Posted inଖେଳ

କ୍ରିକେଟରୁ ନମନ ଓଝାଙ୍କ ଅବସର

ଭୋପାଳ, ୧୬ା୨ (ପି.ଟି.)- ଭାରତର ପୂର୍ବତନ ଉଇକେଟକିପର ବ୍ୟାଟ୍ସମ୍ୟାନ ନମନ ଓଝା ସୋମବାର କ୍ରିକେଟର ସମସ୍ତ ଫର୍ମାଟରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ଏହାଦ୍ୱାରା ଦୁଇ ଦଶନ୍ଧି ଘରୋଇ କ୍ୟାରିୟରର ପରିସମାପ୍ତି ଘଟିଛି। ମଧ୍ୟପ୍ରଦେଶର ଏହି ୩୭ବର୍ଷୀୟ କ୍ରିକେଟର ରଣଜୀ ଟ୍ରଫିରେ ଜଣେ ଉଇକେଟକିପର ହିସାବରେ ସର୍ବାଧିକ ଡିସ୍‌ମିସାଲ ପାଇଁ ରେକର୍ଡର ଅଧିକାରୀ ହୋଇଛନ୍ତି। ଭାରତ ତରଫରୁ ସେ ଗୋଟିଏ ଟେଷ୍ଟ, ଗୋଟିଏ ଅନ୍ତର୍ଜାତୀୟ ଦିନିକିଆ ଏବଂ ଦୁଇଟି ଅନ୍ତର୍ଜାତୀୟ ଟି୨୦ ଖେଳିଛନ୍ତି। ବହୁ ଦିନ ହେଲା ସେ ପିଠିରେ ଆଘାତଜନିତ ସମସ୍ୟାରେ ଥିଲେ। ଏକ ଭର୍ଚୁଆଲ ଖବରଦାତା ସମ୍ମିଳନୀରେ ସେ ତାଙ୍କ ଅବସର ଘୋଷଣା କରିଛନ୍ତି। ଓଝାଙ୍କ ଅନ୍ତର୍ଜାତୀୟ କ୍ୟାରିୟର ଭଲ ରହି ନ ଥିଲେ ମଧ୍ୟ ଉଜ୍ଜୟିନୀ ଜନ୍ମିତ ଏହି ଖେଳାଳି ୧୪୬ ପ୍ରଥମ ଶ୍ରେଣୀ ମ୍ୟାଚ ଖେଳି ୪୧.୬୭ ଆଭରେଜରେ ୨୨ଟି ଶତକ ସହ ୯,୭୫୩ ରନ ସଂଗ୍ରହ କରିଛନ୍ତି। ଘରୋଇ ସର୍କିଟରେ କିନ୍ତୁ ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନଙ୍କର ଉଭୟ ବ୍ୟାଟିଂ ଓ ବୋଲିଂରେ ଜବରଦସ୍ତ ରହିଛି। ସେ ୧୪୩ ଲିଷ୍ଟ ଏ’ ଏବଂ ୧୮୨ ଟି୨୦ ଗେମ୍‌ରେ ୪,୨୭୮ ଏବଂ ୨,୯୭୨ ରନ କରିଛନ୍ତି। ଓଝା ମଧ୍ୟପ୍ରଦେଶ ତରଫରୁ ତାଙ୍କର ଶେଷ ରଣ୍‌ଜୀ ମ୍ୟାଚ ଗତବର୍ଷ ଜାନୁୟାରୀରେ ଉତ୍ତର ପ୍ରଦେଶ ତରଫରୁ ଖେଳିଥିଲେ। ଇନ୍ଦୋରରେ ଖେଳାଯାଇଥିବା ଏହି ରଣଜୀ ଟ୍ରଫି ଏଲିଟ୍‌ ଗ୍ରୁପ୍‌ ବି ମ୍ୟାଚରେ ମଧ୍ୟପ୍ରଦେଶ ଦଳର ଅଧିନାୟକତ୍ୱ କରିଥିଲେ। ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ସେ ରାଜସ୍ଥାନ ରୟାଲ୍ସ, ସନରାଇଜର୍ସ ହାଇଦ୍ରାବାଦ ଏବଂ ଦିଲ୍ଲୀ ଡେୟାର ଡେଭିଲ୍ସ ଦଳ ତରଫରୁ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri