ଭୁବନେଶ୍ୱର,୨୦।୭(ବ୍ୟୁରୋ): ଛୁଆ ପାଇଁ ମା’ ସବୁକିଛି। ଛୁଆଙ୍କ ପାଇଁ ସେ ତା ଜୀବନ ଦେବାକୁ ମଧ୍ୟ ପଛାଏ ନାହିଁ। ନିଜେ ମା’ର ପରିଚୟ ସୃଷ୍ଟି କରିଛି ନାଗୁଣି। ଛୁଆଙ୍କୁ ଜଗି ଜଗି ନିଜେ ଭୋକରେ ଜୀବନ ହାରିଲା ପଛେ, ହେଲେ ଛୁଆଙ୍କୁ ଖାଇଲାନି । ଏଭଳି ଅନନ୍ୟ ଘଟଣା ଦେଖିବାକୁ ମିଳିଛି କଟକ ଜିଲା ବାଙ୍କୀ ଦୋଳଣାପୁରରେ ।
ମିଳିଥିବା ସୂଚନା ଅନୁଯାୟୀ, ଦୋଳଣାପୁର ଗ୍ରାମର ଲକ୍ଷ୍ମୀଧର ପରିଡ଼ାଙ୍କ ପାଇଖାନା ଟାଙ୍କି ମରାମତି କରିବାକୁ ଯିବା ବେଳେ କିଛି ନାଗ ସାପ ଛୁଆ ଏବଂ କିଛି ଅଣ୍ଡା ଦେଖିବାକୁ ପାଇଥିଲେ । ପାଖରେ ଏକ ବଡ଼ ନାଗ ସାପ ମରି ପଡ଼ିଥିବା ଦେଖିଥିଲେ। ସେ ସ୍ନେକ ହେଲ୍ପ ଲାଇନ୍ ସାଧାରଣ ସମ୍ପାଦକ ଶୁଭେନ୍ଦୁ ମଲ୍ଲିକଙ୍କ ସହାୟତା ଲୋଡିଥିଲେ। ସ୍ନେକ ହେଲ୍ପ ଲାଇନର ଏକ ୨ଜଣିଆ ଟିମ ଘଟଣାସ୍ଥଳରେ ପହଞ୍ଚିଥିଲା ।
ଟାଙ୍କି ଭିତରକୁ ସେଠାରୁ ୧୪ଟି ନାଗସାପ ଛୁଆଙ୍କୁ ଉଦ୍ଧାର କରି ଏକ ପ୍ଲାଷ୍ଟିକ ବାଲଟିିରେ ରଖି ଉପରକୁ ଆସିଥିଲେ । ଟାଙ୍କି ଭିତରେ ବର୍ଷା ପାଣି ପଶି ସନ୍ତସନ୍ତିଆ ହେବା ସହିତ ଅପରିଷ୍କାର ପରିବେଶ ମଧ୍ୟ ସୃଷ୍ଟି ହୋଇଥିଲା । ଅନେକ ଅଣ୍ଡା ଖୋଳପା ପାଣି ଲାଗି ନଷ୍ଟ ହୋଇଯାଇଥିଲା । ତେବେ ୮ଟି ଅଣ୍ଡା ଭଲ ଅବସ୍ଥାରେ ଥିଲା । ସାପ ଛୁଆ ଗୁଡ଼ିକୁ ଗାଁ ଠାରୁ ଦୂରରେ ପାଣି ଥିବା ପ୍ରାକୃତିକ ଆବାସସ୍ଥଳୀରେ ଛାଡ଼ି ଦିଆଯାଇଛି । ଶୁଭେନ୍ଦୁ ମଲ୍ଲିକ କହିଛନ୍ତି ଗୋଟିଏ ବଡ ନାଗ ସାପ ଛୋଟ ନାଗ ସାପକୁ ଖାଇବା କିଛି ନୂଆ ଘଟଣା ନୁହେଁ । କିନ୍ତୁ ଏଠି ମା’ ସାପଟି ନିଜେ ଭୋକରେ ମରିଗଲା ପଛେ, ନିଜର ଛୁଆଙ୍କୁ ଖାଇଲା ନାହିଁ ।
ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ
ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…
ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ
ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…
ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ
ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…
ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ
ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…
ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ
ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…
ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ
ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…
Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ
ଭୁବନେଶ୍ୱର,୧୧ା୧୦(ସୁନିତ୍ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…
ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍ଶାରେ ଉତ୍ତେଜନା
କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

