Posted inଖେଳ

ଟି୨୦ରେ ଇତିହାସ ରଚିଲା ନାମ୍ବିଆ

ୱିଣ୍ଡହୋକ,୧୧।୧୦- ଖେଳାଯାଇଥିବା ଟି୨୦ ମ୍ୟାଚ୍‌ରେ ନାମ୍ବିଆ ୪ ଉଇକେଟରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଇତିହାସ ରଚିଛି। ଟେଷ୍ଟ ପ୍ଲେଇଂ ଦେଶ ବିପକ୍ଷରେ ଏହା ନାମ୍ବିଆର ଚତୁର୍ଥ ବିଜୟ। ଏଥିପୂର୍ବରୁ ଆୟର୍ଲାଣ୍ଡ, ଜିମ୍ବାଓ୍ବେ ଓ ଶ୍ରୀଲଙ୍କା ଭଳି ଟେଷ୍ଟ ପ୍ଲେଇଂ ଦେଶକୁ ନାମ୍ବିଆ ପରାସ୍ତ କରିଥିଲା। ଅନ୍ୟପକ୍ଷରେ ଟି୨୦ ଫର୍ମାଟରେ ଆସୋସିଏଟ୍‌ ଦେଶ ବିପକ୍ଷରେ ଏହା ଦକ୍ଷିଣ ଆଫ୍ରିକାର ପ୍ରଥମ ପରାଜୟ।

ଜିତି ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୮ ଉଇକେଟ ହରାଇ ୧୩୪ ରନ କରିଥିଲା। ଦଳ ପାଇଁ ଜେ ସ୍ମିଥ ୩୧, ରୁବିନ ହର୍ମାନ ୨୩ ଓ ଲୁଆନ ଡ୍ରେ ପ୍ରିଟୋରିଅସ ୨୨ ରନ କରିଥିଲେ। ବୋଲିଂରେ ଘରୋଇ ନାମ୍ବିଆ ଲାଗି ରୁବେନ ଟ୍ରୁମ୍ପେଲମାନ ୩ ଓ ମ୍ୟାକ୍ସ ହେଇଙ୍ଗୋ ୨ ଉଇକେଟ ନେଇଥିଲେ।

ଜବାବରେ ନାମ୍ବିଆ ୨୦ ଓଭରରେ ୬ ଉଇକେଟ ହରାଇ ୧୩୮ ରନ କରି ମ୍ୟାଚ୍‌ ଜିତି ନେଇଥିଲା। ଦଳ ପାଇଁ ଅଧିନାୟକ ଜେରାର୍ଡ ଇରାସମସ ୨୧ ରନ କରି ଆଉଟ୍‌ ହୋଇଥିବା ବେଳେ ଜେନ ଗ୍ରୀନ (୩୦) ଅନ୍ତିମ ବଲରେ ଚୌକା ଲଗାଇ ଦଳକୁ ଐତିହାସିକ ବିଜୟ ଆଣି ଦେଇଥିଲେ। ଦକ୍ଷିଣ ଆଫ୍ରିକା ପକ୍ଷରୁ ନାନ୍ଦ୍ରେ ବର୍ଗର ଓ ଆଣ୍ଡିଲ ସିମେଲେନ ୨ ଲେଖାଏ ଉଇକେଟ ନେଇଥିଲେ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri