ନାଲ୍‌କୋର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୩।୪: ପ୍ରତି ଆର୍ଥିକ ବର୍ଷ ଭଳି ଚଳିତ ଆର୍ଥିକ ବର୍ଷରେ ମଧ୍ୟ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ ବା ନାଲ୍‌କୋ ନୂତନ ମାଇଲଖୁଣ୍ଟ ହାସଲ କରିଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷରେ କମ୍ପାନୀ ଉଭୟ ଉତ୍ପାଦନ ଓ ବିକ୍ରୟ କ୍ଷେତ୍ରରେ ନୂଆ ରେକର୍ଡ ସୃଷ୍ଟି କରିଛି। ବିଶେଷ କରି କମ୍ପାନୀ ଚଳିତ ଆର୍ଥିକ ବର୍ଷ ମଧ୍ୟରେ ସର୍ବକାଳୀନ ସର୍ବାଧିକ ୪,୬୩,୪୨୮ ମେଟ୍ରିକ ଟନ୍‌ କାଷ୍ଟଧାତୁ ଉତ୍ପାଦନ କରିଥିବା ବେଳେ ବିଗତ ସମସ୍ତ ରେକର୍ଡକୁ ଅତିକ୍ରମ କରି ସର୍ବକାଳୀନ ସର୍ବାଧିକ ୭୬,୦୦,୨୩୦ ମେଟ୍ରିକ ଟନ୍‌ ବକ୍ସାଇଟ ଉତ୍ତୋଳନ ସହ ୪,୭୦,୧୦୮ମେଟ୍ରିକ ଟନ୍‌ ଧାତୁ ବିକ୍ରୟ କରିଛି। ସେହିଭଳି ୨୦୨୩-୨୪ ଆର୍ଥିକ ବର୍ଷରେ କମ୍ପାନୀର ନୂତନ ଉତ୍ପାଦ ‘ଆଲୁମିନିୟମ୍‌ ଆଲୟ ଇଙ୍ଗଟ’(ଏଏଲ- ୫୯)ର ବଜାର ପ୍ରବେଶ ସହ କମ୍ପାନୀର ଉତ୍ପାଦ ଶ୍ରେଣୀରେ ଏହା ଯୋଡ଼ି ହୋଇଛି। ସେହିପରି କମ୍ପାନୀର ବାର୍ଷିକ ଧାର୍ଯ୍ୟ ଲକ୍ଷ୍ୟଠାରୁ ଊର୍ଦ୍ଧ୍ୱ (୧୦୧.୧୫%) କ୍ଷମତା ଉପଯୋଗ ସହ ନାଲ୍‌କୋର ଆଲୁମିନା ରିଫାଇନେରି ୨୧,୨୪,୦୦୦ ମେଟ୍ରିକ ଟନ୍‌ ଆଲୁମିନା ହାଇଡ୍ରେଟ୍‌ ଉତ୍ପାଦନ କରିଥିବାବେଳେ କ୍ୟାପ୍ଟିଭ୍‌ ପାୱାର ପ୍ଲାଣ୍ଟ ୭୧୯୩.୬୨ ମିଲିୟନ ୟୁନିଟ୍‌ ବିଦ୍ୟୁତ ଉତ୍ପାଦନ କରିଛି। ୨୦୨୩-୨୪ ଆର୍ଥିକ ବର୍ଷରେ ଉତ୍କଳ ଡି କୋଇଲା ଖଣି କାର୍ଯ୍ୟକ୍ଷମ ହେବା ସହ ୨ମିଲିଅନ ଟନ୍‌ କୋଇଲା ଉତ୍ତୋଳନ କରାଯାଇଛି, ଯାହାକି ଉପରୋକ୍ତ ଖଣିର ସର୍ବାଧିକ ମୂଲ୍ୟାୟନ କ୍ଷମତା ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି।
ଏ ସମ୍ପର୍କରେ ନାଲ୍‌କୋର ସିଏମ୍‌ଡି ଶ୍ରୀଧର ପାତ୍ର କହିଛନ୍ତି, ବିଗତ ଆର୍ଥିକ ବର୍ଷ ମାନଙ୍କରେ ହୋଇଥିବା ପ୍ରଦର୍ଶନ ଅପେକ୍ଷା କମ୍ପାନୀ ସର୍ବଦା ଭଲ କରିବାକୁ ଚେଷ୍ଟା କରିଛି। ଏପରିକି ଚଳିତ ଆର୍ଥିକ ବର୍ଷର ଉଲ୍ଲେଖନୀୟ ସଫଳତା ନିମନ୍ତେ ପାତ୍ର ନାଲ୍‌କୋ ସମୁଦାୟ ଏବଂ ଅଂଶୀଦାରମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ବିଶେଷ କରି କର୍ମଚାରୀଙ୍କ ଉତ୍ସର୍ଗୀକୃତ ଓ କଠିନ ପରିଶ୍ରମ ତଥା ହିତାଧିକାରୀଙ୍କ ସହଯୋଗକୁ ପ୍ରଶଂସା କରିବା ସହ ପାତ୍ର କହିଛନ୍ତି, ବିଗତ ୪ବର୍ଷ ମଧ୍ୟରେ କମ୍ପାନୀ ପକ୍ଷରୁ ବିଭିନ୍ନ ପଦକ୍ଷେପ ସହ ବ୍ୟାକୱାର୍ଡ଼ ଇଣ୍ଟିଗ୍ରେଶନ, ସୁନିଶ୍ଚିତ ଶକ୍ତି ଏବଂ କଞ୍ଚାମାଲ ଉପଲବ୍ଧତା ଭଳି ଅନେକ ପ୍ରମୁଖ ମାଇଲ ଖୁଣ୍ଟ ହାସଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri