ୍‌ ରାୟପୁର ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ନାଗପୁର ଟିମ୍‌ ଟସ୍‌ ଜିତି ବ୍ୟାଟିଂ ଆରମ୍ଭ କରି ନିର୍ଦ୍ଧାରିତ ୨୦ ଓଭରରେ ସମସ୍ତ ଉଇକେଟ ହରାଇ ୧୨୦ ରନ୍‌ କରିଥିଲା। ଦଳ ପକ୍ଷରୁ ଦିନେଶ କୁମାର ୨୩ ରନ୍‌ କରିଥିଲେ। ପ୍ରତିପକ୍ଷ ବୋଲର ଅଭିଷେକ ୪ ଓଭରରେ ୧୩ ରନ୍‌ ଦେଇ ୨ ଉଇକେଟ ନେଇଥିଲେ। ମାନିଗ୍ରୀଭ୍‌ ରାୟପୁର ସମସ୍ତ ଉଇକେଟ ହରାଇ ୮୮ ରନ୍‌ କରି ହାରିଥିଲା। ରାହୁଲ ଭଗତ ସର୍ବାଧିକ ୩୬ ରନ୍‌ କରିଥିଲେ। ଫଳରେ ଭିଟିସିଏ ନାଗପୁର ୨୮ ରନ୍‌ରେ ବିଜୟୀ ହୋଇଥିଲା। ଜିଆଉଲ ହକ୍‌ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ହୋଇଥିଲେ। ଅମ୍ପାୟର ଭାବେ ଲଲାଟ କେଶରୀ ନନ୍ଦ, ରଞ୍ଜନ ମହାନ୍ତି, ମ୍ୟାଚ୍‌ ରେଫରି ଅଶୋକ ଜେନା, ସ୍କୋରର ନିରଞ୍ଜନ ଘୋଷ, ହରିଶ ମୁଖୀ, ଭାଷ୍ୟକାର ଭାବେ ପବିତ୍ର ନାୟକ, ଜ୍ଞାନ ଘଡେଇ ଓ ଆଝାରୁଦ୍ଦିନ ଥିଲେ।

ଅନ୍ୟମାନଙ୍କ ମଧ୍ୟରେ ମେଗା ବିଲ୍ଡର୍ସର ଏମ୍‌ଡି ସୂର୍ଯ୍ୟକାନ୍ତ ବେହେରା, ବିଡିଓ ପ୍ରଦୀପ ସେଠୀ, ପୂର୍ବତନ ବିଧାୟକ ପଞ୍ଚାନନ ମଣ୍ଡଳ, ଧାରାବାହିକ ଅଭିନେତ୍ରୀ ଦେବସ୍ମିତା ପଣ୍ଡା, ଆସୋସିଏଶନର ସଭାପତି ଇଂ. ଲକି ମାଷ୍ଟର ସ୍ବାଇଁ, ବ୍ଲକ ଉପାଧ୍ୟକ୍ଷା ପ୍ରଗତିବାଳା ସ୍ବାଇଁ, ଜିଲା ମହିଳା ବିଜେଡି ସଭାନେତ୍ରୀ ବିଦ୍ୟୁତ୍‌ଲତା ନାୟକ, ବ୍ଲକ ମହିଳା ବିଜେଡି ସଭାନେତ୍ରୀ ନୀହାରିକା ରାଉତ, ସରପଞ୍ଚ ସଂଗ୍ରାମ କେଶରୀ ଜେନା, ସମିତିସଭ୍ୟ ପରମେଶ୍ୱର ବାରିକ ଓ ସୁଧାକର ଧଳ ଯୋଗ ଦେଇଥିଲେ। ଗୀତା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷ ଡ.ମନ୍ମଥ କୁମାର ରାଉଳ ଉଦ୍‌ଘାଟନୀ ସଭା ପରିଚାଳନା କରିଥିଲେ। ଆସୋସିଏଶନର ଉପସଭାପତି ଅସିତ କର, ସମ୍ପାଦକ ଅମରଜିତ୍‌ ସ୍ବାଇଁ, ରମାକାନ୍ତ ପାଣିଗ୍ରାହୀ, ସନ୍ତୋଷ ଧଳ, ପ୍ରକାଶ ସ୍ବାଇଁ, ପର୍ଶୁରାମ ସ୍ବାଇଁ, ସୁବ୍ରତ ପୃଷ୍ଟି ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri