ଓଡ଼ିଆରେ ଲେଖାଯିବ ନାମଫଳକ

ଖୋର୍ଦ୍ଧା ଅଫିସ,୧୮ା୩:ଏପ୍ରିଲ ୧ରେ ଖୋର୍ଦ୍ଧା ସଦର ମହକୁମାରେ ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ କରାଯିବ। ଏ ନେଇ ବୁଧବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ କୁମାର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଏପ୍ରିଲ ୧ତାରିଖ ଭୋରରେ ଖୋର୍ଦ୍ଧା ସହରରେ ଡାକବାଜି ଯନ୍ତ୍ର ମାଧ୍ୟମରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ପ୍ରଚାର କରାଯିବ। ସକାଳ ସାଢେ ୭ଟାରେ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବ। ପୂର୍ବାହ୍ନ ୧୧ଟାରେ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ଏବଂ ଅନୁଷ୍ଠାନଗୁଡ଼ିକରେ ସମୂହ ବନ୍ଦେ ଉତ୍କଳ ଜନନୀ ଗାନ କରାଯିବାକୁ ସ୍ଥିର ହୋଇଛି। ସମସ୍ତ କାର୍ଯ୍ୟାଳୟ, ଅନୁଷ୍ଠାନ ଓ ବାଣିଜ୍ୟ ପ୍ରତିଷ୍ଠାନଗୁଡ଼ିକୁ ଆଲୋକମାଳାରେ ସଜ୍ଜିତ କରାଯିବ। ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନର ନାମଫଳକ ଓଡ଼ିଆରେ ଲେଖାଯିବ। ଜିଲା ଶିକ୍ଷାଧିକାରୀଙ୍କ ତତ୍ତ୍ୱାବଧାନରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବକ୍ତୃତା ପ୍ରତିଯୋଗିତା ହେବ। ମାର୍ଚ୍ଚ ୨୪ରୁ ପ୍ରାଣନାଥ ପଟ୍ଟନାୟକ କଲେଜରେ ବକ୍ତୃତା ଓ ଦେଶାତ୍ମବୋଧକ ସଙ୍ଗୀତ ପ୍ରତିଯୋଗିତା ହେବ। ବୈଠକରେ ଅତିରିକ୍ତ ଜିଲାପାଳ ମନୋଜ ପାଢ଼ୀ, ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଦିଗନ୍ତ ରାଉତରାୟ, ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଜୀବନ୍ତ ଆଚାର୍ଯ୍ୟ, ନିର୍ବାହୀ ଅଧିକାରୀ ଶ୍ୱେତପଦ୍ମା ଶତପଥୀ, ଓରମାସ୍‌ ଉପମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଗୁଣ୍ଡିଚା ବେହେରା, ଶିକ୍ଷାବିତ୍‌ ପ୍ରଫେସର ନାରାୟଣ ରାଓ, ଭୀମସେନ ପ୍ରଧାନ, ସତ୍ୟବାଦୀ ବଳିୟାରସିଂ, ଅଧ୍ୟାପକ ସୁବୋଧ କୁମାର ଜଗଦ୍ଦେବ, ବିଜେବି ହାଇସ୍କୁଲ ପ୍ରଧାନଶିକ୍ଷକ ଏସ୍‌.ଗୋହର ଅଲ୍ଲୀ, ଓକିଲ ସଂଘ ସଭାପତି ଶିଶିର ପରିଡ଼ା, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ମାନସ ରଞ୍ଜନ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri