ଶିକ୍ଷା କ୍ଷେତ୍ରରେ ନାମାଚାର୍ଯ୍ୟ ବାୟାବାବାଙ୍କ ଅବଦାନ ଅତୁଳନୀୟ

ମହାକାଳପଡ଼ା, ୮।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ମହାକାଳପଡ଼ାସ୍ଥିତ ଶ୍ରୀବାୟାବାବା କଲେଜ ସଭାଗୃହଠାରେ ୪୬ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ , ସମବାୟ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଗଦେଇ ନାମାଚାର୍ଯ୍ୟ ବାୟାବାବାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ ସଭାରେ ଯୋଗଦେଇ ନାମାଚାର୍ଯ୍ୟ ବାୟାବାବାଙ୍କ ଜୀବନୀ ସମ୍ପର୍କରେ ଆଲୋକପାତ କରିଥିଲେ। ବାୟାବାବା ୧୨ବର୍ଷ କାଳ ନିଷ୍ଠା, ଧୈର୍ଯ୍ୟର ସହ ମୌନବ୍ରତ ପାଳନ କରିଥିଲେ। ବୈପ୍ଲବିକ ଶିକ୍ଷା କ୍ଷେତ୍ରରେ ବାୟାବାବାଙ୍କ ଅବଦାନ ଅତୁଳନୀୟ ବୋଲି କହିଥିଲେ। ବାୟାବାବାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ କାର୍ଯ୍ୟ କରିବା ପାଇଁ ଉପସ୍ଥିତ ଛାତ୍ରୀଛାତ୍ରମାନଙ୍କୁ ପରାମର୍ଶ ଦେଇଥିଲେ। ଠିକ୍‌ ୪୬ ବର୍ଷ ପୂର୍ବେ ଆଜିର ଦିନରେ ଏହି ମହାକାଳପଡ଼ା ଶିଖର ମୌଜାରେ ଏକ କଲେଜ ଆରମ୍ଭ ପାଇଁ ନିଷ୍ପତ୍ତି ଗ୍ରହଣ କରିଥିଲେ। ଏବେ ଏହି କଲେଜ ଏକ ବିଶାଳ ଶିକ୍ଷା ଅନୁଷ୍ଠାନରେ ପରିଣତ ହୋଇଛି। ଉକ୍ତ କଲେଜରୁ ଶିକ୍ଷା ଲାଭକରି ଦେଶ ବିଦେଶରେ ଛାତ୍ରୀଛାତ୍ର ଉଚ୍ଚ ପଦବୀରେ ଅବସ୍ଥାପିତ ହୋଇଛନ୍ତି। ସେଦିନରେ ବାୟାବାବା ପ୍ରତିଷ୍ଠା କରିଥିବା ଶିକ୍ଷା ଅନୁଷ୍ଠାନକୁ ଗ୍ରାମାଞ୍ଚଳର ଗରିବ ଓ ଅଭାବୀ ପିଲାମାାନେ ପଖାଳ ଖାଇ ପାଠ ପଢ଼ିବାର ସୁଯୋଗ ପାଉଛନ୍ତି ବୋଲି ମନ୍ତ୍ରୀ ନାୟକ ମତବ୍ୟକ୍ତ କରିଥିଲେ। ଉପସ୍ଥିତ ଥିବ ଅତିଥିମାନଙ୍କ ମଧ୍ୟରେ ସମାଜ ସମ୍ପାଦକ ପ୍ରମୋଦ କୁମାର ମହାପାତ୍ର ଆଧୁନିକ ଯୁଗରେ ବିଜ୍ଞାନର ଅଗ୍ରଗତି ସମ୍ପର୍କରେ ଆଲୋକପାତ କରିଥିଲେ। ବିଶିଷ୍ଟ ଶିକ୍ଷାବିତ୍‌ ଅଭିରାମ ବିଶ୍ୱାଳ ଛାତ୍ରୀଛାତ୍ରମାନେ ଏହି ଅନୁଷ୍ଠାନରୁ ପାଠ ପଢ଼ି ସମାଜରେ ପ୍ରତିଷ୍ଠିତ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା କଳ୍ପନା ରାଉତ, ବିଡିଓ ସାଗର କୁମାର ନନ୍ଦ, ବରିଷ୍ଠ ମୁରବି ଶ୍ରୀଧର ସାମଲଙ୍କ ସମେତ କଲେଜ ଭାରପ୍ରାପ୍ତ ଅଧ୍ୟକ୍ଷା ସୁଲୋଚନା ଦାଶ କଲେଜର ଉନ୍ନତି ଉପରେ ଆଲୋକପାତ କରିଥିଲେ। କଲେଜର ସମସ୍ତ ଛାତ୍ରୀଛାତ୍ର, କର୍ମଚାରୀ , ଅଞ୍ଚଳର ମୁରବି , ସାମାଜିକ କର୍ମୀ , ବୁଦ୍ଧିଜୀବୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri