ଓଡ଼ିଆରେ ଲେଖାଯିବ ନାମଫଳକ

ଖୋର୍ଦ୍ଧା ଅଫିସ,୧୮ା୩:ଏପ୍ରିଲ ୧ରେ ଖୋର୍ଦ୍ଧା ସଦର ମହକୁମାରେ ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ କରାଯିବ। ଏ ନେଇ ବୁଧବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ କୁମାର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଏପ୍ରିଲ ୧ତାରିଖ ଭୋରରେ ଖୋର୍ଦ୍ଧା ସହରରେ ଡାକବାଜି ଯନ୍ତ୍ର ମାଧ୍ୟମରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ପ୍ରଚାର କରାଯିବ। ସକାଳ ସାଢେ ୭ଟାରେ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବ। ପୂର୍ବାହ୍ନ ୧୧ଟାରେ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ଏବଂ ଅନୁଷ୍ଠାନଗୁଡ଼ିକରେ ସମୂହ ବନ୍ଦେ ଉତ୍କଳ ଜନନୀ ଗାନ କରାଯିବାକୁ ସ୍ଥିର ହୋଇଛି। ସମସ୍ତ କାର୍ଯ୍ୟାଳୟ, ଅନୁଷ୍ଠାନ ଓ ବାଣିଜ୍ୟ ପ୍ରତିଷ୍ଠାନଗୁଡ଼ିକୁ ଆଲୋକମାଳାରେ ସଜ୍ଜିତ କରାଯିବ। ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନର ନାମଫଳକ ଓଡ଼ିଆରେ ଲେଖାଯିବ। ଜିଲା ଶିକ୍ଷାଧିକାରୀଙ୍କ ତତ୍ତ୍ୱାବଧାନରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବକ୍ତୃତା ପ୍ରତିଯୋଗିତା ହେବ। ମାର୍ଚ୍ଚ ୨୪ରୁ ପ୍ରାଣନାଥ ପଟ୍ଟନାୟକ କଲେଜରେ ବକ୍ତୃତା ଓ ଦେଶାତ୍ମବୋଧକ ସଙ୍ଗୀତ ପ୍ରତିଯୋଗିତା ହେବ। ବୈଠକରେ ଅତିରିକ୍ତ ଜିଲାପାଳ ମନୋଜ ପାଢ଼ୀ, ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଦିଗନ୍ତ ରାଉତରାୟ, ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଜୀବନ୍ତ ଆଚାର୍ଯ୍ୟ, ନିର୍ବାହୀ ଅଧିକାରୀ ଶ୍ୱେତପଦ୍ମା ଶତପଥୀ, ଓରମାସ୍‌ ଉପମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଗୁଣ୍ଡିଚା ବେହେରା, ଶିକ୍ଷାବିତ୍‌ ପ୍ରଫେସର ନାରାୟଣ ରାଓ, ଭୀମସେନ ପ୍ରଧାନ, ସତ୍ୟବାଦୀ ବଳିୟାରସିଂ, ଅଧ୍ୟାପକ ସୁବୋଧ କୁମାର ଜଗଦ୍ଦେବ, ବିଜେବି ହାଇସ୍କୁଲ ପ୍ରଧାନଶିକ୍ଷକ ଏସ୍‌.ଗୋହର ଅଲ୍ଲୀ, ଓକିଲ ସଂଘ ସଭାପତି ଶିଶିର ପରିଡ଼ା, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ମାନସ ରଞ୍ଜନ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri