Posted inଖେଳ

ଅବସର ନେଲେ ନମିତା

ଭୁବନେଶ୍ୱର, ୧୬।୯ (କ୍ରୀଡ଼ା ପ୍ରତିନିଧି):ଓଡ଼ିଶାର ତାରକା ଅନ୍ତର୍ଜାତୀୟ ମିଡ୍‌ଫିଲ୍ଡର ନମିତା ଟପ୍ପୋ ଗୁରୁବାର ହକିକୁ ଅଲ୍‌ବିଦା ଜଣାଇଛନ୍ତି। ଆହତ ସମସ୍ୟା ଲାଗି ରହିବା ଯୋଗୁ ମାତ୍ର ୨୭ ବର୍ଷ ବୟସରେ ତାଙ୍କୁ ଏହି କଠିନ ନିଷ୍ପତ୍ତି ନେବାକୁ ପଡ଼ିଛି। ପାଦରେ ଆଘାତଜନିତ ସମସ୍ୟା ଲାଗି ରହିଲା। ଦୀର୍ଘଦିନ ହେବ ଖେଳି ନ ପାରିବାରୁ ମୁଁ ଅବସର ନିଷ୍ପତ୍ତି ନେଲି ବୋଲି ଅଲିମ୍ପିଆନ ନମିତା ପ୍ରକାଶ କରିଛନ୍ତି।
ରାଉରକେଲା ପାନପୋଷ କ୍ରୀଡ଼ା ଛାତ୍ରାବାସର ଅନ୍ୟତମ ଶ୍ରେଷ୍ଠ ସୃଷ୍ଟି ହେଉଛନ୍ତି ନମିତା। ୨୦୦୭ରେ ସେ ରାଜ୍ୟ ଦଳ ପକ୍ଷରୁ ଖେଳିବା ଆରମ୍ଭ କରିଥିଲେ। ଘରୋଇ ପ୍ରତିଯୋଗିତାରେ ପ୍ରଭାବୀ ପ୍ରଦର୍ଶନ ଯୋଗୁ ତାଙ୍କୁ ୨୦୧୧ରେ ବ୍ୟାଙ୍କ୍‌କରେ ଅନୁଷ୍ଠିତ ୧୮ ବର୍ଷରୁ କମ୍‌ ଭାରତୀୟ ବାଳିକା ଦଳରେ ସାମିଲ କରାଯାଇଥିଲା। ସେଠାରେ ଭାରତ ବ୍ରୋଞ୍ଜ ପଦକ ହାସଲ କରିଥିଲା। କଠିନ ମନୋଭାବ ଏବଂ ଉତ୍ସର୍ଗିକୃତ ମନୋଭାବ କେବେହେଲେ ବେକାର ଯାଏନାହିଁ। ଏହା ପ୍ରମାଣ କରିଥିଲେ ନମିତା। ଜାତୀୟ କ୍ୟାମ୍ପ ହେଉ କିମ୍ବା ଘରୋଇ ସର୍କିଟରେ ସ୍ଥିର ପ୍ରଦର୍ଶନ ଦେବାରୁ ତାଙ୍କୁ ୨୦୧୨ରେ ସିନିୟର ଦଳରେ ସ୍ଥାନ ମିଳିଥିଲା। ଏହିବର୍ଷ ଡବଲିନରେ ଅନୁଷ୍ଠିତ ଏଫ୍‌ଆଇଏଚ୍‌ ଚାମ୍ପିୟନ୍ସ ଚ୍ୟାଲେଞ୍ଜ୍‌ରେ ସେ ଭାରତ ପକ୍ଷରୁ ପ୍ରଥମଥର ପାଇଁ ପ୍ରତିନିଧିତ୍ୱ କରିଥିଲେ। ଏହା ପରବର୍ଷ ସେ ଜର୍ମାନୀର ମନଚେନ୍‌ଗ୍ଲାଡ୍‌ବ୍ୟାକ୍‌ରେ ଅନୁଷ୍ଠିତ ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ ପାଇଁ ଭାରତୀୟ ଦଳରେ ସାମିଲ ହୋଇଥିଲେ। ଏହି ପ୍ରତିଯୋଗିତାରେ ଭାରତୀୟ ଦଳ ବ୍ରୋଞ୍ଜ ପଦକ ହାସଲ କରିଥିଲା। ଏହାପରେ ଆଉ ପଛକୁ ଫେରି ଚାହିଁ ନ ଥିଲେ ନମିତା। ୨୦୧୩ରେ ଏଫ୍‌ଆଇଏଚ୍‌ ମହିଳା ଓ୍ବାଲର୍‌ଡ ଲିଗ୍‌ ରାଉଣ୍ଡ-୨ରେ ସ୍ବର୍ଣ୍ଣ ଏବଂ ସେହିବର୍ଷ ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ରୌପ୍ୟ ପଦକ ବିଜୟୀ ଭାରତୀୟ ଦଳର ସେ ସଦସ୍ୟା ଥିଲେ। ୨୦୧୩ରେ ମହିଳା ଏସିଆ କପ୍‌, ୨୦୧୪ରେ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ମଧ୍ୟ ସେ ଖେଳିଥିଲେ। ୨୦୧୪ ଏସିଆନ ଗେମ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ଦଳ ପକ୍ଷରୁ ସେ ପ୍ରତିନିଧିତ୍ୱ କରିଥିଲେ। ୨୦୧୬ ରିଓ ଅଲିମ୍ପିକ୍ସ ଖେଳି ଅଭିଜ୍ଞତା ଆହରଣ କରିଥିଲେ ଏହି ତାରକା ମିଡ୍‌ଫିଲ୍ଡର। ୨୦୧୭ରେ ମହିଳା ଏସିଆ କପ୍‌ରେ ରୌପ୍ୟ ଏବଂ ୨୦୧୮ରେ ଏସିଆନ ଗେମ୍ସରେ ରୌପ୍ୟ ପଦକ ବିଜୟୀ ଭାରତୀୟ ଦଳର ମଧ୍ୟ ସେ ସଦସ୍ୟା ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

ଅକ୍ଟୋବର ୨୯ ପର୍ଯ୍ୟନ୍ତ ସାବଧାନ: ମେଷ ସମେତ ୩ ରାଶିଙ୍କ ଉପରେ ମାଡିଆସୁଛି ବଡ଼ ବିପଦ! ପାଖରୁ ପଳାଇବ ଧନ

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହଙ୍କୁ ପ୍ରେମ, ସୁଖ-ସମୃଦ୍ଧି, ଐଶ୍ୱର୍ଯ୍ୟ ଓ ଆର୍ଥିକ ସ୍ଥିତିର କାରକ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ଶୁକ୍ର ନିଜ ରାଶି ତୁଳାରେ…

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ…

ବୈଭବଙ୍କ ରହସ୍ୟମୟ ପୋଷ୍ଟକୁ ନେଇ ହଇଚଇ: ଦେଲେ ଏଭଳି ସଙ୍କେତ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୩।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ T20I ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ଖେଳିବାର ସୁଯୋଗ ମିଳିନାହିଁ। ଟିମ ଇଣ୍ଡିଆର ମ୍ୟାନେଜମେଣ୍ଟ ସଞ୍ଜୁ ସାମସନଙ୍କ ଉପରେ ଭରସା ଦେଖାଇଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?