ନାଲ୍‌କୋର ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୧୪।୨:ନ୍ୟାଶନାଲ ଆଲୁମିନିୟମ୍‌ କମ୍ପାନୀ ଲିମିଟେଡ୍‌(ନାଲ୍‌କୋ)ର ବେର୍ଡସ୍ତରୀୟ ବୈଠକ ମଙ୍ଗଳବାର ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ୨୦୨୩ ଡିସେମ୍ବରରେ ଶେଷ ହୋଇଥିବା ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ଆର୍ଥିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀର ଆର୍ଥିକ ଫଳାଫଳ ଅନୁଯାୟୀ ୩ୟ ତ୍ରୈମାସରେ ମୋଟ ୪୮୮ କୋଟି ଟଙ୍କା ଲାଭ ହୋଇଛି। ଏପରିକି ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସରେ କମ୍ପାନୀ କ୍ରମାଗତ ଭାବେ ୧୩୭% ଲାଭ କରିଛି। ଉଲ୍ଲେଖଯୋଗ୍ୟ,ଗତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସିକ ଆୟ ୩୩୫୮କୋଟି ଟଙ୍କା ତୁଳନାରେ ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସିକ ଆୟ ୩୩୯୮ କୋଟି ଟଙ୍କା ହୋଇଛି। ଏପରିକି ସର୍ବକାଳୀନ ସର୍ବାଧିକ ୩,୪୫,୦୮୬ ମେଟ୍ରିକ ଟନ ଧାତୁ ଉତ୍ପାଦନ ସହ କମ୍ପାନୀ ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସ ସୁଦ୍ଧା ଉତ୍ପାଦନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ସେହିପରି ବିକ୍ରି କ୍ଷେତ୍ରରେ ମଧ୍ୟ ୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ୯ ମାସରେ ସର୍ବକାଳୀନ ସର୍ବାଧିକ ୩,୪୯,୪୧୯ ମେଟ୍ରିକ ଟନ୍‌ ଧାତୁ ବିକ୍ରି ହୋଇଛି। ସେହିଭଳି ଚଳିତ ଆର୍ଥିକ ବର୍ଷର ୨ୟ ତ୍ରୈମାସରେ କମ୍ପାନୀର ଲାଭ ୨୦୬ କୋଟି ଟଙ୍କା ଥିଲା। ୨୦୨୩ ଡିସେମ୍ବରର ୯ ମାସ ମଧ୍ୟରେ କମ୍ପାନୀର ମୋଟ ଲାଭ ୧୦୪୪ କୋଟି ଟଙ୍କା ହୋଇଥିବା ବେଳେ ପୂର୍ବ ଆର୍ଥିକ ବର୍ଷର ସମାନ ୯ ମାସରେ ମୋଟ ଲାଭ ୧୦୨୩ କୋଟି ଟଙ୍କା ଥିଲା। ସୂଚନାଯୋଗ୍ୟ, ଚଳିତ ଆର୍ଥିକ ବର୍ଷ ନିମନ୍ତେ କମ୍ପାନୀ ପକ୍ଷରୁ ଇକ୍‌ିଟି ଶେୟାର ପିଛା ୨ ଟଙ୍କା ହିସାବରେ ୨ୟ ମଧ୍ୟବର୍ତ୍ତୀ ଡିଭିଡେଣ୍ଡ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri