କମିଶନରେଟ୍‌ ପୋଲିସକୁ ୬ପିସିଆର୍‌ ଭ୍ୟାନ୍‌ ଦେଲା ନାଲ୍‌କୋ

ଭୁବନେଶ୍ୱର,୨୮।୯: ନବରତ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ପକ୍ଷରୁ ଭୁବନେଶ୍ୱର-କଟକ କମିଶନରେଟ୍‌ ପୋଲିସ୍‌କୁ ୬ଟି ନୂଆ ପୋଲିସ୍‌ ନିୟନ୍ତ୍ରଣ କକ୍ଷ (ପିସିଆର) ଭ୍ୟାନ୍‌ ଯୋଗାଇ ଦିଆଯାଇଛି। ବିଶେଷ କରି ଦ୍ୱୈତ ନଗରୀ (କଟକ-ଭୁବନେଶ୍ୱର) ର ଆଇନ ଶୃଙ୍ଖଳା ନିୟନ୍ତ୍ରଣ ସାଙ୍ଗକୁ ବିଭିନ୍ନ ପରିସ୍ଥିତିର ତଦାରଖ ପ୍ରକ୍ରିୟାକୁ ସୁଦୃଢ଼ କରିବାରେ ଏହା ବେଶ ସହାୟକ ହେବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ମଙ୍ଗଳବାର ସ୍ଥାନୀୟ କମିଶନରେଟ୍‌ ପୋଲିସ୍‌ ମୁଖ୍ୟାଳୟଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ନାଲ୍‌କୋ ପକ୍ଷରୁ ଉକ୍ତ (୬ଟି) ପିସିଆର୍‌ ଭ୍ୟାନ୍‌ ଭୁବନେଶ୍ୱର-କଟକ କମିଶନରେଟ୍‌ ପୋଲିସ୍‌କୁ ପ୍ରଦାନ କରାଯାଇଥିଲା। ଏ ସମ୍ପର୍କରେ ନାଲ୍‌କୋ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦେଶକ ଶ୍ରୀଧର ପାତ୍ର କହଛନ୍ତି, ନାଲ୍‌କୋ କେୟାରିଂ ଓ ଶେୟାରିଂ ମୂଲ୍ୟବୋଧରେ ବିଶ୍ୱାସ କରେ। ଏପରିକି ନାଲ୍‌କୋ ପକ୍ଷରୁ ପୋଲିସ୍‌ ପ୍ରଶାସନକୁ ପ୍ରଦାନ କରାଯାଉଥିବା ପିସଆର୍‌ ଭ୍ୟାନ୍‌ ସମାଜରେ ପ୍ରଭାବଶାଳୀ ପୋଲିସ ବ୍ୟବସ୍ଥା ଏବଂ ଆଇନ ଶୃଙ୍ଖଳା ବଜାୟ ରଖିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ ବୋଲି ପାତ୍ର ମତ ପ୍ରକାଶ କରିଛନ୍ତି। ସେହିଭଳି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ନାଲ୍‌କୋର ଏପରି ଉଦ୍ୟମକୁ ଭୂୟସୀ ପ୍ରଶଂସା କରିବା ସହ ଆଗାମି ଦିନରେ ମଧ୍ୟ କମ୍ପାନୀ ଏପରି ସହାୟତା ଜାରି ରଖିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ ଯେ ନାଲ୍‌କୋ କ୍ରମାଗତ ଭାବେ ସହାୟତା ସ୍ବରୂପ କମିଶନରେଟ୍‌ ପୋଲିସ୍‌କୁ ପିସିଆର ଭ୍ୟାନ୍‌ ପ୍ରଦାନ କରି ଆସୁଛି। କମିଶନରେଟ୍‌ ପୋଲିସ୍‌ ମୁଖ୍ୟାଳୟଠାରେ ଭୁବନେଶ୍ୱର-କଟକ ପୋଲିସ୍‌ କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ଏବଂ ନାଲ୍‌କୋର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦେଶକ ଶ୍ରୀଧର ପାତ୍ର ଆନୁଷ୍ଠାନିକ ଭାବେ ପତାକା ଦେଖାଇ ଉକ୍ତ ପିସିଆର୍‌ ଭ୍ୟାନ୍‌ଗୁଡ଼ିକୁ କମିଶନରେଟ୍‌ ପୋଲିସ୍‌ ଏବଂ ନାଲ୍‌କୋର ଅନ୍ୟ ବରିଷ୍ଠ ଅଧିକାରୀମାନଙ୍କ ଉପସ୍ଥିତିରେ ଶୁଭାରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?