ଓଡ଼ିଆରେ ନାମଫଳକ ଅଭିଯାନ: ସଚେତନତା ପଦଯାତ୍ରାରେ ସାମିଲ ହେଲେ ଜିଲାପାଳ

ଛତ୍ରପୁର,୪/୪(ଦିଲ୍ଲୀପ ସାମଲ): ଓଡ଼ିଶା ଦିବସ ଏପ୍ରିଲ ୧ଠାରୁ ମହାବିଷୁବ ସଂକ୍ରାନ୍ତି ଏପ୍ରିଲ ୧୪ ପର୍ଯ୍ୟନ୍ତ ଓଡିଆ ପକ୍ଷ ପାଳନ କରିଯାଉଛି। ଏହାସହିତ ଓଡ଼ିଶା ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ଆଇନ,୧୯୫୬ ଅନୁଯାୟୀ ସମସ୍ତ ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ସମ୍ମୁଖରେ ଓଡିଆ ଭାଷାରେ ନାମ ଫଳକ ପ୍ରଦର୍ଶନ ସୁନିଶ୍ଚିତ କରିବା ପାଇଁ ଏକ ଓଡିଆ ନାମ ଫଳକ ଅଭିଯାନ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି।

ଏହି ପଦଯାତ୍ରାକୁ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହା ସହିତ ନିଜେ ଏହି ପଦଯାତ୍ରାରେ ସାମିଲ ହୋଇଥିଲେ। ଏଥିରେ ଛତ୍ରପୁର ଜିଲା ଶ୍ରମ ଅଧିକାରୀ ବର୍ଷାରାଣୀ ଜେନା, ସହକାରୀ ଶ୍ରମ ଅଧିକାରୀ ରଶ୍ମିରେଖା ପଣ୍ଡା, ବହୁ ନିର୍ମାଣ ଶ୍ରମିକ/ସ୍ବେଚ୍ଛାସେବୀ ଯୋଗଦେଇଥିଲେ । ଏହି ପଦଯାତ୍ରା ଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ଆରମ୍ଭ ହୋଇ ଛତ୍ରପୁର ସହର ପରିକ୍ରମା କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଜୟଦେବ ଭବନରେ ସମ୍ମାନିତ ହେଲେ ଦେବଗଡ଼ର ବିଶିଷ୍ଟ ଶିକ୍ଷାବିତ୍ ପ୍ରଶାନ୍ତ ସାର୍

ଦେବଗଡ଼, ୪।୬(ଶଶାଙ୍କ ଶେଖର ଝାଙ୍କର): ରାଜଧାନୀ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ଓମେନ୍ସ ସ୍ୱେଚ୍ଛାସେବୀ ସଂଗଠନ ଓ କଳିଙ୍ଗ ସଂକୀର୍ତ୍ତନ ମଣ୍ଡଳୀ ମହାସଂଘ ପକ୍ଷରୁ ୨୦ତମ ବାର୍ଷିକ…

୯୨ ଭୂମିହୀନ ପରିବାରକୁ ମିଳିଲା ଘର ଠିକଣା

ଲାଞ୍ଜିଗଡ଼,୪ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ ରାଜସ୍ବ ବିଭାଗ ପକ୍ଷରୁ ୯୨ ଭୂମିହୀନ ପରିବାରକୁ ସ୍ଥାୟୀ ଘରଡ଼ିହ ପଟ୍ଟା ଗୁରୁବାର ଆବଣ୍ଟନ କରାଯାଇଛି। ପ୍ରତ୍ୟେକ ନାଗରିକଙ୍କୁ…

ସାଙ୍ଗମାନଙ୍କ ସହ ଗାଧୋଇବାକୁ ଯାଇଥିଲେ; ବୈତରଣୀରେ ବୁଡ଼ି ଦଶମ ପାସ୍ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ଜଣେ…

ହାଟଡିହୀ/ଛେନାପଦୀ, ୪।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଆଇତିପୁର ପଞ୍ଚାୟତ ଅମୃତପୁର ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ନିକଟସ୍ଥ ବୈତରଣୀ ନଦୀରେ ବୁଡ଼ି…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା: ୧୧ଟି ବୁଲେଟ୍ ଜବତ, ଲକ୍ଷାଧିକ ଟଙ୍କା ଫାଇନ୍ କାଟିଲା…

ଭବାନୀପାଟଣା,୪।୬(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ଗୁରୁବାର ସ୍ଥାନୀୟ ପୋଲିସ ପକ୍ଷରୁ ମୋଟର ଯାନ ଯାଞ୍ଚ କରାଯାଇଥିଲା। ଏହି ସମୟରେ ୧୧ ଜଣ…

ସ୍ବାମୀ କାଠ ମିସ୍ତ୍ରୀ, ସ୍ତ୍ରୀ ହେଲେ OAS; ସଫଳତା ପରେ କହିଲେ- ‘ଗରିବଙ୍କ ସେବା କରିବି’

କେସିଙ୍ଗା,୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜଣେ କାଠ ମିସ୍ତ୍ରୀଙ୍କ ପତ୍ନୀ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇ ସଫଳତାର ଶୀର୍ଷକୁ ଛୁଇଁଛନ୍ତି।…

କବିସୂର୍ଯ୍ୟନଗର ଥାନା ହାଜତ ମୃତ୍ୟୁ ମାମଲା: ଗଞ୍ଜାମ ଏସ୍‌ପିଙ୍କ ସହ ଆଲୋଚନା କଲା HRPC ଟିମ, ମିଳିବ CCTV ଫୁଟେଜ

ଛତ୍ରପୁର, ୪।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନାରେ ପୋଲିିସର ‘ଥାର୍ଡ ଡିଗ୍ରୀ’ ଯୋଗୁ ଦିବ୍ୟାଙ୍ଗ ସୁଶାନ୍ତଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ମାମଲାରେ ଏବେ ମାନବାଧିକାର…

କମ୍ପ୍ଲେକ୍ସ ଭିତରକୁ ପଶିଗଲା ଟ୍ରକ, ଆଉ ତା’ପରେ…

କୋରାପୁଟ,୪।୬(ଅମିତାଭ ବେହେରା): କୋରାପୁଟ ସହର ଦେଇ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥର ଆରଟିଓ ଅଫିସ ନିକଟରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ସୌଭାଗ୍ୟବଶତଃ ଟ୍ରକ…

ରାଜ୍ୟ ସଭା ଉପ-ନିର୍ବାଚନ: ଦେବାଶିଷଙ୍କୁ ପ୍ରାର୍ଥୀ କଲା ଭାଜପା

ଭୁବନେଶ୍ୱର,୪।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ଭାଜପା ଗୁରୁବାର ପ୍ରାର୍ଥୀ ଘୋଷଣା କରିଛି। ଦେବାଶିଷ ସାମନ୍ତରାୟଙ୍କୁ ପ୍ରାର୍ଥୀ କରିଥିବା ନେଇ ଭାଜପା କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri