ସାପ ହେଲେ ବି ମା’: ଭୋକରେ ମରିଗଲା, ହେଲେ ଛୁଆଙ୍କୁ ଖାଇଲାନି

ଭୁବନେଶ୍ୱର,୨୦।୭(ବ୍ୟୁରୋ): ଛୁଆ ପାଇଁ ମା’ ସବୁକିଛି। ଛୁଆଙ୍କ ପାଇଁ ସେ ତା ଜୀବନ ଦେବାକୁ ମଧ୍ୟ ପଛାଏ ନାହିଁ। ନିଜେ ମା’ର ପରିଚୟ ସୃଷ୍ଟି କରିଛି ନାଗୁଣି। ଛୁଆଙ୍କୁ ଜଗି ଜଗି ନିଜେ ଭୋକରେ ଜୀବନ ହାରିଲା ପଛେ, ହେଲେ ଛୁଆଙ୍କୁ ଖାଇଲାନି । ଏଭଳି ଅନନ୍ୟ ଘଟଣା ଦେଖିବାକୁ ମିଳିଛି କଟକ ଜିଲା ବାଙ୍କୀ ଦୋଳଣାପୁରରେ ।
ମିଳିଥିବା ସୂଚନା ଅନୁଯାୟୀ, ଦୋଳଣାପୁର ଗ୍ରାମର ଲକ୍ଷ୍ମୀଧର ପରିଡ଼ାଙ୍କ ପାଇଖାନା ଟାଙ୍କି ମରାମତି କରିବାକୁ ଯିବା ବେଳେ କିଛି ନାଗ ସାପ ଛୁଆ ଏବଂ କିଛି ଅଣ୍ଡା ଦେଖିବାକୁ ପାଇଥିଲେ । ପାଖରେ ଏକ ବଡ଼ ନାଗ ସାପ ମରି ପଡ଼ିଥିବା ଦେଖିଥିଲେ। ସେ ସ୍ନେକ ହେଲ୍ପ ଲାଇନ୍‌ ସାଧାରଣ ସମ୍ପାଦକ ଶୁଭେନ୍ଦୁ ମଲ୍ଲିକଙ୍କ ସହାୟତା ଲୋଡିଥିଲେ। ସ୍ନେକ ହେଲ୍ପ ଲାଇନର ଏକ ୨ଜଣିଆ ଟିମ ଘଟଣାସ୍ଥଳରେ ପହଞ୍ଚିଥିଲା ।
ଟାଙ୍କି ଭିତରକୁ ସେଠାରୁ ୧୪ଟି ନାଗସାପ ଛୁଆଙ୍କୁ ଉଦ୍ଧାର କରି ଏକ ପ୍ଲାଷ୍ଟିକ ବାଲଟିିରେ ରଖି ଉପରକୁ ଆସିଥିଲେ । ଟାଙ୍କି ଭିତରେ ବର୍ଷା ପାଣି ପଶି ସନ୍ତସନ୍ତିଆ ହେବା ସହିତ ଅପରିଷ୍କାର ପରିବେଶ ମଧ୍ୟ ସୃଷ୍ଟି ହୋଇଥିଲା । ଅନେକ ଅଣ୍ଡା ଖୋଳପା ପାଣି ଲାଗି ନଷ୍ଟ ହୋଇଯାଇଥିଲା । ତେବେ ୮ଟି ଅଣ୍ଡା ଭଲ ଅବସ୍ଥାରେ ଥିଲା । ସାପ ଛୁଆ ଗୁଡ଼ିକୁ ଗାଁ ଠାରୁ ଦୂରରେ ପାଣି ଥିବା ପ୍ରାକୃତିକ ଆବାସସ୍ଥଳୀରେ ଛାଡ଼ି ଦିଆଯାଇଛି । ଶୁଭେନ୍ଦୁ ମଲ୍ଲିକ କହିଛନ୍ତି ଗୋଟିଏ ବଡ ନାଗ ସାପ ଛୋଟ ନାଗ ସାପକୁ ଖାଇବା କିଛି ନୂଆ ଘଟଣା ନୁହେଁ । କିନ୍ତୁ ଏଠି ମା’ ସାପଟି ନିଜେ ଭୋକରେ ମରିଗଲା ପଛେ, ନିଜର ଛୁଆଙ୍କୁ ଖାଇଲା ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ…

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍‌ବୋଧନ 

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri