ଉତ୍ପାଦନ କ୍ଷେତ୍ରରେ ନାଲ୍‌କୋର ସର୍ବକାଳୀନ ରେକର୍ଡ

ଭୁବନେଶ୍ୱର,୨୮।୫ (ଅଭୟ ଦାଶ): ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ନବରତ୍ନ ଉଦ୍ୟୋଗ/କମ୍ପାନୀ) ତଥା କେନ୍ଦ୍ର ଖଣି ମନ୍ତ୍ରଣାଳୟ ଅଧୀନ ନ୍ୟାଶନାଲ ଆଲୁମିନିୟମ୍‌ କମ୍ପାନୀ ଲିମିଟେଡ ବା ନାଲ୍‌କୋର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ ଆଗାମୀ କାର୍ଯ୍ୟକଳାପ ଆଦି ଉପରେ ବିସ୍ତୃତ ଆଲୋଚନା ହୋଇଥିଲାବେଳେ ୨୦୨୩-୨୪ ଆର୍ଥିକ ବର୍ଷର ବାର୍ଷିକ ଓ ୪ର୍ଥ ତ୍ରୈମାସିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଥିଲା। ଏପରିକି ସଫଳତାର ଧାରା ବଜାୟ ରଖିବା ସହ ୨୦୨୩-୨୪ ଆର୍ଥିକ ବର୍ଷରେ କମ୍ପାନୀ ଉତ୍ପାଦନ ଏବଂ ବିକ୍ରୟ କ୍ଷେତ୍ରରେ ସର୍ବକାଳୀନ ରେକର୍ଡ ହାସଲ କରିଛି।
ଉଲ୍ଲେଖଯୋଗ୍ୟ, ୨୦୨୩-୨୪ ଆର୍ଥିକ ବର୍ଷରେ ନାଲକୋ ମୋଟ ୧୩,୧୪୯ କୋଟି ଟଙ୍କାର ବ୍ୟବସାୟ ସହ ୨,୦୬୦କୋଟି ଟଙ୍କାର ନିଟ୍‌ ଲାଭ ହାସଲ କରିଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ମଧ୍ୟରେ କମ୍ପାନୀର ନିଟ୍‌ ଲାଭ ୯୫% ବୃଦ୍ଧି ସହ ୧୦୧୬ କୋଟି ଟଙ୍କା ହୋଇଥିବାବେଳେ ୨୦୨୨-୨୩ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସରେ ନିଟ୍‌ ଲାଭ ୫୨୨ କୋଟି ଟଙ୍କା ଥିଲା।
ସେହିଭଳି ବଜାର ଅସ୍ଥିରତା ଏବଂ ମେଟାଲ ଦର ନିମ୍ନସ୍ତରରେ ଥିବା ସତ୍ତ୍ୱେ କମ୍ପାନୀ ବ୍ୟବସାୟର ବିଭିନ୍ନ ଦିଗରେ ଉଲ୍ଲେଖନୀୟ ଅଭିବୃଦ୍ଧି ହାସଲ କରିଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷରେ କମ୍ପାନୀର ସମସ୍ତ ୟୁନିଟରେ ଉନ୍ନତ ପ୍ରଦର୍ଶନ ସହ ଉତ୍ପାଦନ କ୍ଷେତ୍ରରେ ସର୍ବକାଳୀନ ସର୍ବାଧିକ ୭୬,୦୦,୨୩୦ମେଟ୍ରିକ ଟନ୍‌ ବକ୍ସାଇଟ୍‌ ଉତ୍ତୋଳନ, ୪,୬୩,୪୨୮ମେଟ୍ରିକ ଟନ୍‌ କାଷ୍ଟ ମେଟାଲ ଉତ୍ପାଦନ, ୪,୭୦,୧୦୮ମେଟ୍ରିକ ଟନ୍‌ ଧାତୁ ବିକ୍ରୟ ଏବଂ କୋଇଲା ଖଣି କାର୍ଯ୍ୟକ୍ଷମ ହେବାର ପ୍ରଥମ ବର୍ଷରେ ୨ ମିଲିୟନ ଟନ୍‌ କୋଇଲା ଉତ୍ପାଦନ କରିଛି।
ଏ ସମ୍ପର୍କରେ ନାଲ୍‌କୋର ସିଏମ୍‌ଡି ଶ୍ରୀଧର ପାତ୍ର କହିଛନ୍ତି, ୨୦୨୩-୨୪ ଆର୍ଥିକ ବର୍ଷରେ କମ୍ପାନୀ ଉତ୍ପାଦନ କ୍ଷେତ୍ରରେ ସର୍ବକାଳୀନ ସର୍ବାଧିକ ରେକର୍ଡ କରିଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସରେ ଉଲ୍ଲେଖନୀୟ ସଫଳତା ହାସଲ କରିଛି, ଯାହାକି ବ୍ୟବସାୟିକ ପ୍ରଦର୍ଶନ, ତଥା ଅଭିବୃଦ୍ଧିରେ ପ୍ରତିଫଳିତ ହୋଇଛି। ସେହିଭଳି କମ୍ପାନୀର କର୍ମଚାରୀ ଏବଂ ବିଭିନ୍ନ ହିତାଧିକାରୀଙ୍କ ପ୍ରତିବଦ୍ଧତା ଏବଂ ସହଯୋଗରେ ଏହି ସଫଳତା ହାସଲ ହୋଇପାରିଛି। ଏପରିକି ଭବିଷ୍ୟତରେ ଆଲୁମିନିୟମ ଦରର ସ୍ଥିରତା ଏବଂ ଚାହିଦା ବୃଦ୍ଧି ସହିତ ନାଲକୋ ତା’ର ଅଭିବୃଦ୍ଧିର କାହାଣୀ ଜାରି ରଖିବାକୁ ସଦାସର୍ବଦା ପ୍ରସ୍ତୁତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri