ସାମାଜିକ ଗଣମାଧ୍ୟମରେ କେନ୍ଦ୍ର ବାଲ୍‌ ପୁରସ୍କାର ବିଜେତାଙ୍କ ନାମ

ଭୁବନେଶ୍ୱର,୨୧।୬(ଶର୍ମିଷ୍ଠା ପାଣିଗ୍ରାହୀ): ଚଳିତ ବର୍ଷର କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଦିଆଯାଉଥିବା ବାଲ୍‌ ପୁରସ୍କାର ବିଜେତାଙ୍କ ନାମ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଛି। ପୁରସ୍କାର ଘୋଷଣା ହେବା ପୂର୍ବରୁ ଏହା କିପରି ପ୍ରଘଟ ହେଲା ତାହା ସାହିତି୍ୟକ ଓ ବୁଦ୍ଧିଜୀବୀଙ୍କ ମହଲରେ ଆଲୋଚନାର ବିଷୟ ହୋଇଛି। ଓଡ଼ିଶାରୁ ଡ. ସୁନାମଣି ରାଉତ ଚଳିତ ବର୍ଷର ଏହି ପୁରସ୍କାର ପାଉଛନ୍ତି ବୋଲି ସାମାଜିକ ଗଣମାଧ୍ୟମରେ ପ୍ରକାଶ ପାଇଛି। ଅନ୍ୟପକ୍ଷରେ ଏହି ପୋଷ୍ଟରେ ଚଳିତ ବର୍ଷର ଜୁରୀ ସଦସ୍ୟ ଭାବେ ଭୂପେନ ମହାପାତ୍ର ଓ ମହେଶ୍ୱର ମହାନ୍ତି ରହିଥିବା ନେଇ ମଧ୍ୟ ଉଲ୍ଲେଖ କରାଯାଇଛି। ବିଧିବଦ୍ଧ ସୂଚନା ନ ଆସିବା ଆଗରୁ ଏଭଳି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପ୍ରଘଟ ହେବା ନେଇ ଅନେକ ସାହିତି୍ୟକ ପ୍ରଶ୍ନ କରିଛନ୍ତି। ଏ ନେଇ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ବିଶିଷ୍ଟ କବି ଡ. ହୃଷୀକେଶ ମଲ୍ଲିକ କହିଛନ୍ତି, ମୁଁ ଏ ଘଟଣା ବିଷୟରେ କେନ୍ଦ୍ର ସାହିତ୍ୟ ଏକାଡେମୀ ସଚିବଙ୍କୁ ଚିଠି ଲେଖିଛି। ଏଥିସହ ଓଡ଼ିଆ ଭାଷା ପରମର୍ଶଦାତା ବୋର୍ଡର ଆବାହକଙ୍କୁ ମଧ୍ୟ ଅବଗତ କରାଇଛି। ଆନୁଷ୍ଠାନିକ ଭାବେ ପୁରସ୍କାର ଘୋଷଣା ହେବା ପୂର୍ବରୁ ଓଡ଼ିଆ ଭାଷାରେ ବାଲ୍‌ ପୁରସ୍କାର ଏବଂ ଜୁରି ସଦସ୍ୟଙ୍କ ନାମ ସାମାଜିକ ଗଣମାଧ୍ୟମରେ ପ୍ରଘଟ ଗ୍ରହଣୀୟ ନୁହେଁ। ଯଦି ଫେସ୍‌ବୁକରେ କରାଯାଇଥିବା ପୋଷ୍ଟ ସତ ହୁଏ, ଏହାକୁ ବାତିଲ କରିବା ଏକାଡେମୀ ପାଇଁ ସମ୍ମାନଜନକ ହେବ। ଏହି ବିଷୟଟି ଅତ୍ୟନ୍ତ ଗମ୍ଭୀର। ଜରୁରୀ କାର୍ଯ୍ୟାନୁଷ୍ଠାନ ସହ ଏକାଡେମୀର ପ୍ରତିଷ୍ଠା ବଜାୟ ରଖି ଉପଯୁକ୍ତ ପଦକ୍ଷେପ ନିଆଯାଉ। ଭବିଷ୍ୟତରେ ଏକାଡେମୀ ଦ୍ୱାରା ପରିଚାଳିତ ପୁରସ୍କାର ଚୟନ ପାଇଁ ଜୁରି ଭାବରେ କାର୍ଯ୍ୟ କରିବାକୁ ମୁଁ ଇଚ୍ଛୁକ ନୁହେଁ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri