Posted inଖେଳ

ଶାରଜାରେ ଛକା ବର୍ଷା କଲା ଆଫଗାନିସ୍ତାନ

ଶାରଜା,୨୫।୧୦: ଶାରଜାର ଧିମା ପିଚ୍‌ରେ ସବୁଠୁ ବଡ଼ ସ୍କୋର ଛିଡ଼ା କରିଛି ଆଫଗାନିସ୍ତାନ। ସ୍କଟଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ମହମ୍ମଦ ନବିଙ୍କ ନେତୃତ୍ୱାଧୀନ ଦଳ ଧାର୍ଯ୍ୟ ୨୦ ଓଭରରେ ୪ ଉଇକେଟ ହରାଇ ୧୯୦ ରନ୍‌ କରିଛି। ଏହା ଚଳିତ ଟି୨୦ ବିଶ୍ୱକପ୍‌ର ସର୍ବାଧିକ ଦଳଗତ ସ୍କୋର। କେବଳ ଏତିକି ନୁହେଁ, ମ୍ୟାଚ୍‌ରେ ଆଫଗାନିସ୍ତାନର ବ୍ୟାଟ୍ସମ୍ୟାନମାନେ ୧୧ ଛକା ଲଗାଇଥିଲା। ଏପର୍ଯ୍ୟନ୍ତ ଇଭେଣ୍ଟରେ କୌଣସି ଦଳ ଏତେ ସଂଖ୍ୟକ ଛକା ଲଗାଇ ନାହିଁ।

ଆରମ୍ଭରୁ ହଜାରୁତୁଲା ଜଜାଇ (୪୪ ରନ୍‌, ୩ ଛକା ଓ ୩ ଚୌକା) ଓ ମହମ୍ମଦ ଶେହଜାଦ (୨୨ ରନ୍‌, ୨ ଚୌକା ଓ ୧ ଛକା)ଙ୍କ ଓପନିଂ ଯୋଡ଼ି ପାଓ୍ବରପ୍ଲେରେ ୫୪ ରନ୍‌ କରିଥିଲେ। ଦୁହେଁ ଆଉଟ୍‌ ହେବା ପରେ ରେହମାନୁଲା ଗୁର୍ବାଜ ୪୬ (୧ ଚୌକା ଓ ୪ ଛକା) ଓ ନାଜିବୁଲା ଜଡରାନ ୫୯ (୫ ଚୌକା ଓ ୩ ଛକା) ରନ୍‌ର ଇନିଂସ ଖେଳିଥିଲେ। ଶେଷକୁ ଅଧିନାୟକ ମହମ୍ମଦ ନବି ୨ ଚୌକା ସହାୟତାରେ ୧୧ ରନ୍‌ ଲଗାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri