Posted inଖେଳ

ଶେଷ ମ୍ୟାଚ ଜିତିଲା ଭାରତ

ଦୁବାଇ,୮।୧୧: ସେମିଫାଇନାଲରୁ ବାଦ୍‌ ପଡ଼ିଥିବା ଭାରତ ଚଳିତ ଟି୨୦ ବିଶ୍ୱକପର ଶେଷ ମ୍ୟାଚରେ ବିଜୟ ସହ ଅଭିଯାନ ଶେଷ କରିଛି। ସ୍ଥାନୀୟ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ସୁପର-୧୨ର ଶେଷ ଲିଗ ମ୍ୟାଚରେ ଭାରତ ୯ ଉଇକେଟରେ ନାମ୍ବିଆକୁ ପରାସ୍ତ କରିଛି। ଏଥିସହ ଟି୨୦ ଅଧିନାୟକ ଭାବେ ବିରାଟ କୋହଲିଙ୍କ କାର୍ଯ୍ୟକାଳ ମଧ୍ୟ ଶେଷ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା ନାମ୍ବିଆ ୨୦ ଓଭରରେ ୮ ଉଇକେଟ ହରାଇ ୧୩୨ ରନ କରିଥିଲା। ଭାରତ ୧୫.୨ ଓଭରରେ ମାତ୍ର ୧ ଉଇକେଟ ହରାଇ ୧୩୬ ରନ ସଂଗ୍ରହ କରି ନେଇଥିଲା। ବିରାଟଙ୍କ ଉତ୍ତରାଧିକାରୀଭାବେ ଟି୨୦ ମଙ୍ଗ ଧରିବାକୁ ଯାଉଥିବା ରୋହିତ ଶର୍ମା ୩୭ ବଲ୍‌ରୁ ୭ ଚୌକା ଓ ୨ ଛକା ସହ ସର୍ବାଧିକ ୫୬ ରନ କରି ଆଉଟ ହୋଇଥିବାବେଳେ ଲୋକେଶ ରାହୁଲ ୫୪(୩୬ ବଲ, ୪ ଚୌକା, ୨ ଛକା) ଓ ସୂର୍ଯ୍ୟକୁମାର ଯାଦବ ୨୫(୧୯ ବଲ, ୪ ଚୌକା) ରନରେ ଅପରାଜିତ ରହିଥିଲେ। ୧୬ ରନ ଦେଇ ୩ଟି ଉଇକେଟ ନେଇଥିବା ରବୀନ୍ଦ୍ର ଜାଡେଜା ମ୍ୟାନ୍‌ ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଛନ୍ତି। ପ୍ରତିଯୋଗିତାରୁ ବିଦାୟ ନେଇ ସାରିଥିବାରୁ ଭାରତ କେବଳ ଔପଚାରିକତା ଦୃଷ୍ଟିରୁ ଏହି ମ୍ୟାଚ ଖେଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri