ମହାକାଳପଡ଼ା, ୮।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ମହାକାଳପଡ଼ାସ୍ଥିତ ଶ୍ରୀବାୟାବାବା କଲେଜ ସଭାଗୃହଠାରେ ୪୬ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ , ସମବାୟ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଗଦେଇ ନାମାଚାର୍ଯ୍ୟ ବାୟାବାବାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ ସଭାରେ ଯୋଗଦେଇ ନାମାଚାର୍ଯ୍ୟ ବାୟାବାବାଙ୍କ ଜୀବନୀ ସମ୍ପର୍କରେ ଆଲୋକପାତ କରିଥିଲେ। ବାୟାବାବା ୧୨ବର୍ଷ କାଳ ନିଷ୍ଠା, ଧୈର୍ଯ୍ୟର ସହ ମୌନବ୍ରତ ପାଳନ କରିଥିଲେ। ବୈପ୍ଲବିକ ଶିକ୍ଷା କ୍ଷେତ୍ରରେ ବାୟାବାବାଙ୍କ ଅବଦାନ ଅତୁଳନୀୟ ବୋଲି କହିଥିଲେ। ବାୟାବାବାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ କାର୍ଯ୍ୟ କରିବା ପାଇଁ ଉପସ୍ଥିତ ଛାତ୍ରୀଛାତ୍ରମାନଙ୍କୁ ପରାମର୍ଶ ଦେଇଥିଲେ। ଠିକ୍ ୪୬ ବର୍ଷ ପୂର୍ବେ ଆଜିର ଦିନରେ ଏହି ମହାକାଳପଡ଼ା ଶିଖର ମୌଜାରେ ଏକ କଲେଜ ଆରମ୍ଭ ପାଇଁ ନିଷ୍ପତ୍ତି ଗ୍ରହଣ କରିଥିଲେ। ଏବେ ଏହି କଲେଜ ଏକ ବିଶାଳ ଶିକ୍ଷା ଅନୁଷ୍ଠାନରେ ପରିଣତ ହୋଇଛି। ଉକ୍ତ କଲେଜରୁ ଶିକ୍ଷା ଲାଭକରି ଦେଶ ବିଦେଶରେ ଛାତ୍ରୀଛାତ୍ର ଉଚ୍ଚ ପଦବୀରେ ଅବସ୍ଥାପିତ ହୋଇଛନ୍ତି। ସେଦିନରେ ବାୟାବାବା ପ୍ରତିଷ୍ଠା କରିଥିବା ଶିକ୍ଷା ଅନୁଷ୍ଠାନକୁ ଗ୍ରାମାଞ୍ଚଳର ଗରିବ ଓ ଅଭାବୀ ପିଲାମାାନେ ପଖାଳ ଖାଇ ପାଠ ପଢ଼ିବାର ସୁଯୋଗ ପାଉଛନ୍ତି ବୋଲି ମନ୍ତ୍ରୀ ନାୟକ ମତବ୍ୟକ୍ତ କରିଥିଲେ। ଉପସ୍ଥିତ ଥିବ ଅତିଥିମାନଙ୍କ ମଧ୍ୟରେ ସମାଜ ସମ୍ପାଦକ ପ୍ରମୋଦ କୁମାର ମହାପାତ୍ର ଆଧୁନିକ ଯୁଗରେ ବିଜ୍ଞାନର ଅଗ୍ରଗତି ସମ୍ପର୍କରେ ଆଲୋକପାତ କରିଥିଲେ। ବିଶିଷ୍ଟ ଶିକ୍ଷାବିତ୍ ଅଭିରାମ ବିଶ୍ୱାଳ ଛାତ୍ରୀଛାତ୍ରମାନେ ଏହି ଅନୁଷ୍ଠାନରୁ ପାଠ ପଢ଼ି ସମାଜରେ ପ୍ରତିଷ୍ଠିତ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା କଳ୍ପନା ରାଉତ, ବିଡିଓ ସାଗର କୁମାର ନନ୍ଦ, ବରିଷ୍ଠ ମୁରବି ଶ୍ରୀଧର ସାମଲଙ୍କ ସମେତ କଲେଜ ଭାରପ୍ରାପ୍ତ ଅଧ୍ୟକ୍ଷା ସୁଲୋଚନା ଦାଶ କଲେଜର ଉନ୍ନତି ଉପରେ ଆଲୋକପାତ କରିଥିଲେ। କଲେଜର ସମସ୍ତ ଛାତ୍ରୀଛାତ୍ର, କର୍ମଚାରୀ , ଅଞ୍ଚଳର ମୁରବି , ସାମାଜିକ କର୍ମୀ , ବୁଦ୍ଧିଜୀବୀ ପ୍ରମୁଖ ଉପସ୍ଥିତ ଥିଲେ।
Posted inHome Left, ଆମ ଜିଲା ଖବର, କେନ୍ଦ୍ରାପଡ଼ା View All
ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…
ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...
ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ
ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...
ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ
ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...
ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର
ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...
ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…
ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...
ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ
ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...
୬ ବଲ୍ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…
ଅବୁଧାବୀ,୧୬।୧୨: ଆଇପିଏଲ୍ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...
କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ
କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...
Archives


