Posted inଖେଳ

ନମିତା ପାଇବେ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର: ଚଳିତ ବର୍ଷର ଏକଲବ୍ୟ ପୁରସ୍କାର ପାଇବେ ଅନ୍ତର୍ଜାତୀୟ ମହିଳା ହକି ଖେଳାଳି ନମିତା ଟପ୍ପୋ। ଏହା ବ୍ୟତୀତ ଅନ୍ତର୍ଜାତୀୟ ଭାରୋତ୍ତୋଳନକାରୀ ସ୍ନେହା ସୋରେନ ଓ ବ୍ୟାଡ୍‌ମିଣ୍ଟନ ଖେଳାଳି ଋତୁପର୍ଣ୍ଣା ପଣ୍ଡାଙ୍କୁ ସମ୍ବର୍ଦ୍ଧିତ କରାଯିବ ବୋଲି ରବିବାର ଅନୁଷ୍ଠିତ ଏକଲବ୍ୟ ପୁରସ୍କାର ଜୁରୀ କମିଟି ବୈଠକରେ ନିଷ୍ପତ୍ତି ହୋଇଛି। ପୁରସ୍କାର ଆକାରରେ ନମିତାଙ୍କୁ ମାନପତ୍ର ସହ ୫ ଲକ୍ଷ ଟଙ୍କା ଏବଂ ଦୁଇ ସମ୍ବର୍ଦ୍ଧିତ ପ୍ରତିଭାଙ୍କୁ ୫୦,୦୦୦ଟଙ୍କା ଲେଖାଏ ପ୍ରଦାନ କରାଯିବ। ପ୍ରକାଶ ଯୋଗ୍ୟ ଯେ, ଫେରୋ ଆଲଏଜ୍‌ ଉତ୍ପାଦନକାରୀ କମ୍ପାନୀ ଇମ୍ଫା ଦ୍ୱାରା ପରିଚାଳିତ ‘ଇଣ୍ଡିଆନ ମେଟାଲ୍ସ ଚାରିଟେବଲ ଟ୍ରଷ୍ଟ(ଇମ୍ପାକ୍ଟ) ଦ୍ୱାରା ୧୯୯୩ ମସିହାରୁ ଏହି ପୁରସ୍କାର ପ୍ରଦାନ କରାଯାଇ ଆସୁଛି। କ୍ରୀଡ଼ା କ୍ଷେତ୍ରରେ ବିଗତ ଦୁଇ ବର୍ଷର ପ୍ରଦର୍ଶନ ଆଧାରରେ ଯୁବ ଓଡ଼ିଆ କ୍ରୀଡ଼ାବିତ୍‌ଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ। କୋଭିଡ କଟକଣା ମଧ୍ୟରେ ଏଥର ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ ହେବ ବୋଲି ଆୟୋଜକଙ୍କ ପକ୍ଷରୁ ପ୍ରକାଶ କରାଯାଇଛି। ”ରାଜ୍ୟର ଉଦୀୟମାନ କ୍ରୀଡ଼ାବିତ୍‌ମାନଙ୍କୁ ଉତ୍ସାହିତ କରିବା ଏହି ପୁରସ୍କାରର ମୂଳ ଲକ୍ଷ୍ୟ। ଫଳରେ ସେମାନେ ଉନ୍ନତ କ୍ରୀଡ଼ା କୌଶଳ ପ୍ରଦର୍ଶନ କରି ରାଜ୍ୟ ତଥା ଦେଶ ପାଇଁ ସୁନାମ ଅର୍ଜନ କରିପାରିବେ“ ବୋଲି ପୁରସ୍କାର ବିଜେତାଙ୍କ ନାମ ଘୋଷଣା ଅବସରରେ ପ୍ରକାଶ କରିଛନ୍ତି ଇମ୍ପାକ୍ଟର ଟ୍ରଷ୍ଟି ତଥା ପୂର୍ବତନ ଏମ୍‌ପି ବୈଜୟନ୍ତ ପଣ୍ଡା। ୧୯୯୫ ଜୁନ୍‌ ୪ରେ ସୁନ୍ଦରଗଡ଼ରେ ଜନ୍ମିତ ନମିତା ୨୦୦୭ରେ ଜାତୀୟ ଏବଂ ୨୦୧୨ରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ। ଇତିମଧ୍ୟରେ ୧୫୦ରୁ ଊର୍ଦ୍ଧ୍ୱ ଅନ୍ତର୍ଜାତୀୟ ମ୍ୟାଚ ଖେଳି ସାରିଥିବା ଏହି ଦକ୍ଷ ମିଡ୍‌ଫିଲ୍ଡର ୨୦୧୪ ଏସିଆନ ଗେମ୍ସରେ ବ୍ରୋଞ୍ଜ୍‌, ୨୦୧୭ ଏସିଆନ୍‌ କପ୍‌ରେ ସ୍ବର୍ଣ୍ଣ ଏବଂ ୨୦୧୮ ଏସିଆନ ଗେମ୍ସରେ ରୌପ୍ୟ ପଦକ ବିଜୟୀ ଭାରତୀୟ ଦଳର ସଦସ୍ୟା ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri