ନାବାଳିକା ଛାତ୍ରୀଙ୍କ ଉଲଗ୍ନ ଫଟୋ ଭାଇରାଲ ଘଟଣା: ଜେଲ ଗଲେ ୨ ଅଭିଯୁକ୍ତ, ଜଣେ ଫେରାର

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ୭ମ ଶ୍ରେଣୀରେ ପଢୁଥିବା ନାବାଳିକା ଛାତ୍ରୀଙ୍କୁ ଉଲଗ୍ନ କରି ଭିଡ଼ିଓ ଫଟୋ ଉତ୍ତୋଳନ କରି ପରେ ଭାଇରାଲ କରିଥିବା ପଦ୍ମନ ନାଇକ ଏବଂ ଜି.ଜଗନ୍ନାଥ ଦୋରାଙ୍କୁ ଦିଗପହଣ୍ଡି ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଗିରଫ କରିଛନ୍ତି। ଥାନାରେ ମାମଲା ନଂ.୫୨/୨୫ ଅନୁଯାୟୀ ସୋମବାର ବ୍ରହ୍ମପୁର ପୋକ୍ସୋ କୋର୍ଟକୁ ଚାଲାଣ କରିଛନ୍ତି। ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ।ଏହି ଘଟଣାରେ ସମ୍ପୃକ୍ତ ଅନ୍ୟଜଣେ ଯୁବକ ଫେରାର ଥିବା ତଦନ୍ତକାରୀ ଅଧିକାରୀ ଆଇଆଇସି କହିଛନ୍ତି।
ସୂଚନାଯୋଗ୍ୟ, ଗତ ଜାନୁଆରୀ ୨୭ ତାରିଖରେ ସ୍କୁଲରେ ମଧ୍ୟାହ୍ନ ବିରତି ପରେ ଅଭିଯୁକ୍ତ ମାନେ ଛାତ୍ରୀଙ୍କୁ ଅପହୃତ କରି ଏକ ନିରୋଳା ସ୍ଥାନକୁ ନେଇ ତାଙ୍କୁ ଉଲଗ୍ନ କରିବା ସହ ତାଙ୍କ ଫଟୋ ଭିଡିଓ ଉତ୍ତୋଳନ କରିଥିଲେ। ପରେ ସେମାନେ ତାଙ୍କୁ ବ୍ଲାକମେଲିଂ କରିଥିଲେ। ଛାତ୍ରୀଜଣକ ଅଭିଯୁକ୍ତମାନଙ୍କ କଥାରେ ସହମତି ପ୍ରକାଶ ନ କରିବାରୁ ଅଭିଯୁକ୍ତମାନେ ମୋବାଇଲ ଫୋନରେ ଉଠାଇଥିବା ଭିଡ଼ିଓ ଏବଂ ଫଟୋ ଭାଇରାଲ କରିଦେଇଥିଲେ। ଛାତ୍ରୀଙ୍କ ବାପା ଘଟଣା ଜାଣିବା ପରେ ସୋମବାର ଦିଗପହଣ୍ଡି ଥାନାରେ ପହଞ୍ଚି ଏତଲା ଦେଇଥିଲେ। ଆଇଆଇସି ଏତଲାକୁ ଭିତ୍ତିକରି ଅଭିଯୁକ୍ତମାନଙ୍କ ବିରୋଧରେ ମୋକଦ୍ଦମା ରୁଜୁ କରିବା ସହ ନିଜେ ଘଟଣାର ତଦନ୍ତ କରି ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଫେରାର ଥିବା ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ଗିରଫ ପାଇଁ ବିଭିନ୍ନ ସନ୍ଦିଗ୍ଧ ଅଞ୍ଚଳରେ ଚଢାଉ ଜାରି ରଖିଛନ୍ତି। ଗିରଫ ଅଭିଯୁକ୍ତଙ୍କଠାରୁ ବ୍ୟବହୃତ ମୋବାଇଲ ଫୋନ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri