କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ ଏଯାବତ ଆଠ ପର୍ଯ୍ୟାୟ କରି ବିଜେଡି ୧୪୪ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲେ ମଧ୍ୟ ତିନି ଚର୍ଚ୍ଚିତ ଆସନରେ ଟିକେଟ୍ ଘୋଷଣା କରିପାରି ନାହିଁ। ବାକିଥିବା ତିନି ଆସନ ହେଉଛି ଯାଜପୁର ଜିଲାର କୋରେଇ, ନୟାଗଡ଼ର ଖଣ୍ଡପଡ଼ା ଏବଂ ବାଲେଶ୍ୱରର ନୀଳଗିରି।

ଗତ ତିନି ବିଧାନସଭା ନିର୍ବାଚନରେ ବିଜେଡି କୋରେଇରୁ ତିନି ଜଣଙ୍କୁ ପ୍ରାର୍ଥୀ କରିଛି। ୨୦୦୯ରେ ପ୍ରିତିରଞ୍ଜନ ଘଡେଇ, ୨୦୧୪ରେ ଆକାଶ ଦାସ ନାୟକ ଏବଂ ୨୦୧୯ରେ ଅଶୋକ ବଳଙ୍କୁ ପ୍ରାର୍ଥୀ କରିଥିଲା। ତେବେ ଚଳିତ ନିର୍ବାଚନରେ ବିଜେଡି ଟିକେଟ୍ ନ ପାଇବା ଆଶଙ୍କାରେ ଆକାଶ ଭାଜପାରେ ଯୋଗ ଦେଇଛନ୍ତି। ଏହାପରେ ଭାଜପା ଆକାଶଙ୍କୁ କୋରେଇରୁ ପ୍ରାର୍ଥୀ କରିଛି। ବର୍ତମାନର ବିଧାୟକ ଅଶୋକ ବଳଙ୍କୁ ବିଜେଡି ପୁଣିଥରେ ଟିକେଟ ନ ଦେଇପାରେ। ଚର୍ଚ୍ଚା ହେଉଛି ବିଜେଡି ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସାନଭାଇ ଏଠାରୁ ଟିକେଟ ପାଇ ପାରନ୍ତି। କିଛିଦିନ ପୂର୍ବରୁ କୋରେଇର ପୂର୍ବତନ ବିଧାୟକ ପ୍ରିତିରଞ୍ଜନ ଘଡେ଼ଇଙ୍କ ପତ୍ନୀ ତଥା ଅଭିନେତ୍ରୀ ଝିଲିକ ଭଟ୍ଟାଚର୍ଯ୍ୟଙ୍କୁ କୋରେଇ ଟିକେଟ ମିଳିପାରେ ବୋଲି ଚର୍ଚ୍ଚା ହେଉଥିଲା। ଏସବୁ ଚର୍ଚ୍ଚା ମଧ୍ୟରେ ଏପର୍ଯ୍ୟନ୍ତ କୋରେଇ ଆସନ ଝୁଲି ରହିଛି।

ସେହିପରି ନୟାଗଡ ଜିଲାର ଖଣ୍ଡପଡ଼ା ଆସନ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ। କାରଣ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କୁ ବିଜେଡି ଦଳରୁ ନିଲମ୍ବିତ କରିସାରିଛି। ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ ଏଠାରୁ ବିଜେଡି ଟିକେଟ ପାଇଁ ଆଶାୟୀ ଥିଲେ ମଧ୍ୟ ଖଣ୍ଡପଡାର ବିଜେଡି ଅଙ୍କ ଏପର୍ଯ୍ୟନ୍ତ ଛିଡିପାରୁ ନାହିଁ।

ସେହିଭଳି ବାଲେଶ୍ୱର ଜିଲାର ନୀଳଗିରି ଟିକେଟ ଘୋଷଣା କରିବାକୁ ମଧ୍ୟ ବିଜେଡି ଅକାଳରେ ପଡିଛି। ୨୦୧୪ରେ ବିଜେଡିରୁ ଏବଂ ୨୦୧୯ରେ ଭାଜପାରୁ ଟିକେଟ ପାଇ ବିଧାୟକ ନିର୍ବାଚିତ ହୋଇଥିବା ସୁକାନ୍ତ କୁମାର ନାୟକ ୨୦୨୪ରେ ପୁଣି ବିଜେଡି ଶିବିରକୁ ଫେରିଛନ୍ତି। ଯାହାକୁ ନେଇ ବିଜେଡି ଦ୍ବନ୍ଦରେ ପଡିଛି। ୨୦୧୯ରେ ସୁକାନ୍ତ ବିଜେଡି ପ୍ରାର୍ଥୀ ସନ୍ତୋଷ ଖଟୁଆଙ୍କୁ ମାତ୍ର ୧.୫୭୭ ଖଣ୍ଡ ଭୋଟରେ ପରାଜିତ କରିଥିଲେ। ତେଣୁ ଏଠାରେ ଦୁଇ ନେତାଙ୍କୁ ନେଇ ବିଜେଡିର ଅଙ୍କ ଅଟକିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?