ବଜାରରେ ନାଲ୍‌କୋର ନୂତନ ଉତ୍ପାଦ

ଭୁବନେଶ୍ୱର,୧୪।୭:ଦେଶର ପ୍ରମୁଖ ନବରତ୍ନା ଉଦ୍ୟୋଗ ନ୍ୟାଶନାଲ ଆଲୁମିନିୟମ୍‌ କମ୍ପାନୀ ଲିମିଟେଡ଼ ବା ନାଲ୍‌କୋର ନୂତନ ଉତ୍ପାଦ ‘ମେକାନାଇଜ୍‌ଡ ସୋ ଇନଗଟର’ର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି କମ୍ପାନୀ ତା’ର ପ୍ରଡକ୍ଟ ପୋର୍ଟଫୋଲିଓକୁ ଅଧିକ ମଜଭୁତ ଓ ସୁବିସ୍ତୃତ କରିବା ଜାରି ରଖିଛି। ଏପରିକି ଅତୀତରେ ସ୍ବତନ୍ତ୍ର ଗୁଣଯୁକ୍ତ ମେକାନାଇଜ୍‌ଡ ସୋ ଇନଗଟରର ସଫଳ ପରୀକ୍ଷଣ ପରେ କମ୍ପାନୀ ଉକ୍ତ ଉତ୍ପାଦକୁ ଘରୋଇ ବଜାରରେ ପ୍ରବେଶ ସହ ଏଭଳି ଏକ ବହୁମୁଖୀ ଉତ୍ପାଦର ବାଣିଜି୍ୟକ ବିକ୍ରୟ ମଧ୍ୟ ଆରମ୍ଭ କରିଛି। ଉଲ୍ଲେଖଯୋଗ୍ୟ, ନାଲକୋର ଅନୁଗୋଳସ୍ଥିତ ସ୍ମେଲଟର ପ୍ଲାଣ୍ଟ ପରିସରରେ ଉକ୍ତ ଉତ୍ପାଦର ପ୍ରଥମ କନ୍‌ସାଇନମେଣ୍ଟକୁ ବଜାର ପ୍ରବେଶ କରାଇଛି। ଅପରପକ୍ଷରେ ନାଲକୋ ଦ୍ୱାରା ପ୍ରସ୍ତୁତ ମେକାନାଇଜ୍‌ଡ ସୋ ଇନଗଟ, ଖାଦ ମୁକ୍ତ ହୋଇଥିବା ବେଳେ ଏଥିରୁ ପ୍ରସ୍ତୁତ ଉତ୍ପାଦ ଅଧିକ ମସୃଣ ଓ ଗୁଣାତ୍ମକ ହୋଇଥାଏ। ବିଭିନ୍ନ ଉତ୍ପାଦ ପ୍ରସ୍ତୁତ କରୁଥିବା ଏମ୍‌ଏସ୍‌ଏମ୍‌ଇଗୁଡ଼ିକ ପାଇଁ ଏହା ବିଶେଷ ଭାବେ ଲାଭ ଦାୟକ ହେବ। ଏହି ସ୍ବତନ୍ତ୍ର ମେକାନାଇଜ୍‌ଡ ସୋ ଇନଗଟ ଖଣ୍ଡ ପ୍ରତି ୬୫୦ କି.ଗ୍ରା.(+/-୫୦ କି.ଗ୍ରା) ଓଜନରେ ଉପଲବ୍ଧ ଅଟେ। ଉଭୟ ଘରୋଇ ତଥା ଅନ୍ତର୍ଜାତୀୟ ବଜାରରେ ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିବାରେ ଏହି ଉତ୍ପାଦ ବହୁ ମାତ୍ରାରେ ସହାୟକ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri