Posted inଖେଳ

ଶେଷ ମ୍ୟାଚ ଜିତିଲା ଭାରତ

ଦୁବାଇ,୮।୧୧: ସେମିଫାଇନାଲରୁ ବାଦ୍‌ ପଡ଼ିଥିବା ଭାରତ ଚଳିତ ଟି୨୦ ବିଶ୍ୱକପର ଶେଷ ମ୍ୟାଚରେ ବିଜୟ ସହ ଅଭିଯାନ ଶେଷ କରିଛି। ସ୍ଥାନୀୟ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ସୁପର-୧୨ର ଶେଷ ଲିଗ ମ୍ୟାଚରେ ଭାରତ ୯ ଉଇକେଟରେ ନାମ୍ବିଆକୁ ପରାସ୍ତ କରିଛି। ଏଥିସହ ଟି୨୦ ଅଧିନାୟକ ଭାବେ ବିରାଟ କୋହଲିଙ୍କ କାର୍ଯ୍ୟକାଳ ମଧ୍ୟ ଶେଷ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା ନାମ୍ବିଆ ୨୦ ଓଭରରେ ୮ ଉଇକେଟ ହରାଇ ୧୩୨ ରନ କରିଥିଲା। ଭାରତ ୧୫.୨ ଓଭରରେ ମାତ୍ର ୧ ଉଇକେଟ ହରାଇ ୧୩୬ ରନ ସଂଗ୍ରହ କରି ନେଇଥିଲା। ବିରାଟଙ୍କ ଉତ୍ତରାଧିକାରୀଭାବେ ଟି୨୦ ମଙ୍ଗ ଧରିବାକୁ ଯାଉଥିବା ରୋହିତ ଶର୍ମା ୩୭ ବଲ୍‌ରୁ ୭ ଚୌକା ଓ ୨ ଛକା ସହ ସର୍ବାଧିକ ୫୬ ରନ କରି ଆଉଟ ହୋଇଥିବାବେଳେ ଲୋକେଶ ରାହୁଲ ୫୪(୩୬ ବଲ, ୪ ଚୌକା, ୨ ଛକା) ଓ ସୂର୍ଯ୍ୟକୁମାର ଯାଦବ ୨୫(୧୯ ବଲ, ୪ ଚୌକା) ରନରେ ଅପରାଜିତ ରହିଥିଲେ। ୧୬ ରନ ଦେଇ ୩ଟି ଉଇକେଟ ନେଇଥିବା ରବୀନ୍ଦ୍ର ଜାଡେଜା ମ୍ୟାନ୍‌ ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଛନ୍ତି। ପ୍ରତିଯୋଗିତାରୁ ବିଦାୟ ନେଇ ସାରିଥିବାରୁ ଭାରତ କେବଳ ଔପଚାରିକତା ଦୃଷ୍ଟିରୁ ଏହି ମ୍ୟାଚ ଖେଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?