ଆଜି ପହଞ୍ଚିବେ ନାକ୍‌ ଟିମ୍‌

ବାଲେଶ୍ୱର,୧୨।୯(ମାନସ ବିଶ୍ୱାଳ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ନ୍ୟାସନାଲ ଆସେସମେଣ୍ଟ ଆଣ୍ଡ ଆକ୍ରିଡିଟେଶନ କାଉନସିଲ (ନାକ୍‌) ପିୟର ଟିମ୍‌ ପହଞ୍ଚିବେ। ବିଶ୍ୱବିଦ୍ୟାଳୟରେ ଶୈକ୍ଷିକ ବାତାବରଣ ତଥା ଶୈକ୍ଷିକ ଗୁଣବତ୍ତାକୁ ନାକ୍‌ ତରଫରୁ ଏକ ୬ ଜଣିଆ ପ୍ରତିନିଧି ଦଳ ମୂଲ୍ୟାୟନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ସମସ୍ତ ପ୍ରକାର ପ୍ରାକ୍‌ ପ୍ରସ୍ତୁତି ସରିଥିବା ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଏକ ପ୍ରେସ୍‌ ବିବୃତିରେ ସୂଚନା ଦେଇଛନ୍ତି।
ପ୍ରକାଶଯୋଗ୍ୟ, ଚଳିତବର୍ଷ ଫକୀର ମୋହନ ବିଶ୍ୱବିଦ୍ୟାଳୟରେ ସେକେଣ୍ଡ ସାଇକେଲ ନାକ୍‌ ପରିଦର୍ଶନର ଆୟୋଜନ କରାଯାଇଛି। ଏହି ପର୍ଯ୍ୟାୟରେ, ୨୦୧୬ରେ ବିଶ୍ୱବିଦ୍ୟାଳୟରେ ଫାଷ୍ଟ ସାଇକେଲ ନାକ୍‌ ପରିଦର୍ଶନର ଆୟୋଜନ କରାଯାଇଥିଲା। ସେପ୍ଟେମ୍ବର ୧୨ରୁ ୧୪ ତିନି ଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ନାକ୍‌ ପିୟର ଟିମ୍‌ ସଦସ୍ୟମାନଙ୍କ ଦ୍ୱାରା ବିଶ୍ୱବିଦ୍ୟାଳୟ ପକ୍ଷରୁ ଦାଖଲ କରାଯାଇଥିବା ସେଲ୍ଟ ଷ୍ଟଡ଼ି ରିପୋର୍ଟରେ ଉଲ୍ଲେଖ ଥିବା ଗୁଣାତ୍ମକମାନର ଯାଞ୍ଚ କରାଯିବା ସହ ଏହାର ସତ୍ୟାସତ୍ୟ ଆକଳନ କରାଯିବ ଓ ଏହି ଅନୁକ୍ରମରେ ମୂଲ୍ୟାୟନ କରାଯିବ। ଏହି ପରିପ୍ରେକ୍ଷୀରେ ନାକ୍‌ ପିୟର ଟିମ୍‌ ବିଶ୍ୱବିଦ୍ୟାଳୟରେ ଥିବା ବିଭିନ୍ନ ବିଭାଗ ସମୂହ ପରିଦର୍ଶନ କରିବା ସହ, ବିଶ୍ୱବିଦ୍ୟାଳୟର କୁଳପତି, କୁଳସଚିବ, ବିତ୍ତ ନିୟନ୍ତ୍ରକ, ପରୀକ୍ଷା ନିୟନ୍ତ୍ରକ, ବିଶ୍ୱବିଦ୍ୟାଳୟର ଇଣ୍ଟରନାଲ କ୍ୱାଲିଟି ଆସ୍ୟୁରେନ୍ସ ସେଲର ନିର୍ଦ୍ଦେଶକ, କଲେଜ ଡେଭଲପମେଣ୍ଟ କାଉନସିଲର ନିର୍ଦ୍ଦେଶକ, ଛାତ୍ର କଲ୍ୟାଣ ନିର୍ଦ୍ଦେଶକ ତଥା ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷଙ୍କ ସହ ଆଲୋଚନା କରିବେ। ଏଥିସହିତ ନାକ୍‌ର ପ୍ରତିନିଧିମାନେ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରୀଛାତ୍ର, ପ୍ରାକ୍ତନ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀଶିକ୍ଷକ, ଅଣଶିକ୍ଷକ କର୍ମଚାରୀମାନଙ୍କ ସହ ସାକ୍ଷାତ ଆଲୋଚନା କରିବେ। ନାକ୍‌ ଟିମ୍‌ର ପ୍ରତିନିଧିମାନେ ବିଶ୍ୱବିଦ୍ୟାଳୟରେ ଗଢ଼ି ଉଠିଥିବା ବିଭିନ୍ନ ଅନ୍ତଃନିର୍ମାଣ କାର୍ଯ୍ୟର ସମୀକ୍ଷା କରିବା ସହ ଏହାର ଗୁଣବତ୍ତା ମୂଲ୍ୟାୟନ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri