Posted inଖେଳ

ନମିତାଙ୍କୁ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର, ୨୮।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାର ଅନ୍ତର୍ଜାତୀୟ ମହିଳା ହକି ତାରକା ନମିତା ଟପ୍ପୋ ଚଳିତ ବର୍ଷର ଏକଲବ୍ୟ ପୁରସ୍କାର ପାଇଛନ୍ତି। ୨୦୧୮ ଏପ୍ରିଲରୁ ୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ପ୍ରଦର୍ଶନକୁ ଦୃଷ୍ଟିରେ ରଖି ନମିତାଙ୍କୁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି। ଫେରୋ ଆଲଏଜ୍‌ ଉତ୍ପାଦନକାରୀ କମ୍ପାନୀ ଇମ୍ଫା ପକ୍ଷରୁ ପରିଚାଳିତ ଇଣ୍ଡିଆନ ମେଟାଲ୍ସ ପବ୍ଲିକ୍‌ ଚାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ପ୍ରଦତ୍ତ ଏକଲବ୍ୟ ପୁରସ୍କାର ବାବଦରେ ନମିତାଙ୍କୁ ସମ୍ମାନପତ୍ର, ଫଳକ ସହିତ ୫ ଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯାଇଥିଲା। କରୋନା ଜନିତ କଟକଣାକୁ ଦୃଷ୍ଟିରେ ରଖି ଏଥର ଉତ୍ସବକୁ ସଂକ୍ଷିପ୍ତ ଓ ନିରାଡମ୍ବର କରାଯାଇଥିଲା। ଉଦୀୟମାନ ଭାରୋତ୍ତୋଳନକାରୀ ସ୍ନେହା ସୋରେନ ଓ ବ୍ୟାଡ୍‌ମିଣ୍ଟନ ଖେଳାଳି ଋତୁପର୍ଣ୍ଣା ପଣ୍ଡାଙ୍କୁ ମାନପତ୍ର ସହ ୫୦,୦୦୦ ଟଙ୍କାର ଚେକ୍‌ ପ୍ରଦାନ କରାଯାଇ ସମ୍ମାନିତ କରାଯାଇଛି। ଉଭୟ ଖେଳାଳି ଅନୁପସ୍ଥିତ ଥିବାରୁ ଋତୁପର୍ଣ୍ଣାଙ୍କ ମା’ ଓ ସ୍ନେହାଙ୍କ ଭାଇ ପୁରସ୍କାର ଗ୍ରହଣ କରିଛନ୍ତି। ଭର୍ଚୁଆଲ କାର୍ଯ୍ୟକ୍ରମ ମାଧ୍ୟମରେ ପୁରସ୍କୃତ କ୍ରୀଡ଼ାବିତ୍‌ଙ୍କୁ ଅଭିନନ୍ଦନ ଜଣାଇବା ସହ ଅଧିକ ସଫଳତା କାମନା କରିଥିଲେ ଇମ୍ପାକ୍ଟର ଟ୍ରଷ୍ଟି ତଥା ପୂର୍ବତନ ଏମ୍‌ପି ବୈଜୟନ୍ତ ପଣ୍ଡା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

ଭାରତ ନା ପାକିସ୍ତାନ କିଏ ଜିତିବ ସ୍ବର୍ଣ୍ଣ ପଦକ? 2026 ଏସୀୟ କ୍ରୀଡାର ଫାଇନାଲରେ ମୁହାଁମୁହିଁ ହେବେ ଏମାନେ, ବୁଝନ୍ତୁ ଗଣିତ

ନୂଆଦିଲ୍ଲୀ,୧।୧୦: ୨୦୨୬ ଏସୀୟ କ୍ରୀଡ଼ାର ଫାଇନାଲ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଯାଉଛି। କ୍ରିକେଟ ପଡ଼ିଆରେ ପୁଣିଥରେ ପରସ୍ପରର ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?