Posted inଖେଳ

କ୍ରିକେଟରୁ ନମନ ଓଝାଙ୍କ ଅବସର

ଭୋପାଳ, ୧୬ା୨ (ପି.ଟି.)- ଭାରତର ପୂର୍ବତନ ଉଇକେଟକିପର ବ୍ୟାଟ୍ସମ୍ୟାନ ନମନ ଓଝା ସୋମବାର କ୍ରିକେଟର ସମସ୍ତ ଫର୍ମାଟରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ଏହାଦ୍ୱାରା ଦୁଇ ଦଶନ୍ଧି ଘରୋଇ କ୍ୟାରିୟରର ପରିସମାପ୍ତି ଘଟିଛି। ମଧ୍ୟପ୍ରଦେଶର ଏହି ୩୭ବର୍ଷୀୟ କ୍ରିକେଟର ରଣଜୀ ଟ୍ରଫିରେ ଜଣେ ଉଇକେଟକିପର ହିସାବରେ ସର୍ବାଧିକ ଡିସ୍‌ମିସାଲ ପାଇଁ ରେକର୍ଡର ଅଧିକାରୀ ହୋଇଛନ୍ତି। ଭାରତ ତରଫରୁ ସେ ଗୋଟିଏ ଟେଷ୍ଟ, ଗୋଟିଏ ଅନ୍ତର୍ଜାତୀୟ ଦିନିକିଆ ଏବଂ ଦୁଇଟି ଅନ୍ତର୍ଜାତୀୟ ଟି୨୦ ଖେଳିଛନ୍ତି। ବହୁ ଦିନ ହେଲା ସେ ପିଠିରେ ଆଘାତଜନିତ ସମସ୍ୟାରେ ଥିଲେ। ଏକ ଭର୍ଚୁଆଲ ଖବରଦାତା ସମ୍ମିଳନୀରେ ସେ ତାଙ୍କ ଅବସର ଘୋଷଣା କରିଛନ୍ତି। ଓଝାଙ୍କ ଅନ୍ତର୍ଜାତୀୟ କ୍ୟାରିୟର ଭଲ ରହି ନ ଥିଲେ ମଧ୍ୟ ଉଜ୍ଜୟିନୀ ଜନ୍ମିତ ଏହି ଖେଳାଳି ୧୪୬ ପ୍ରଥମ ଶ୍ରେଣୀ ମ୍ୟାଚ ଖେଳି ୪୧.୬୭ ଆଭରେଜରେ ୨୨ଟି ଶତକ ସହ ୯,୭୫୩ ରନ ସଂଗ୍ରହ କରିଛନ୍ତି। ଘରୋଇ ସର୍କିଟରେ କିନ୍ତୁ ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନଙ୍କର ଉଭୟ ବ୍ୟାଟିଂ ଓ ବୋଲିଂରେ ଜବରଦସ୍ତ ରହିଛି। ସେ ୧୪୩ ଲିଷ୍ଟ ଏ’ ଏବଂ ୧୮୨ ଟି୨୦ ଗେମ୍‌ରେ ୪,୨୭୮ ଏବଂ ୨,୯୭୨ ରନ କରିଛନ୍ତି। ଓଝା ମଧ୍ୟପ୍ରଦେଶ ତରଫରୁ ତାଙ୍କର ଶେଷ ରଣ୍‌ଜୀ ମ୍ୟାଚ ଗତବର୍ଷ ଜାନୁୟାରୀରେ ଉତ୍ତର ପ୍ରଦେଶ ତରଫରୁ ଖେଳିଥିଲେ। ଇନ୍ଦୋରରେ ଖେଳାଯାଇଥିବା ଏହି ରଣଜୀ ଟ୍ରଫି ଏଲିଟ୍‌ ଗ୍ରୁପ୍‌ ବି ମ୍ୟାଚରେ ମଧ୍ୟପ୍ରଦେଶ ଦଳର ଅଧିନାୟକତ୍ୱ କରିଥିଲେ। ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ସେ ରାଜସ୍ଥାନ ରୟାଲ୍ସ, ସନରାଇଜର୍ସ ହାଇଦ୍ରାବାଦ ଏବଂ ଦିଲ୍ଲୀ ଡେୟାର ଡେଭିଲ୍ସ ଦଳ ତରଫରୁ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri