Posted inଖେଳ

ପୂର୍ବତନ କ୍ରିକେଟରଙ୍କ ପିତା ଗିରଫ

ଭୋପାଳ,୭।୬: ପୂର୍ବତନ ଭାରତୀୟ କ୍ରିକେଟର ନମନ ଓଝାଙ୍କ ପିତା ବିନୟ ଓଝାଙ୍କୁ ମୁଲତାଇ ପୋଲିସ ଗିରଫ କରିଛି। ବ୍ୟାଙ୍କ ମ୍ୟାନେଜର ଭାବେ ବିନୟ ୧.୨୫ କୋଟି ଟଙ୍କା ହଡପ କରିଥିବା ଅଭିଯୋଗ ହୋଇଛି। ପୋଲିସ ତାଙ୍କୁ ଗିରଫ କରି କୋର୍ଟରେ ହାଜର କରିଥିଲା। କୋର୍ଟ ତାଙ୍କୁ ଏକ ଦିନିଆ ରିମାଣ୍ଡରେ ପଠାଇଛନ୍ତି। ଏହି ସମୟରେ ନମନ ମଧ୍ୟ ପୋଲିସ ଷ୍ଟେଶନରେ ଉପସ୍ଥିତ ଥିଲେ। ସେ ତାଙ୍କ ପିତାଙ୍କୁ ଜାମିନ ଦେବାକୁ ଚେଷ୍ଟା କରିଥିଲେ ମଧ୍ୟ ବିଫଳ ହୋଇଥିଲେ।
୨୦୧୩ରେ, ବ୍ୟାଙ୍କ ଅଫ ମହାରାଷ୍ଟ୍ରର ଜୌଲଖେରା ଶାଖାରେ ପ୍ରାୟ ୧.୨୫ କୋଟି ଟଙ୍କା ହଡପ ମାମଲା ସାମ୍ନାକୁ ଆସିଥିଲା। ଏହି ମାମଲାରେ ୨୦୧୪ରେ, ତତ୍କାଳୀନ ମ୍ୟାନେଜର ଥିବା ନମନଙ୍କ ପିତାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଥିଲା। ୨୦୧୪ରେ ମାମଲା ରୁଜୁ ହେବା ପରଠାରୁ ବିନୟ ଫେରାର ଥିଲେ। ଗତ ଆଠ ବର୍ଷ ଧରି ପୋଲିସ ତାଙ୍କୁ ଖୋଜୁଥିଲା।
ନମନ ଓଝା ଭାରତର ଜଣେ ଜଣାଶୁଣା କ୍ରିକେଟର। ସେ ତାଙ୍କ କ୍ୟାରିୟରରେ ଗୋଟିଏ ଟେଷ୍ଟ, ଗୋଟିଏ ଦିନିକିଆ ଏବଂ ଦୁଇଟି ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି। ଏହା ବ୍ୟତୀତ ନମନ ୧୧୩ଟି ଆଇପିଏଲ ମ୍ୟାଚ ମଧ୍ୟ ଖେଳିଛନ୍ତି। ୨୦୨୧ ମସିହାରେ ନମନ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri