Posted inଜାତୀୟ

ଇଣ୍ଡିଆର ନାମ ପରିବର୍ତ୍ତନ ହେବ, ଯାହାକୁ ପସନ୍ଦ ନୁହେଁ ସେ ଦେଶ ଛାଡ଼ିବାକୁ ସ୍ବତନ୍ତ୍ର: ଭାଜପା ନେତାଙ୍କ ବିବାଦୀୟ ମନ୍ତବ୍ୟ…

କୋଲକାତା,୧୦।୯ : ଭାରତର ନା ପରିବର୍ତ୍ତନ ନେଇ ବିବାଦ ଜାରି ରହିଛି। ଏହି ମର୍ମରେ ପଶ୍ଚିମବଙ୍ଗ ଭାରତୀୟ ଜନତା ପାର୍ଟି (ଭଜାପା) ନେତା ଦିଲୀପ ଘୋଷ କହିଛନ୍ତି ଇଣ୍ଡିଆର ନାମ ଭାରତ ହେବ ଏବଂ ନାମ ପରିବର୍ତ୍ତନକୁ ବିରୋଧ କରୁଥିବା ବ୍ୟକ୍ତିମାନେ ଦେଶ ଛାଡି ପାରିବେ। ଏହି ପଦକ୍ଷେପ ଯାହାକୁ ପସନ୍ଦ ନୁହେଁ ସେ ଦେଶ ଛାଡ଼ିବାକୁ ସ୍ବତନ୍ତ୍ର।

ମେଦିନାପୁରର ଏମପି ଘୋଷ ଏହା ମଧ୍ୟ କହିଛନ୍ତି କୋଲକାତାରୁ ବିଦେଶୀମାନଙ୍କ ପ୍ରତିମୂର୍ତ୍ତି ହଟାଯିବ। ଖଡ଼କପୁର ସହରରେ ଏକ ଚ୍‌‘ଚା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ସେ କହିଛନ୍ତି, ଯେତେବେଳେ ଆମ ଦଳ ପଶ୍ଚିମବଙ୍ଗରେ କ୍ଷମତାକୁ ଆସିବ, ଆମେ କୋଲକାତାରେ ବିଦେଶୀମାନଙ୍କ ସମସ୍ତ ପ୍ରତିମୂର୍ତ୍ତିକୁ ହଟାଇବୁ।

ରାଜ୍ୟର ଅନ୍ୟ ଜଣେ ବରିଷ୍ଠ ନେତା ରାହୁଲ ସିହ୍ନା ନାମ ପରିବର୍ତ୍ତନକୁ ସମର୍ଥନ କରି ଯୁକ୍ତି ବାଢ଼ିଛନ୍ତି ଗୋଟିଏ ଦେଶର ଦୁଇଟି ନାମ ରହିପାରିବ ନାହିଁ। ପରିବର୍ତ୍ତନ ପାଇଁ ଏହା ଏକ ସୁବିଧାଜନକ ମୁହୂର୍ତ୍ତ, ବିଶେଷ କରି ବିଶ୍ୱ ନେତାମାନେ ଜି-୨୦ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ଥିଲେ। ବିରୋଧୀ ଇଣ୍ଡିଆ ମିଳିତ ମଞ୍ଚର ଭୟ କାରଣରୁ ଭାଜପା ପ୍ରକୃତ ପ୍ରସଙ୍ଗରୁ ଧ୍ୟାନ ହଟାଇବାକୁ ଚେଷ୍ଟା କରୁଥିବା ଟିଏମସିର ମୁଖପାତ୍ର ଶାନ୍ତନୁ ସେନ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଟେନ୍‌, ଫ୍ରାନ୍ସରେ ଆସୁଛି ପଞ୍ଚମ ହିଟ୍‌ଓ୍ବେଭ୍‌

ପ୍ୟାରିସ୍‌, ୧୧।୮(ପି.ଟି): ପଶ୍ଚିମ ୟୁରୋପରେ ଜଳବାୟୁ ପରିବର୍ତ୍ତନର ପ୍ରଭାବ ଦିନକୁ ଦିନ ଭୟଙ୍କର ରୂପ ନେଉଥିବାବେଳେ ବ୍ରିଟେନ ଏବଂ ଫ୍ରାନ୍ସ ଚଳିତ ମୌସୁମୀର ପଞ୍ଚମ ପ୍ରଚଣ୍ଡ ତାତି…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ଲୁଚି ପଳାଇଲେ ଟ୍ରମ୍ପ! ହେଲେ ଏହା ପଛର ରହସ୍ୟ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୧୧।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ, ଟ୍ରମ୍ପ ଗତ ମାସରେ…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

ନଗଦକୁ ଫେର

ନଗଦ ଅର୍ଥ କାରବାର ପୁରୁଣାକାଳିଆ ଦେଣନେଣ ବ୍ୟବସ୍ଥା ବୋଲି ଅଭିହିତ କରି ଭାରତ ସରକାର ଡିଜିଟାଲ ପେମେଣ୍ଟକୁ ତ୍ୱରାନ୍ବିତ କରିବା ଲାଗି ଦଶନ୍ଧି ଧରି ଜନସାଧାରଣଙ୍କୁ ଉତ୍ସାହିତ…

ଇରାନ ଯୁଦ୍ଧ କ୍ଷତିପୂରଣ ଦାବି କରିବାରୁ ଟ୍ରମ୍ପ କହିଲେ ଏମିତି କଥା ସାରା ବିଶ୍ୱ ଚକିତ

ତେହରାନ,୧୧।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧ ସମୟରେ ହୋଇଥିବା କ୍ଷତି ପାଇଁ ଇରାନର ଦାବିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏକ ସଂଘର୍ଷ ଯେଉଁଥିରେ ଇରାନର ପୂର୍ବତନ ସର୍ବୋଚ୍ଚ…

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ: ଶିଶୁ, କିଶୋରଙ୍କ ମାନସିକ ସ୍ୱାସ୍ଥ୍ୟ ଉପରେ ପଡୁଛି ଗଭୀର ପ୍ରଭାବ!

ନୂଆଦିଲ୍ଲୀ,୧୧।୮(ପି.ଟି.): ଦିନକୁ ଦିନ ବଢ଼ୁଥିବା ତାପମାତ୍ରା ଏବଂ ଗ୍ରୀଷ୍ମ ପ୍ରବାହ ସାମାଜିକ ଜୀବନଚଳଣିକୁ ପ୍ରଭାବିତ କରିବା ସହିତ ସ୍ବାସ୍ଥ୍ୟଗତ ଦିଗକୁ ନେଇ ଅନେକ ସମସ୍ୟା ସୃଷ୍ଟି କରିବାରେ…

ବିଶ୍ବ ପାଇଁ ବଡ଼ ବିପଦ! ଏଆଇକୁ ଅସ୍ତ୍ର କରୁଛି ଉତ୍ତର କୋରିଆ, ସାଇବର ଆକ୍ରମଣ ନେଇ ଆଲର୍ଟ!

ନୂଆଦିଲ୍ଲୀ,୧୧।୮:ବିଶ୍ୱ ସାଇବର ସୁରକ୍ଷା କ୍ଷେତ୍ରରେ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଉତ୍ତର କୋରିଆର ସରକାରୀ ସହାୟତା ପ୍ରାପ୍ତ ହ୍ୟାକରମାନେ ବର୍ତ୍ତମାନ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri