ନାଲ୍‌କୋ ନିବେଶ କରିବ ୩୦ ହଜାର କୋଟି

 

ନୂଆଦିଲ୍ଲୀ/ଭୁବନେଶ୍ୱର: ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌(ନାଲ୍‌କୋ) ୨୦୨୭-୨୮ ଆର୍ଥତ୍କ ବର୍ଷ ସୁଦ୍ଧା ସମ୍ପ୍ରସାରଣ ଯୋଜନା ଅଧୀନରେ ପ୍ରାୟ ୩୦ ହଜାର କୋଟି ଟଙ୍କା ନିବେଶ କରିବ। ଭୁବନେଶ୍ୱରରେ କମ୍ପାନୀର ୪୧ତମ ପ୍ରତିଷ୍ଠା ଦିବସ ଅବସରରେ କେନ୍ଦ୍ର କୋଇଲା ଏବଂ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ ଗୁରୁବାର ଏହି ସୂଚନା ଦେଇଛନ୍ତି।
ପ୍ରସ୍ତାବିତ ପୁଞ୍ଜି ଯୋଗାଣ ଉପରେ ମତ ରଖି ସେ କହିଛନ୍ତି, ୩୦ ହଜାର କୋଟି ଟଙ୍କା ମଧ୍ୟରୁ ପ୍ରାୟ ୭ ହଜାର କୋଟି ଟଙ୍କାରୁ ଊର୍ଦ୍ଧ୍ୱ ପଞ୍ଚମ ଷ୍ଟ୍ରିମ୍‌ ରିଫାଇନେରି, ପଟ୍ଟାଙ୍ଗୀ ବକ୍ସାଇଟ ଖଣିର ବିକାଶ, ସାଉଥ ବ୍ଲକ୍‌, ଉତ୍କଳ ଡି ଏବଂ ଇ କୋଇଲା ବ୍ଲକ୍‌ରୁ କୋଇଲା ଉତ୍ତୋଳନ ଏବଂ ପରିବହନ କାର୍ଯ୍ୟ ଲାଗି ଖର୍ଚ୍ଚ କରାଯିବ। ସେହିଭଳି ଅବଶିଷ୍ଟ ୨୨ ହଜାର କୋଟି ସ୍ମେଲ୍ଟର ପ୍ଲାଣ୍ଟ ଏବଂ କ୍ୟାପ୍ଟିଭ ପାଓ୍ବାର ପ୍ଲାଣ୍ଟର ସମ୍ପ୍ରସାରଣ ଲାଗି ବିନିଯୋଗ ହେବ। ଉକ୍ତ ଯୋଜନାରେ ଅନୁଗୋଳ ସ୍ମେଲ୍ଟର ପ୍ଲାଣ୍ଟକୁ ମଧ୍ୟ ସାମିଲ କରାଯାଇଛି। ଏଥିରେ ୧୪୦୦ ମେଗାଓ୍ବାଟ ଶକ୍ତିସମ୍ପନ୍ନ କ୍ୟାପ୍ଟିଭ ପାଓ୍ବାର ପ୍ଲାଣ୍ଟ ନିର୍ମାଣ ସହ ଏହାର ଫିଡର ବ୍ୟବସ୍ଥା ନେଇ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ ବୋଲି ଜୋଷୀ ସ୍ପଷ୍ଟ କରିଛନ୍ତି।
ସେ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଆତ୍ମନିର୍ଭର ଭାରତ ଲକ୍ଷ୍ୟ ହାସଲ ଦିଗରେ ନାଲ୍‌କୋ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖିବ। ଖଣିଜ ସମ୍ପଦ ଭରା ଓଡ଼ିଶାକୁ କେନ୍ଦ୍ର ସରକାର ସମସ୍ତ ପ୍ରକାର ସହାୟତା ଯୋଗାଇ ଦେଉଛନ୍ତି। ଖଣିଜ ଉତ୍ତୋଳନ ଏବଂ ପରିବହନ ଯେଭଳି ବ୍ୟାହତ ନ ହୁଏ ତାକୁ ମଧ୍ୟ ଧ୍ୟାନରେ ରଖାଯାଇଛି। ଏହାବାଦ ରାଜ୍ୟ ସରକାରଙ୍କ ଅନୁରୋଧକ୍ରମେ କେନ୍ଦ୍ର ସରକାର କେତେକ ଆଇନକୁ ସଂଶୋଧନ କରିବେ। ଫଳରେ ଖଣିଜ ପଦାର୍ଥ ଉତ୍ତୋଳନ ସୁନିଶ୍ଚିତ ହୋଇପାରିବ ବୋଲି ସେ ମତ ରଖିଛନ୍ତି। ସେହିଭଳି ଖଣିଗୁଡିକର ନିଲାମ ଉପରେ ଉପରଠାଉରିଆ ନିଲାମକାରୀ ଯେଭଳି ଅଂଶଗ୍ରହଣ ନ କରିବେ ସେ ନେଇ ମଧ୍ୟ ପଦକ୍ଷେପ ନିଆଯିବ। ଓଡ଼ିଶାରେ ସ୍ବତନ୍ତ୍ର ଭାବେ ଲୁହାପଥର ଉତ୍ତୋଳନକୁ ତ୍ୱରାନ୍ବିତ କରିବା ଲାଗି ପଦକ୍ଷେପ ନିଆଯାଉଛି। ୨ଟି ଖଣିକୁ ଓଡ଼ିଶା ଖଣିଜ ନିଗମକୁ ଦେବା ସଂକ୍ରାନ୍ତ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏହାବାଦ ଆଉ ଏକ ଖଣି ଦେବା ପ୍ରସ୍ତାବକୁ ମଧ୍ୟ ଅନୁମୋଦନ ମିଳିଛି।
ଜୋଷୀ କହିଛନ୍ତି, ଓଡ଼ିଶାରେ ମିନେରାଲ ବ୍ଲକ୍‌ ବା ଖଣି ନିଲାମ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ଲାଗି ଏ କ୍ଷେତ୍ରରେ କେତେକ ନିୟମ ପରିବର୍ତ୍ତନ କରିବାକୁ ଚିନ୍ତା କରାଯାଇଛି। ୨୦୨୦ରେ ଜାରି ହୋଇଥିବା ଅଧ୍ୟାଦେଶ ଅନୁସାରେ ରାଜ୍ୟ ସରକାର ନିଜ ରାଜ୍ୟରେ ରହିଥିବା ଖଣିଗୁଡିକର ନିଲାମ ପାଇଁ ଆଗୁଆ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରିବେ। ଫଳରେ ଲିଜ୍‌ ଅବଧି ଶେଷ ହେବା ଆଗରୁ ନୂଆ ଲିଜ୍‌ଧାରୀଙ୍କ ସମ୍ପର୍କରେ ରାଜ୍ୟ ସରକାରଙ୍କୁ ନିଷ୍ପତ୍ତି ନେବାକୁ ପଡ଼ିବ। ଓଡ଼ିଶା ସରକାରଙ୍କ ସହଯୋଗରେ ନାଲ୍‌କୋ ଅନୁଗୋଳଠାରେ ଏକ ବିଶ୍ୱସ୍ତରୀୟ ଆଲୁମିନିୟମ ପାର୍କ ସ୍ଥାପନ କରୁଛି। ଛୋଟ ଛୋଟ ଉଦ୍ୟୋଗକୁ ଉତ୍ସାହିତ କରିବା ଲାଗି ଏହି ପାର୍କ ସ୍ଥାପନ କରାଯାଇଛି। ଏହାଦ୍ୱାରା ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସହ ସ୍ଥାନୀୟ ଉଦ୍ୟୋଗ ଲାଭବାନ୍‌ ହୋଇପାରିବେ ବୋଲି ଜୋଷୀ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri