ଏକାଧିକ ଭୋଟର ତାଲିକାରେ ନାଁ ଥିଲେ କାଟ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନି ବୁଧବାର ରାଜ୍ୟର ୩୦ ଜିଲାର ଜିଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍ସରେ ନିର୍ଭୁଲ୍‌ ଭୋଟର ତାଲିକା ନେଇ ଏକ ସମୀକ୍ଷା ବୈଠକ କରିଛନ୍ତି । ଏହି ଅବସରରେ ଲୋହାନି କହିଛନ୍ତି, ଏକାଧିକ ତାଲିକାରେ ରହିଥିବା ନାମଗୁଡ଼ିକୁ ତାଲିକାରୁ ବାଦ୍‌ ଦିଅ। ଦୋହରା ଫଟୋ ପରିଚୟ ପତ୍ର ଥିବା ଭୋଟରଙ୍କୁ ଠିକ୍‌ ଭାବେ ଯାଞ୍ଚ କରି ସେମାନଙ୍କୁ ତାଲିକାରୁ ବାଦ୍‌ ଦେଇ ନିର୍ଭୁଲ୍‌ ଭୋଟର ତାଲିକା ପ୍ରସ୍ତୁତି ସମ୍ପର୍କରେ ସେ ଗୁରୁତ୍ୱାରୋପ କରିଛନ୍ତି।

ସେ ଆହୁରି କହିଛନ୍ତି, ଭାରତର ନିର୍ବାଚନ ଆୟୋଗ ପ୍ରଥମ ଥର ପାଇଁ ସମସ୍ତ ଭୋଟରଙ୍କୁ ଫଟୋ ପରିଚୟ ଡାକ ମାଧ୍ୟମରେ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏଥିଲାଗି ଅନ୍‌ଲାଇନ ମାଧ୍ୟମରେ ଆବେଦନ କଲାବେଳେ ଫର୍ମ ନଂ. ୬ରେ ତାଲିକାରେ ନାମ ଯୋଗ ଓ ଫର୍ମ ନଂ. ୮ରେ ତ୍ରୁଟି ସଂଶୋଧନ ପାଇଁ ଫର୍ମ ପୂରଣ କଲାବେଳେ ନାଗରିକମାନେ ଆବେଦନ ଫର୍ମରେ ସମ୍ପୂର୍ଣ୍ଣ ଡାକ ଠିକଣା ଓ ମୋବାଇଲ୍‌ ନମ୍ବର ଦେବାକୁ ହେବ ନଚେତ୍‌ ଭୋଟରଙ୍କ ଘରେ ଡାକ ଯୋଗେ ଫଟୋ ପରିଚୟ ପତ୍ର ପହଞ୍ଚତ୍ବା ସମ୍ଭବ ହେବନାହିଁ ।

ଆସନ୍ତା ୨ ସପ୍ତାହ ମଧ୍ୟରେ ବୁଥ୍‌ସ୍ତରୀୟ ଅଧିକାରୀମାନେ ନିଜ ନିଜ ଅଞ୍ଚଳରେ ଘରକୁ ଘର ଯାଇ ଠିକ୍‌ ତଥ୍ୟ ସଂଗ୍ରହ କରି ନିର୍ବାଚନ ପଞ୍ଜୀକରଣ ଅଧିକାରୀଙ୍କୁ ଠିକ୍‌ ତଥ୍ୟ ପ୍ରଦାନ କରିବେ। ଏହାପରେ ନିର୍ବାଚନ ପଞ୍ଜୀକରଣ ଅଧିକାରୀମାନେ ଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ା ବର୍ତ୍ତମାନ ସୁଦ୍ଧା ପ୍ରସ୍ତୁତ ହୋଇଥିବା ଫଟୋ ପରିଚୟ ପତ୍ରଗୁଡ଼ିକୁ ମେ ୧୫ ତାରିଖ ସୁଦ୍ଧା ଡାକ ମାଧ୍ୟମରେ ଭୋଟରଙ୍କ ଘରେ ପହଞ୍ଚାଇବା ପାଇଁ ସମସ୍ତ ଜିଲାପାଳଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ଯେଉଁ ଭୋଟରଙ୍କ ନାମ ତାଲିକାରେ ନାହିଁ କିମ୍ବା ନାମ ଓ ଡାକ ଠିକଣା ଇତ୍ୟାଦିରେ ତ୍ରୁଟି ଅଛି ସେମାନେ ଏବେ ଅନ୍‌ଲାଇନ ମାଧ୍ୟମରେ ପୋର୍ଟାଲକୁ ଯାଇ ଆବେଦନ କରିପାରିବେ ା
ଏହା ମଧ୍ୟ ନିଜ ମୋବାଇଲ ମାଧ୍ୟମରେ ଭୋଟର ହେଲ୍‌ପ ଲାଇନ୍‌ ଆପ୍‌ ଡାଉନ୍‌ଲୋଡ୍‌ କରି ସେଥିରେ ଆବେଦନ କରିପାରିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରକାଶ କରିଛନ୍ତି ା ଏହି ବୈଠକରେ ୩୦ ଜିଲାର ଜିଲାପାଳଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଳା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର…

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri