ବରଗଡ଼ ଧନୁଯାତ୍ରାରେ ଏଥର ନୂଆ କଂସ: ଆଉ କିଛି ସମୟ ପରେ ନାମ ଘୋଷଣା

ବରଗଡ଼,୧୮।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୪ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ଜାନୁଆରୀ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏଥର ମହୋତ୍ସବରେ ଅଭିନୟ ପାଇଁ କଂସ ସମେତ ଅନ୍ୟ ପ୍ରମୁଖ ଚରିତ୍ର ପାଇଁ କଳାକାର ଚୟନ କରାଯାଇଛି। ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲରେ ସୋମବାର କଂସ କଳାକାର ଚୟନ ପ୍ରକ୍ରିୟା ରହିଥିଲା। ୪୪ଜଣ ଯୋଗ୍ୟ ଆବେଦନକାରୀଙ୍କ ମଧ୍ୟରୁ ୩୬ଜଣ କଳାକାର ବେଶଭୂଷା, ପରିପାଟୀ ସହିତ ଚୟନ ପ୍ରକ୍ରିୟାରେ ସାମିଲ ହୋଇଥିଲେ ଏବଂ ବିଚାରକ ମଣ୍ଡଳୀଙ୍କ ସମ୍ମୁଖରେ ନିଜ ଅଭିନୟ ନିଖୁଣତା ପ୍ରଦର୍ଶନ ସହିତ ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଥିଲେ। ସେହିପରି ଗତ ୧୫ ତାରିଖ ଦେବକୀ, ନାରଦ, ଚାଣୁର, ମୁଷ୍ଟିକ, ସାର୍ତ୍ତକି, ବସୁଦେବ, ଅକ୍ରୁର ଉଗ୍ରସେନ ଏବଂ ୧୬ ତାରିଖ ମହାମନ୍ତ୍ରୀ ଓ ସେନାପତି ଚରିତ୍ର ପାଇଁ କଳାକାର ଚୟନ ହୋଇଥିଲା।
ବିଚାରକଭାବେ ବରଗଡ଼ର ମିହିର କୁମାର ମେହେର, କଳାହାଣ୍ଡିର ପରମେଶ୍ବର ମୁଣ୍ଡ, ସମ୍ବଲପୁରର ପ୍ରଦୀପ କୁମାର ପଣ୍ଡା, ଝାରସୁଗୁଡ଼ାର ସୁବାଷ ପ୍ରଧାନ ଏବଂ ଦେବଗଡ଼ର ସୁଜିତ ପାତ୍ର ଉପସ୍ଥିତ ଥିଲେ । ଆଜି ପୂର୍ବାହ୍ନ ୧୧ଟାରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କଂସ ସମେତ ବିଭିନ୍ନ ଚରିତ୍ର ପାଇଁ ଚୟନ ହୋଇଥିବା କଳାକାରଙ୍କ ନାମ ଘୋଷଣା କରାଯିବ ବୋଲି ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶର ଶତପଥୀ ସୂଚନା ଦେଇଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri