ନାଲ୍‌କୋର ନୂତନ ଡାଉନଷ୍ଟ୍ରିମ୍‌ ଉତ୍ପାଦ ଶୁଭାରମ୍ଭ

ଭୁବନେଶ୍ୱର,୩୧ା୧୨: ନବରତ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌ (ନାଲ୍‌କୋ)ର ନୂତନ ଡାଉନଷ୍ଟ୍ରିମ୍‌ ଉତ୍ପାଦର ଶୁଭାରମ୍ଭ କରାଯାଇଛି। ବିଶେଷକରି କମ୍ପାନୀର ନୂତନ ଡାଉନଷ୍ଟ୍ରିମ୍‌ ଉତ୍ପାଦ ‘ଆଲୁମିନିୟମ୍‌ ଏଲ୍‌ଇଡି କ୍ୟାପ୍‌ ଷ୍ଟକ୍‌ ଏଲୋୟ ଏଏ୧୧୦୦ର କଏଲ୍‌ ଫର୍ମ ଏଚ୧୨ ସହ ଶୁଭାରମ୍ଭ କରାଯାଇଛି। ଏପରିକି ନିକଟରେ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରସ୍ଥିତ ନାଲ୍‌କୋ କର୍ପୋରେଟ୍‌ କାର୍ଯ୍ୟାଳୟ ପରିଦର୍ଶନ ସମୟରେ କେନ୍ଦ୍ର ଖଣି ସଚିବ ବିବେକ ଭରଦ୍ୱାଜଙ୍କ ଦ୍ବାରା ଆଭାସି ମାଧ୍ୟମରେ ଅନୁଗୋଳସ୍ଥିତ ନାଲ୍‌କୋର ସ୍ମେଲଟର ୟୁନିଟ୍‌ର ଆର୍‌ପିୟୁଠାରୁ ଉକ୍ତ ଉତ୍ପାଦର ଆନୁଷ୍ଠାନିକ ଭାବେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ନାଲ୍‌କୋ ସିଏମ୍‌ଡି ଶ୍ରୀଧର ପାତ୍ର, ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ଯୁଗ୍ମ ସଚିବ ଡ. ବୀଣା କୁମାରୀ ଡି, ନାଲ୍‌କୋର ନିର୍ଦ୍ଦେଶକ ମଣ୍ଡଳୀ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଉକ୍ତ ଉନ୍ମୋଚନ କାର୍ଯ୍ୟକ୍ରମର ଏକ ଅଂଶ ଭାବେ ଉତ୍ପାଦନ ୟୁନିଟ୍‌ ଅର୍ଥାତ୍‌ ଅନୁଗୋଳ ନାଲ୍‌କୋ ସ୍ମେଲଟର ପ୍ଲାଣ୍ଟରେ ରୋଲ୍ଡ୍‌ ପ୍ରଡକ୍ଟ ୟୁନିଟ୍‌ରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇ ଉତ୍ପାଦର ପ୍ରଥମ ସାମଗ୍ରୀକୁ ମଧ୍ୟ ପଠାଯାଇଥିଲା। ଏହା ସାଧାରଣତଃ ଏଲ୍‌ଇଡି ବଲ୍‌ବରେ କ୍ୟାପ୍‌ ଭାବେ ବ୍ୟବହୃତ ହୁଏ, ଯାହା ବଲ୍‌ବ ନିମନ୍ତେ ଉତ୍ତାପ ନିୟନ୍ତ୍ରଣର ଭାବେ କାମ କରେ। ଉତ୍ତାପ ନିୟନ୍ତ୍ରଣର ପ୍ରୟୋଗଗୁଡ଼ିକ ପାଇଁ ଆଲୁମିନିୟମ୍‌ ଏକ ଆଦର୍ଶ ଓ ଉପଲବ୍ଧ ପଦାର୍ଥ ଭାବେ ପରିଗଣିତ ହୋଇଥାଏ। ଏପରିକି ଏହା ଏଲ୍‌ଇଡି ବଲ୍‌ବ କ୍ୟାପ୍‌ ପାଇଁ ଏଏ୧୧୦୦ ଅଧିକ ଉପଯୁକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri