ଚୋରିକୁ ନେଇ ଚିନ୍ତିତ ନାଲ୍‌କୋବାସୀ

ବଅଁରପାଳ, ୪।୩ (ଡି.ଏନ.ଏ.): ଅନୁଗୋଳ ଜିଲା ନାଲ୍‌କୋ ଥାନା ଅଞ୍ଚଳରେ ଅପରାଧ ସଂଖ୍ୟା ବୃଦ୍ଧି ପାଉଛି। ବିଶେଷକରି ଘନ ଘନ ଚୋରି ଅଞ୍ଚଳବାସୀଙ୍କ ଚିନ୍ତାର କାରଣ ପାଲଟିଛି। ପୋଲିସ ପକ୍ଷରୁ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଉ ନ ଥିବାରୁ ଏପରି ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଉଥିବା ଆଲୋଚନା ହେଉଛି।
ଗତ ୧୮ ତାରିଖ ରାତିରେ ନାଲ୍‌କୋ କଲୋନୀର କ୍ୱାର୍ଟର୍ସ ନଂ. ୧୦୦୧ରେ ପଶି ଦୁର୍ବୃତ୍ତମାନେ ଗଡ଼ରେଜ ଭାଙ୍ଗି ସୁନା ଗହଣା ନେଇଯାଇଥିବା ଥାନାରେ ଅଭିଯୋଗ ହୋଇଥିଲା। ସେହି ରାତିରେ କୁଲାଡ଼ ଗ୍ରାମର ଜଣେ ମହିଳାଙ୍କ କବାଟ ଭାଙ୍ଗି ଦୁର୍ବୃତ୍ତମାନେ ଗହଣା ଚୋରି କରିଥିବା ଥାନାରେ ଏତଲା ଦିଆଯାଇଥିଲା। ସେହିପରି ନାଲ୍‌କୋ ସ୍ମେଲଟର ପ୍ଲାଣ୍ଟରେ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା ଥିଲେ ମଧ୍ୟ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କାର କେବୁଲ ଓ କପର ସ୍ମେଲଟର ଷ୍ଟୋରରୁ ଚୋରାଇ ନେଇଥିବା ଅଭିଯୋଗ ହୋଇଛି। ସେହିପରି ଦୁର୍ବୃତ୍ତମାନଙ୍କ କବଳରୁ ମନ୍ଦିର ମଧ୍ୟ ବାଦ୍‌ ପଡ଼ିନାହିଁ। ବଳରାମପ୍ରସାଦ ଶିବ ମନ୍ଦିରରେ ପଶି ଦୁର୍ବୃତ୍ତମାନେ ହୁଣ୍ଡି ବାକ୍ସ ଭାଙ୍ଗି ବହୁ ଟଙ୍କା ଲୁଟି ନେଇଥିବା ବେଳେ ମା’ଦୁର୍ଗା ମନ୍ଦିରରୁ ସୁନା ଗହଣା ଚୋରାଇ ନେଇଛନ୍ତି। ବୁଧବାର ରାତିରେ ପିଙ୍ଗୁଆ ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ପଶି ଲକ୍ଷାଧିକ ଟଙ୍କାର ଲୁହାଛଡ଼ ଚୋରି କରିଛନ୍ତି। ଦୈନିକ ରାତିରେ ଏପରି ଆପରାଧିକ କାର୍ଯ୍ୟକଳାପ ବଢ଼ୁଥିବାବେଳେ ପୋଲିସର ନୀରବତାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ନାଲ୍‌କୋ ପକ୍ଷରୁ ଥାନାକୁ ଗାଡ଼ି ଓ କର୍ମଚାରୀମାନଙ୍କୁ ଘର ଯୋଗାଇ ଦିଆଯାଇଥିଲେ ମଧ୍ୟ ଅଞ୍ଚଳରେ ଅପରାଧ ସଂଖ୍ୟା ବଢ଼ି ଚାଲିବା ଯୋଗୁ ଅସନ୍ତୋଷ ସୃଷ୍ଟି ହୋଇଛି। ଏ ସମ୍ପର୍କରେ ଅନୁଗୋଳ ଏସ୍‌ଡିପିଓ ରମାକାନ୍ତ ମହାଳିକ କହିଛନ୍ତି, ଦୁର୍ବୃତ୍ତମାନଙ୍କୁ ଧରିବା ପାଇଁ ସ୍ବତନ୍ତ୍ର ଟିମ୍‌ ନିୟୋଜିତ କରାଯାଇଛି। ଏଥିପାଇଁ ୨୦୦ କର୍ମଚାରୀ କାର୍ଯ୍ୟରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri