ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା ଏକ ମାସ ମଧ୍ୟରେ ରାଜ୍ୟରେ ଥିବା ପ୍ରତିଷ୍ଠାନଗୁଡ଼ିକର ନାମ ସଠିକ୍ ଭାବେ ଲେଖାଯିବ ଓ ଉଚ୍ଚାରଣ କରାଯିବ ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ଅନେକ ସ୍ଥାନରେ ଓଡ଼ିଆ ନାମର ଭୁଲ ବନାନ, ଅସଠିକ୍ ଇଂରାଜୀ ଲିପ୍ୟନ୍ତରଣ ଏବଂ ଉଚ୍ଚାରଣ ଜନିତ ତ୍ରୁଟି ଦେଖିବାକୁ ମିଳୁଛି। ଏହାକୁ ଦୂର କରି ନାମଗୁଡ଼ିକୁ ମୂଳ ରୂପରେ ଓ ସଠିକ୍ ଭାବେ ପ୍ରଦର୍ଶିତ କରିବାକୁ ସରକାର ପଦକ୍ଷେପ ନେଉଛନ୍ତି।

ସେ କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ଅଧୀନରେ ଥିବା ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ପ୍ରକ୍ରିୟା ମାସକ ଭିତରେ ଆରମ୍ଭ ହୋଇ ସମ୍ପୂର୍ଣ୍ଣ କରାଯିବ। ଅନ୍ୟପଟେ, କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ପ୍ରତିଷ୍ଠାନଗୁଡ଼ିକର ନାମରେ ପରିବର୍ତ୍ତନ ଆଣିବା ପାଇଁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖାଯିବ। ଏହି ପ୍ରକ୍ରିୟା ବର୍ଷକ ଭିତରେ ସମ୍ପୂର୍ଣ୍ଣ ହେବ ବୋଲି ଆଶା କରାଯାଉଛି।

ତେବେ ନାମ ସଂଶୋଧନ ପ୍ରକ୍ରିୟାର ପ୍ରଭାବ ପୂର୍ବରୁ ଜାରି ହୋଇଥିବା ପ୍ରମାଣପତ୍ର ଉପରେ ପଡ଼ିବ ନାହିଁ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ସାର୍ଟିଫିକେଟ୍‌, ଶିକ୍ଷାଗତ ପ୍ରମାଣପତ୍ର, ଜମି ସମ୍ବନ୍ଧୀୟ ଦଲିଲ କିମ୍ବା ଅନ୍ୟାନ୍ୟ ସରକାରୀ ପ୍ରମାଣପତ୍ର, ଯାହା ପୂର୍ବରୁ ଜାରି ହୋଇସାରିଛି, ସେଗୁଡ଼ିକ ଅପରିବର୍ତ୍ତିତ ରହିବ ଏବଂ ସେଗୁଡ଼ିକର ବୈଧତା ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ।

ରାଜ୍ୟର ଭାଷା, ସଂସ୍କୃତି ଓ ସ୍ଥାନନାମର ସ୍ୱତନ୍ତ୍ର ପରିଚୟକୁ ଅକ୍ଷୁଣ୍ଣ ରଖିବା ସହ ଲୋକଙ୍କ ମଧ୍ୟରେ ସଠିକ୍ ଉଚ୍ଚାରଣ ଓ ବ୍ୟବହାରକୁ ପ୍ରୋତ୍ସାହିତ କରିବା ଏହି ପଦକ୍ଷେପର ମୁଖ୍ୟ ଉଦ୍ଦେଶ୍ୟ ବୋଲି ମନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri