ମହାକାଳପଡ଼ା, ୮।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ମହାକାଳପଡ଼ାସ୍ଥିତ ଶ୍ରୀବାୟାବାବା କଲେଜ ସଭାଗୃହଠାରେ ୪୬ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ , ସମବାୟ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଗଦେଇ ନାମାଚାର୍ଯ୍ୟ ବାୟାବାବାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ ସଭାରେ ଯୋଗଦେଇ ନାମାଚାର୍ଯ୍ୟ ବାୟାବାବାଙ୍କ ଜୀବନୀ ସମ୍ପର୍କରେ ଆଲୋକପାତ କରିଥିଲେ। ବାୟାବାବା ୧୨ବର୍ଷ କାଳ ନିଷ୍ଠା, ଧୈର୍ଯ୍ୟର ସହ ମୌନବ୍ରତ ପାଳନ କରିଥିଲେ। ବୈପ୍ଲବିକ ଶିକ୍ଷା କ୍ଷେତ୍ରରେ ବାୟାବାବାଙ୍କ ଅବଦାନ ଅତୁଳନୀୟ ବୋଲି କହିଥିଲେ। ବାୟାବାବାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ କାର୍ଯ୍ୟ କରିବା ପାଇଁ ଉପସ୍ଥିତ ଛାତ୍ରୀଛାତ୍ରମାନଙ୍କୁ ପରାମର୍ଶ ଦେଇଥିଲେ। ଠିକ୍ ୪୬ ବର୍ଷ ପୂର୍ବେ ଆଜିର ଦିନରେ ଏହି ମହାକାଳପଡ଼ା ଶିଖର ମୌଜାରେ ଏକ କଲେଜ ଆରମ୍ଭ ପାଇଁ ନିଷ୍ପତ୍ତି ଗ୍ରହଣ କରିଥିଲେ। ଏବେ ଏହି କଲେଜ ଏକ ବିଶାଳ ଶିକ୍ଷା ଅନୁଷ୍ଠାନରେ ପରିଣତ ହୋଇଛି। ଉକ୍ତ କଲେଜରୁ ଶିକ୍ଷା ଲାଭକରି ଦେଶ ବିଦେଶରେ ଛାତ୍ରୀଛାତ୍ର ଉଚ୍ଚ ପଦବୀରେ ଅବସ୍ଥାପିତ ହୋଇଛନ୍ତି। ସେଦିନରେ ବାୟାବାବା ପ୍ରତିଷ୍ଠା କରିଥିବା ଶିକ୍ଷା ଅନୁଷ୍ଠାନକୁ ଗ୍ରାମାଞ୍ଚଳର ଗରିବ ଓ ଅଭାବୀ ପିଲାମାାନେ ପଖାଳ ଖାଇ ପାଠ ପଢ଼ିବାର ସୁଯୋଗ ପାଉଛନ୍ତି ବୋଲି ମନ୍ତ୍ରୀ ନାୟକ ମତବ୍ୟକ୍ତ କରିଥିଲେ। ଉପସ୍ଥିତ ଥିବ ଅତିଥିମାନଙ୍କ ମଧ୍ୟରେ ସମାଜ ସମ୍ପାଦକ ପ୍ରମୋଦ କୁମାର ମହାପାତ୍ର ଆଧୁନିକ ଯୁଗରେ ବିଜ୍ଞାନର ଅଗ୍ରଗତି ସମ୍ପର୍କରେ ଆଲୋକପାତ କରିଥିଲେ। ବିଶିଷ୍ଟ ଶିକ୍ଷାବିତ୍ ଅଭିରାମ ବିଶ୍ୱାଳ ଛାତ୍ରୀଛାତ୍ରମାନେ ଏହି ଅନୁଷ୍ଠାନରୁ ପାଠ ପଢ଼ି ସମାଜରେ ପ୍ରତିଷ୍ଠିତ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା କଳ୍ପନା ରାଉତ, ବିଡିଓ ସାଗର କୁମାର ନନ୍ଦ, ବରିଷ୍ଠ ମୁରବି ଶ୍ରୀଧର ସାମଲଙ୍କ ସମେତ କଲେଜ ଭାରପ୍ରାପ୍ତ ଅଧ୍ୟକ୍ଷା ସୁଲୋଚନା ଦାଶ କଲେଜର ଉନ୍ନତି ଉପରେ ଆଲୋକପାତ କରିଥିଲେ। କଲେଜର ସମସ୍ତ ଛାତ୍ରୀଛାତ୍ର, କର୍ମଚାରୀ , ଅଞ୍ଚଳର ମୁରବି , ସାମାଜିକ କର୍ମୀ , ବୁଦ୍ଧିଜୀବୀ ପ୍ରମୁଖ ଉପସ୍ଥିତ ଥିଲେ।
Posted inHome Left, ଆମ ଜିଲା ଖବର, କେନ୍ଦ୍ରାପଡ଼ା View All
୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ
ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…
ବଦଳିର ବାର୍ତ୍ତା
ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…
ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍ ଆକ୍ରମଣ କଲା ବାର୍ହା, ଆଉ ତା’ପରେ ଘଟିଲା…
ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…
ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ
୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…
ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…
ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…
ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍
ନୂଆଦିଲ୍ଲୀ,୩।୧୦: କ୍ରିକେଟ୍ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…
ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ
ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…
ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ
ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

