Posted inଖେଳ

ନମିତାଙ୍କୁ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର, ୨୮।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାର ଅନ୍ତର୍ଜାତୀୟ ମହିଳା ହକି ତାରକା ନମିତା ଟପ୍ପୋ ଚଳିତ ବର୍ଷର ଏକଲବ୍ୟ ପୁରସ୍କାର ପାଇଛନ୍ତି। ୨୦୧୮ ଏପ୍ରିଲରୁ ୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ପ୍ରଦର୍ଶନକୁ ଦୃଷ୍ଟିରେ ରଖି ନମିତାଙ୍କୁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି। ଫେରୋ ଆଲଏଜ୍‌ ଉତ୍ପାଦନକାରୀ କମ୍ପାନୀ ଇମ୍ଫା ପକ୍ଷରୁ ପରିଚାଳିତ ଇଣ୍ଡିଆନ ମେଟାଲ୍ସ ପବ୍ଲିକ୍‌ ଚାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ପ୍ରଦତ୍ତ ଏକଲବ୍ୟ ପୁରସ୍କାର ବାବଦରେ ନମିତାଙ୍କୁ ସମ୍ମାନପତ୍ର, ଫଳକ ସହିତ ୫ ଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯାଇଥିଲା। କରୋନା ଜନିତ କଟକଣାକୁ ଦୃଷ୍ଟିରେ ରଖି ଏଥର ଉତ୍ସବକୁ ସଂକ୍ଷିପ୍ତ ଓ ନିରାଡମ୍ବର କରାଯାଇଥିଲା। ଉଦୀୟମାନ ଭାରୋତ୍ତୋଳନକାରୀ ସ୍ନେହା ସୋରେନ ଓ ବ୍ୟାଡ୍‌ମିଣ୍ଟନ ଖେଳାଳି ଋତୁପର୍ଣ୍ଣା ପଣ୍ଡାଙ୍କୁ ମାନପତ୍ର ସହ ୫୦,୦୦୦ ଟଙ୍କାର ଚେକ୍‌ ପ୍ରଦାନ କରାଯାଇ ସମ୍ମାନିତ କରାଯାଇଛି। ଉଭୟ ଖେଳାଳି ଅନୁପସ୍ଥିତ ଥିବାରୁ ଋତୁପର୍ଣ୍ଣାଙ୍କ ମା’ ଓ ସ୍ନେହାଙ୍କ ଭାଇ ପୁରସ୍କାର ଗ୍ରହଣ କରିଛନ୍ତି। ଭର୍ଚୁଆଲ କାର୍ଯ୍ୟକ୍ରମ ମାଧ୍ୟମରେ ପୁରସ୍କୃତ କ୍ରୀଡ଼ାବିତ୍‌ଙ୍କୁ ଅଭିନନ୍ଦନ ଜଣାଇବା ସହ ଅଧିକ ସଫଳତା କାମନା କରିଥିଲେ ଇମ୍ପାକ୍ଟର ଟ୍ରଷ୍ଟି ତଥା ପୂର୍ବତନ ଏମ୍‌ପି ବୈଜୟନ୍ତ ପଣ୍ଡା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri