ନାମ ବଦଳିଲା, ପୂରଣ ହେଲାନି ପଦବୀ

ଭବାନୀପାଟଣା,୨୫।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ବିଶ୍ୱ ବିଦ୍ୟାଳୟରୁ ନାମ ପରିବର୍ତ୍ତନ ହୋଇ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ହେଲା। ତଥାପି ପୂରଣ ହେଲାନି ପଦବୀ। ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଏବେ ଅନେକ ପଦବୀ ଖାଲିପଡିଛି। ଯାହାକୁ ନେଇ ଜିଲାର ଶିକ୍ଷାବିତ୍‌, ବୁଦ୍ଧିଜୀବୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବିଧାନସଭାରେ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ ବିଭିନ୍ନ ବିଭାଗରେ ମୋଟ ୧୧୨ଟି ମଞ୍ଜୁରୀପ୍ରାପ୍ତ ପ୍ରଫେସର, ସହକାରୀ ପ୍ରଫେସର, ସହଯୋଗୀ ପ୍ରଫେସର ପଦବୀ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ମାତ୍ର ୨୧ ଜଣ ନିୟମିତ ଭାବରେ କାର୍ଯ୍ୟ କରୁଛନ୍ତି। ଅବଶିଷ୍ଟ ୯୧ଟି ପଦବୀ ଖାଲିପଡିଛି। ଏଥିରେ ମାନବ ବିଜ୍ଞାନ ବିଭାଗରେ ଗୋଟିଏ ପଦବୀ ଖାଲି ପଡିଥିବାବେଳେ ଉଭିଦ ବିଜ୍ଞାନ ୭, ରସାୟନିକ ବିଜ୍ଞାନରେ ୭, ବାଣିଜ୍ୟ ୭, ଅର୍ଥନିତୀ ୬, ଶିକ୍ଷାରେ ୭, ଇଂରାଜୀ ୪, ଭୂଗୋଳରେ ୪, ଇତିହାସ ୭, ଗଣିତ ୭, ଓଡିଆରେ ୭, ଭୌତିକ ବିଜ୍ଞାନରେ ୫, ରାଜନିତୀ ବିଜ୍ଞାନ ୪, ସଂସ୍କୃତ ୭, ସାମାଜିକ ବିଜ୍ଞାନ ୪ ଓ ଜୀବବିଜ୍ଞାନରେ ୭ଟି ପଦବୀ ଖାଲିପଡିଛି। ଏହାସହ ବିଶ୍ୱବିଦ୍ୟାଳୟରେ ୨୭ଜଣ ସରକାରୀ ଅଧ୍ୟାପକ କାର୍ଯ୍ୟକରୁଥିବାବେଳେ ୪୮ ଅତିଥି ଅଧ୍ୟାପକଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି ମା’ ମାଣିକେଶ୍ୱରୀ ବିଶ୍ୱ ବିଦ୍ୟାଳୟରେ ବିଭିନ୍ନ ବର୍ଗରେ ୯୦ରୁ ୯୦ଟି ମଞ୍ଜୁରପ୍ରାପ୍ତ ଅଣଶିକ୍ଷକ କର୍ମଚାରୀ ପଦବୀ ଖାଲିପଡିଛି। ଅଦ୍ୟାବଧି ବିଶ୍ୱବିଦ୍ୟାଳୟରେ ନିୟମିତ ଭାବେ କୌଣସି କର୍ମଚାରୀ ନିଯୁକ୍ତି ହୋଇପାରିନାହାନ୍ତି। ସେହିପରି ବର୍ତ୍ତମାନ ବିଶ୍ୱ ବିଦ୍ୟାଳୟରେ ୮୫ଜଣ କର୍ମଚାରୀ କାର୍ଯ୍ୟରତ ଅଛନ୍ତି। ସେଥିମଧ୍ୟରୁ ନିୟମିତ ୮, ୭୬ଚୁକ୍ତିଭିତ୍ତିକ ଓ ଜଣେ ଦୈନିକ ମଞ୍ଜୁରୀପ୍ରାପ୍ତ କର୍ମଚାରୀ ଅଛନ୍ତି। ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଭିତ୍ତିଭୂମିର ଉନ୍ନତି ପାଇଁ ୨୦୨୦-୨୧ ଠାରୁ ୨୦୨୪-୨୫ ମସିହା ପର୍ଯ୍ୟନ୍ତ ସମୁଦାୟ ୪୭କୋଟି ୩୨ଲକ୍ଷ ୬୮ହଜାର ୫୬୦ ଟଙ୍କା ମଞ୍ଜୁର କରାଯାଇଥିବାବେଳେ ସେଥିମଧ୍ୟରୁ ମୋଟ ୩୬କୋଟି ୬୬ଲକ୍ଷ ୫୩ହଜାର ୭୯୨ଟଙ୍କା ପ୍ରଦାନ କରାଯାଇଛି। ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ କଳାହାଣ୍ଡି ଓ ନୂଆପଡା ଜିଲା ଅନୁବନ୍ଧିତ ରହିଛି। ଗତ ୨୧ ତାରିଖ ବିଧାନସଭାରେ ଧର୍ମଗଡ଼ ବିଧାୟକ ସୁଧିର ରଞ୍ଜନ ପଟ୍ଟଯୋଷୀ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି ପାଇଁ କେତେ ଟଙ୍କା ଖର୍ଚ୍ଚ ହୋଇଛି ଓ ବିଶ୍ୱବିଦ୍ୟାଳୟରେ କେତେ ଅଧ୍ୟାପକ ଓ କର୍ମଚାରୀ ପଦବୀ ଖାଲି ପଡିଛି ତାହା ଉପରେ ପ୍ରଶ୍ନ କରିଥିଲେ। ଏହାସହ ବିଶ୍ୱବିଦ୍ୟାଳୟରେ ସ୍ବତନ୍ତ୍ର ଅନୁଦାନ ବ୍ୟବସ୍ଥା କରିବା ପାଇଁ ରାଜ୍ୟ ସରକାର କି ପଦକ୍ଷେପ ନେଇଛନ୍ତି ବୋଲି ପ୍ରଶ୍ନ କରିଥିଲେ। ଜବାବରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉପରୋକ୍ତ ଖାଲି ପଡିଥିବା ଅଧ୍ୟାପକ ଓ କର୍ମଚାରୀ ପଦବୀ ଉପରେ ସୂଚନା ଦେବା ସହ ଭିତ୍ତିଭୂମି ଉନ୍ନତି ପାଇଁ ଦିଆଯାଇଥିବା ଅନୁଦାନ ଉପରେ କହିଥିଲେ। ସେହିପରି ବିଶ୍ୱବିଦ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ କାର୍ଯ୍ୟ ପ୍ରଭାବିତ ହେଉଛି। ଖାଲିପଡିଥିବା ପଦବୀ ପୂରଣ ପାଇଁ ପ୍ରତିବର୍ଷ ରାଜ୍ୟ ସରକାର ବିହିତ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହାସହ ବିଶ୍ୱବିଦ୍ୟାଳୟର ଆବଶ୍ୟକତା ଅନୁଯାୟୀ ଭିତ୍ତିଭୂମି ପାଇଁ ଅର୍ଥ ଯୋଗାଇ ଦିଆଯାଉଛି। ଆଇନଗତ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦ୍ୱାରା ଆବଶ୍ୟକ ପଦକ୍ଷେପ ନିଆଯାଉଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?